କମିଲା କରୋନା ସଂକ୍ରମଣ, ସୁସ୍ଥ ହୋଇ ଘରକୁ ଫେରିଲେ ଆଉ ୩୧୯ ଆକ୍ରାନ୍ତ

Published By : Prameya-News7 Bureau | December 27, 2020 IST

ଭୁବନେଶ୍ଵର ୨୫।୧୨: ଶୀତ ଦିନରେ ରାଜ୍ୟରେ କରୋନା ସଂକ୍ରମଣ କମିଛି। ଓଡିଶାବାସୀଙ୍କ ରୋଗ ପ୍ରତିରୋଧକ ଶକ୍ତି ଆଗରେ ନିଜର କାୟା ମେଲାଇ ପାରୁ ନାହିଁ ମହାମାରୀ କରୋନା। ଫଳରେ ରାଜ୍ୟରେ କରୋନାର ପ୍ରକୋପ ଥମିବାରେ ଲାଗିଛି। ଦୈନିକ ସଂକ୍ରମିତଙ୍କ ସଂଖ୍ୟା ମଧ୍ୟ ୪୦୦ ତଳେ ରହୁଥିବା ବେଳେ ଅଧିକ ସଂଖ୍ୟାରେ ଆକ୍ରାନ୍ତ ଆରୋଗ୍ୟଲାଭ କରୁଛନ୍ତି। ମୃତ୍ୟୁ ସଂଖ୍ୟାରେ ମଧ୍ୟ ହ୍ରାସ ଘଟିଛି। ଏହା ମଧ୍ୟରେ ରାଜ୍ୟରେ ଗତ ୨୪ ଘଣ୍ଟାରେ ୨୫ଟି ଜିଲ୍ଲାରୁ ୩୧୯ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏହାକୁ ମିଶାଇ ଆରୋଗ୍ୟଙ୍କ ସଂଖ୍ୟା ୩, ୨୪, ୦୬୮କୁ ବୃଦ୍ଧି ଘଟିଛି। ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ତରଫରୁ ରବିବାର ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି।

wp:html /wp:html

ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୪୪ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସେହି ପରି ବାଲେଶ୍ଵର ଜିଲ୍ଲାରୁ ୩୫, ସୁନ୍ଦରଗଡରୁ ୩୫, ଅନୁଗୁଳରୁ ୩୪,  କଟକରୁ ୨୯, ସମ୍ବଲପୁରରୁ ୨୧, ମୟୂରଭଞ୍ଜରୁ ୧୭,  କେନ୍ଦୁଝରରୁ ୧୨, ଝାରସୁଗୁଡାରୁ ୧୧, କେନ୍ଦ୍ରାପଡାରୁ ୧୧, ବଲାଙ୍ଗୀରରୁ ୧୦, ଯାଜପୁରରୁ ୯, ବରଗଡରୁ ୮, ନୂଆପଡାରୁ ୬, ଜଗତସିଂହପୁରରୁ ୫, କଳାହାଣ୍ଡିରୁ ୪, କୋରାପୁଟରୁ ୪, ବୌଦ୍ଧରୁ ୩, ନବରଙ୍ଗପୁରରୁ ୩, ନୟାଗଡରୁ ୩, ଗଜପତିରୁ ୨, ଭଦ୍ରକରୁ ୧, ଦେବଗଡରୁ ୧, ପୁରୀରୁ ୧ ଓ ସୋନପୁରରୁ ୧ କୋଭିଡ୍-୧୯ରୁ ଆରୋଗ୍ୟଲାଭ କରିଛନ୍ତି।

wp:html /wp:html

ସୂଚନାଯୋଗ୍ୟ, ଗତ ୨୪ ଘଣ୍ଟାରେ ରାଜ୍ୟରେ ୩୦୩ ନୂତନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୩ ଲକ୍ଷ ୨୮ ହଜାର ୫୦୪କୁ ବୃଦ୍ଧି ପାଇଛି। ଅନ୍ୟପଟେ କରୋନା ଆଉ ୪ ଜଣଙ୍କ ମୁଣ୍ଡ ନେଇଛି। ଏହାକୁ ମିଶାଇ ରାଜ୍ୟରେ କରୋନଜନିତ ମୃତ୍ୟୁ ସଂଖ୍ୟା ୧୮୬୧ରେ ପହଞ୍ଚିଛି।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.