Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବାତ୍ୟା ଅପ୍‌ଡେଟ୍‌: ସାମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ବାତିଲ୍‌ ହେଲା ଟ୍ରେନ୍‌
  • ||
  • ଶେଷରେ ରଦ୍ଦ ହେଲା ତିନି କୃଷି ଆଇନ, ବିଧେୟକ ଉପରେ ମୋହର ମାରିଲେ ରାଷ୍ଟ୍ରପତି ରାମନାଥ କୋବିନ୍ଦ
  • ||
  • ପଞ୍ଜାବ ନିର୍ବାଚନ ପୂର୍ବରୁ ବିଜେପିକୁ ବଡ଼ ସଫଳତା, ପଦ୍ମ ଧରିଲେ ଶିରୋମଣି ଅକାଳି ଦଳର ମନଜିନ୍ଦର ସିଂହ
  • ||
  • ନୂଆ କୋଭିଡ୍‌ ଭାରିଆଣ୍ଟକୁ ନେଇ ସଚେତନ ରହିବାକୁ ଅପିଲ୍‌ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
  • ||
  • ଜୁନିୟର ହକି ବିିଶ୍ୱକପ୍‌: ସେମିରେ ପ୍ରବେଶ କଲା ଫ୍ରାନ୍ସ
  • ||
  • ବଙ୍ଗୋମୁଣ୍ଡା ଆଇଆଇସିଙ୍କୁ କୋର୍ଟ ଚାଲାଣ କଲା ଭିଜିଲାନ୍ସ
  • ||
  • ଖଣ୍ଡପଡା : କଲେଜ ସମ୍ମୁଖରୁ ୨ ଛାତ୍ରୀଙ୍କୁ ଉଠାଇନେଲେ ଦୁର୍ବୃତ୍ତ, ପ୍ରତିବାଦରେ ଛାତ୍ରଛାତ୍ରୀଙ୍କ ରାସ୍ତାରୋକ
  • ||
  • ଭୁବନେଶ୍ବର : ୪ କୋଚ୍‌ଙ୍କୁ ବାଧ୍ୟତାମୂଳକ ଅବସର, ଅପାରଗତା ଓ ଦାୟିତ୍ବରେ ଅବହେଳା ପାଇଁ କାର୍ଯ୍ୟାନୁଷ୍ଠାନ
  • ||
  • ଗ୍ରାହକଙ୍କୁ ପୁଣି ମହଙ୍ଗା ମାଡ, ସିଲିଣ୍ଡର ପିଛା ୧୦୦ ଟଙ୍କା ବଢିଲା
  • ||
  • ସାନଖେମୁଣ୍ଡି : ବିଲରେ ପଡିଛି ନରକଙ୍କାଳ, ଧାନ କାଟିବା ବେଳେ ଦେଖିଲେ ଲୋକେ
  • ||

ରାଜ୍ୟରେ ଚିହ୍ନଟ ହେଲେ ୩୩୨୬ କରୋନା ସଂକ୍ରମିତ, ୨୩୨୭୧୩ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

4/10/2020 at 11:00 AM

ଭୁବନେଶ୍ବର ୦୪।୧୦: ରାଜ୍ୟରେ ହୁ ହୁ ହୋଇ ବଢି ଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ୨୪ ଘଣ୍ଟା ମଧ୍ୟରେ ୩୩୨୬ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୩୨୭୧୩ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୯୪୫ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୧୩୮୧ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୧୧୯ଜଣ, ବାଲେଶ୍ୱର ଜିଲ୍ଲାରୁ ୧୨୨ଜଣ, ବରଗଡ଼ ଜିଲ୍ଲାରୁ ୯୪ଜଣ, ଭଦ୍ରକ ଜିଲ୍ଲାରୁ ୩୬ଜଣ, ବଲାଙ୍ଗୀର ଜିଲ୍ଲାରୁ ୧୦୩ଜଣ, ବୌଦ୍ଧ ଜିଲ୍ଲାରୁ ୫୪ଜଣ, କଟକ ଜିଲ୍ଲାରୁ ୨୬୮ଜଣ, ଢେଙ୍କାନାଳ ଜିଲ୍ଲାରୁ ୮୫ଜଣ, ଗଜପତି ଜିଲ୍ଲାରୁ ୨୨ଜଣ, ଗଞ୍ଜାମ ଜିଲ୍ଲାରୁ ୫୭ଜଣ, ଗଜତସିଂହପୁର ଜିଲ୍ଲାରୁ ୮୦ଜଣ, ଯାଜପୁର ଜିଲ୍ଲାରୁ ୧୪୮ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୦୭ଜଣ, କଳାହାଣ୍ଡି ଜିଲ୍ଲାରୁ ୭୭ଜଣ, କନ୍ଧମାଳ ଜିଲ୍ଲାରୁ ୬୦ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୦୩ଜଣ, କେନ୍ଦୁଝର ଜିଲ୍ଲାରୁ ୧୦୧ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୬୩୮ଜଣ, କୋରାପୁଟ ଜିଲ୍ଲାରୁ ୪୫ଜଣ, ମାଲକାନଗିରି ଜିଲ୍ଲାରୁ ୧୯ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୩୧ଜଣ, ନବରଙ୍ଗପୁର ଜିଲ୍ଲାରୁ ୬୧ଜଣ, ନୟାଗଡ଼ ଜିଲ୍ଲାରୁ ୬୧ଜଣ, ନୂଆପଡ଼ା ଜିଲ୍ଲାରୁ ୧୪୭, ପୁରୀ ଜିଲ୍ଲାରୁ ୧୪୦ଜଣ, ରାୟଗଡ଼ା ଜିଲ୍ଲାରୁ ୫୩ଜଣ, ସମ୍ବଲପୁର ଜିଲ୍ଲାରୁ ୧୦୭ଜଣ, ସୋନପୁର ଜିଲ୍ଲାରୁ ୨୫ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୯୩ଜଣ, ଷ୍ଟେଟ ପୁଲ୍‌ରୁ ୧୪୯ଜଣ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୩୨୭୧୩ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୩୫୫୯ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୯୮୧୯୪ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୪୪୦୮୩୫ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts