Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମଙ୍ଗଳବାର କଥା ହେବେ ପୁଟିନ୍ ଓ ବାଇଡେନ୍, ୟୁକ୍ରେନ ହେବ ମୁଖ୍ୟ ପ୍ରସଙ୍ଗ
  • ||
  • ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୨୨କୁ ବୃଦ୍ଧି
  • ||
  • ମାଆର ସାହସ ଆଗରେ ହାରିଲା ବାଘ, ନିଜ ପୁଅକୁ ମୃତ୍ୟୁ ମୁଖରୁ ଛଡାଇ ଆଣିଲେ ମହିଳା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୨୭୯୬ ମୃତ
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୮୯ କରୋନା ସଂକ୍ରମିତ, ୧୦୫୦୨୪୯ରେ ପହଞ୍ଚିଲା ସଂଖ୍ୟା
  • ||
  • ୟୁକ୍ରେନ ଉପରେ ଆକ୍ରମଣ କରିବ ଋଷ ! ପୁଟିନଙ୍କ ଦେଢ ଲକ୍ଷରୁ ଅଧିକ ସୈନ୍ୟ ଅଛନ୍ତି ପ୍ରସ୍ତୁତ
  • ||
  • ଜାନୁଆରୀ-ଫେବୃଆରୀ ମଧ୍ୟରେ ଭାରତରେ ଆସିବ ତୃତୀୟ ଲହର, ଓମିକ୍ରନ୍ ସାଜିବ ବାହକ : ଦାବି କଲେ ବିଶେଷଜ୍ଞ
  • ||
  • ଚାଲିଥିଲା ଧାନ ଚୋରା ଚାଲାଣ, ୨୨୦ ବସ୍ତା ଜବତ କଲା ଯୋଗାଣ ବିଭାଗ
  • ||
  • ଜଓ୍ୱାଦ ଦୁର୍ବଳ, ଟଳିଲା ବଡ ବିପଦ : ପୁରୀଠୁ ୨୭୦ କିମି ଦୂରରେ କେନ୍ଦ୍ରୀଭୂତ
  • ||
  • ଜଗତସିଂହପୁରରେ ଲଗାଣ ବର୍ଷା, ଧାନ ଫସଲ କ୍ଷତିଗ୍ରସ୍ତ
  • ||

ଖସିଲା ସଂକ୍ରମଣ : ୨୪ ଘଣ୍ଟାରେ ବାହାରିଲେ ୩୨୨ କୋଭିଡ୍ ପଜିଟିଭ୍

3/11/2021 at 9:42 AM

ଭୁବନେଶ୍ୱର ୦୩।୧୧ : ଅକ୍ଟୋବର ପରେ ନଭେମ୍ବର ବି ଆଣିଦେଉଛି ଆଶ୍ୱସ୍ତିକର ଖବର । ରାଜ୍ୟରେ ଧୀରେ ଧୀରେ ତଳକୁ ଖସୁଛି ସଂକ୍ରମଣର ପାରା । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୩୨୨ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୪୨୪୨୨ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୮୭ ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୧୩୫ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୪୨ ଜଣ ପଜିଟିଭ ରହିଛନ୍ତି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୨ଜଣ, ବାଲେଶ୍ୱର ଜିଲ୍ଲାରୁ ୬ଜଣ, ବରଗଡ଼ ଜିଲ୍ଲାରୁ ଜଣେ, ଭଦ୍ରକ ଜିଲ୍ଲାରୁ ୭ଜଣ, ବୌଦ୍ଧ ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୧୯ଜଣ, ଢେଙ୍କାନାଳ ଜିଲ୍ଲାରୁ ୩ଜଣ, ଗଜପତି ଜିଲ୍ଲାରୁ ୨ଜଣ, ଗଞ୍ଜାମ ଜିଲ୍ଲାରୁ ୨ଜଣ, ଜଗତସିଂହପୁର ଜିଲ୍ଲାରୁ ୯ଜଣ, ଯାଜପୁର ଜିଲ୍ଲାରୁ ୧୩ଜଣ, କଳାହାଣ୍ଡି ଜିଲ୍ଲାରୁ ୨ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୮ଜଣ, କେନ୍ଦୁଝର ଜିଲ୍ଲାରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ୧୬୯ଜଣ, ମାଲକାନଗିରି ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ୩ଜଣ, ନବରଙ୍ଗପୁର ଜିଲ୍ଲାରୁ ଜଣେ, ନୟାଗଡ଼ ଜିଲ୍ଲାରୁ ୪ଜଣ, ନୂଆପଡ଼ା ଜିଲ୍ଲାରୁ ୩ଜଣ, ପୁରୀ ଜିଲ୍ଲାରୁ ୫ଜଣ, ରାୟଗଡ଼ା ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ୧୦ଜଣ, ସୋନପୁର ଜିଲ୍ଲାରୁ ଜଣେ, ସୁନ୍ଦରଗଡ଼ ଜିଲ୍ଲାରୁ ୮ଜଣ, ଷ୍ଟେଟ ପୁଲ୍‌ରୁ ୩୯ଜଣ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୪୨୪୨୨ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୪୦୦୦ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୩୦୦୨୬ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୨୧୬୯୫୧୯ ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts