ରାଜ୍ୟରେ ଚିହ୍ନଟ ହେଲେ ୩୨୩୫ କରୋନା ସଂକ୍ରମିତ, ୨୧୨୬୦୯ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

Published By : Prameya-News7 Bureau | September 28, 2020 IST

ଭୁବନେଶ୍ବର ୨୮।୯: ରାଜ୍ୟରେ ହୁ ହୁ ହୋଇ ବଢି ଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ୨୪ ଘଣ୍ଟା ମଧ୍ୟରେ ୩୨୩୫ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୧୨୬୦୯ ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୯୧୫ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୧୩୨୦ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୧୭୯ଜଣ, ବାଲେଶ୍ବର ଜିଲ୍ଲାରୁ ୧୦୦ଜଣ, ବରଗଡ଼ ଜିଲ୍ଲାରୁ ୧୩୭ଜଣ, ଭଦ୍ରକ ଜିଲ୍ଲାରୁ ୬୭ଜଣ, ବଲାଙ୍ଗୀର ଜିଲ୍ଲାରୁ ୧୦୧ଜଣ, ବୌଦ୍ଧ ଜିଲ୍ଲାରୁ ୪୨ଜଣ, କଟକ ଜିଲ୍ଲାରୁ ୩୧୮ଜଣ, ଦେଓଗଡ଼ ଜିଲ୍ଲାରୁ ୧୨ଜଣ, ଢେଙ୍କାନାଳ ଜିଲ୍ଲାରୁ ୬୯ଜଣ, ଗଜପତି ଜିଲ୍ଲାରୁ ୩୧ଜଣ, ଗଞ୍ଜାମ ଜିଲ୍ଲାରୁ ୨୮ଜଣ, ଜଗତସିଂହପୁର ଜିଲ୍ଲାରୁ ୮୬ଜଣ, ଯାଜପୁର ଜିଲ୍ଲାରୁ ୧୧୦ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୭୧ଜଣ, କଳାହାଣ୍ଡି ଜିଲ୍ଲାରୁ ୪୨ଜଣ, କନ୍ଧମାଳ ଜିଲ୍ଲାରୁ ୬୨ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୦୩ଜଣ, କେନ୍ଦୁଝର ଜିଲ୍ଲାରୁ ୮୬ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୫୦୬ଜଣ, କୋରାପୁଟ ଜିଲ୍ଲାରୁ ୫୯ଜଣ, ମାଲକାନଗିରି ଜିଲ୍ଲାରୁ ୨୧ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୧୮ଜଣ, ନବରଙ୍ଗପୁର ଜିଲ୍ଲାରୁ ୧୨୪ଜଣ, ନୟାଗଡ଼ ଜିଲ୍ଲାରୁ ୪୩ଜଣ, ନୂଆପଡ଼ା ଜିଲ୍ଲାରୁ ୧୦୬ଜଣ, ପୁରୀ ଜିଲ୍ଲାରୁ ୭୯ଜଣ, ରାୟଗଡ଼ା ଜିଲ୍ଲାରୁ ୧୦୧ଜଣ, ସମ୍ବଲପୁର ଜିଲ୍ଲାରୁ ୧୨୦ଜଣ, ସୋନପୁର ଜିଲ୍ଲାରୁ ୬୫ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୦୧ଜଣ, ଷ୍ଟେଟ ପୁଲ୍‌ରୁ ୧୪୮ଜଣ ରହିଛନ୍ତି ।

wp:html /wp:html wp:html /wp:html wp:html /wp:html

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୧୨୬୦୯ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୮୧୭୨ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ  ୧୭୩୫୭୧ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୧୫୯୪୦୦ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.