ରାଜ୍ୟରେ କରୋନା ନେଲା ସର୍ବାଧିକ ଜୀବନ : ୨୪ଘଣ୍ଟାରେ ଗଲା ୩୩ଜଣଙ୍କ ପ୍ରାଣ, ୨୫୪୯ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା

Published By : Prameya-News7 Bureau | May 25, 2021 IST

ଭୁବନେଶ୍ୱର ୨୪।୦୫ : ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢୁଥିବା ବେଳେ କରୋନା ମୃତକଙ୍କ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୦୯୩୯ ଜଣ କୋଭିଡ଼ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୩୩ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୫୪୯କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୭ ଜଣ ରହିଛନ୍ତି । ଅନୁଗୁଳ ,ଝାରସୁଗୁଡ଼ା ଓ କଳାହାଣ୍ଡି ଜିଲ୍ଲାରୁ ୪ ଜଣ ଲେଖାଏଁ ରହିଥିବା ବେଳେ ସୋନପୁର ଓ ସୁନ୍ଦରଗଡ଼ ଜିଲ୍ଲାରୁ ୩ ଜଣ ଲେଖାଏଁ ରହିଛନ୍ତି । ସେହିପରି ଗଞ୍ଜାମ ଓ କେନ୍ଦୁଝର ଜିଲ୍ଲାରୁ ୨ ଜଣ ଲେଖାଏଁ ରହିଥିବା ବେଳେ ଦେବଗଡ଼, ଯାଜପୁର, କନ୍ଧମାଳ ଓ କୋରାପୁଟ ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରନ୍ତଙ୍କ ରହିଛନ୍ତି ।

{"id":456817,"width":750,"height":342,"sizeSlug":"large","linkDestination":"none"}

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୭୧୪୩୮୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୧୦୫୫୪ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୬୦୧୨୨୪ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏହାସହ କରୋନାରେ ମୋଟ ମୃତକଙ୍କ ସଂଖ୍ୟା ୨୫୪୯ରେ ପହଞ୍ଚିଥିବା ବେଳେ ଅନ୍ୟରୋଗ ଯୋଗୁଁ ମୃତ୍ୟୁ ସଂଖ୍ୟା ୫୩ରେ ରହିଛି । ଏବେ ସୁଦ୍ଧା ରାଜ୍ୟରେ ୧୧୪୩୭୩୩୭ସାମ୍ପୁଲ ଟେଷ୍ଟ୍ ହୋଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.