ରାଜ୍ୟରେ କରୋନା ନେଲା ସର୍ବାଧିକ ଜୀବନ : ୨୪ଘଣ୍ଟାରେ ଗଲା ୩୨ଜଣଙ୍କ ପ୍ରାଣ, ୨୫୧୬ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା

Published By : Prameya-News7 Bureau | May 24, 2021 IST

ଭୁବନେଶ୍ୱର ୨୪।୦୫ : ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢୁଥିବା ବେଳେ କରୋନା ମୃତକଙ୍କ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୧୦୫୯ ଜଣ କୋଭିଡ଼ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୩୨ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୫୧୬କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

{"id":456390,"sizeSlug":"large","linkDestination":"none"}

ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୬ ଜଣ ହୋଇଥିବା ବେଳେ ଗଞ୍ଜାମ ଓ ଝାରସୁଗୁଡ଼ା ଜିଲ୍ଲାରୁ ୪ଜଣ ଲେଖାଏଁ ରହିଛନ୍ତି । ସେହିପରି ଅନୁଗୁଳ ଓ କଳାହାଣ୍ଡି ଓ ସୁନ୍ଦରଗଡ଼ ଜିଲ୍ଲାରୁ ୩ଜଣ ଲେଖାଏଁ ରହିଛନ୍ତି । ଅନ୍ୟପଟେ ପୁରୀ ଓ ଗଜପତି ଜିଲ୍ଲାରୁ ୨ଜଣ ଲେଖାଏଁ ରହିଥିବା ବେଳେ ବଲାଙ୍ଗୀର, କଟକ,କେନ୍ଦୁଝର, ନୟାଗଡ଼ ଓ ସମ୍ବଲପୁର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୭୦୩୪୪୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୧୧୨୬୨ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୫୮୯୬୧୦ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏହାସହ କରୋନାରେ ମୋଟ ମୃତକଙ୍କ ସଂଖ୍ୟା ୨୫୧୬ରେ ପହଞ୍ଚିଥିବା ବେଳେ ଅନ୍ୟରୋଗ ଯୋଗୁଁ ମୃତ୍ୟୁ ସଂଖ୍ୟା ୫୩ରେ ରହିଛି ।  ଏବେ ସୁଦ୍ଧା ରାଜ୍ୟରେ ୧୧୩୭୫୦୭୬ସାମ୍ପୁଲ ଟେଷ୍ଟ୍ ହୋଇଛି ।

wp:embed {"url":"http://www.prameyanews7.com/11059-new-corona-case-in-odisha/","type":"wp-embed","providerNameSlug":"prameya-news-7","className":""}
http://www.prameyanews7.com/11059-new-corona-case-in-odisha/
/wp:embed

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.