ରାଜ୍ୟରେ ଚିହ୍ନଟ ହେଲେ ଆଉ ୩୩୪ କୋଭିଡ୍ ସଂକ୍ରମିତ, ୩୨୮୨୦୧ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

Published By : Prameya-News7 Bureau | December 26, 2020 IST

ଭୁବନେଶ୍ବର ୨୬।୧୨: ରାଜ୍ୟରେ ଏବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ୩୩୪ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୨୮୨୦୧ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୯୪ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୧୪୦ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

wp:html /wp:html

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୨୩ଜଣ, ବାଲେଶ୍ୱର ଜିଲ୍ଲାରୁ ୧୮ଜଣ, ବରଗଡ଼ ଜିଲ୍ଲାରୁ ୧୦ଜଣ, ଭଦ୍ରକ ଜିଲ୍ଲାରୁ ୧୦ଜଣ, ବଲାଙ୍ଗୀର ଜିଲ୍ଲାରୁ ୨୭ଜଣ, ବୌଦ୍ଧ ଜିଲ୍ଲାରୁ ୨ଜଣ, କଟକ ଜିଲ୍ଲାରୁ ୨୬ଜଣ, ଦେଓଗଡ଼ ଜିଲ୍ଲାରୁ ଜଣେ, ଢେଙ୍କାନାଳ ଜିଲ୍ଲାରୁ ଜଣେ, ଗଜପତି ଜିଲ୍ଲାରୁ ଜଣେ, ଗଞ୍ଜାମ ଜିଲ୍ଲାରୁ ୫ଜଣ, ଜଗତସିଂହପୁର ଜିଲ୍ଲାରୁ ୩ଜଣ, ଯାଜପୁର ଜିଲ୍ଲାରୁ ୧୩ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୪ଜଣ, କଳାହାଣ୍ଡି ଜିଲ୍ଲାରୁ ୫ଜଣ, କନ୍ଧମାଳ ଜିଲ୍ଲାରୁ ଜଣେ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୬ଜଣ, କେନ୍ଦୁଝର ଜିଲ୍ଲାରୁ ୫ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩୦ଜଣ, କୋରାପୁଟ ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ୨୦ଜଣ, ନୟାଗଡ଼ ଜିଲ୍ଲାରୁ ଜଣେ, ନୂଆପଡ଼ା ଜିଲ୍ଲାରୁ ୧୩ଜଣ, ପୁରୀ ଜିଲ୍ଲାରୁ ଜଣେ, ରାୟଗଡ଼ା ଜିଲ୍ଲାରୁ ୯ଜଣ, ସମ୍ବଲପୁର ଜିଲ୍ଲାରୁ ୩୦ଜଣ, ସୋନପୁର ଜିଲ୍ଲାରୁ ଜଣେ, ସୁନ୍ଦରଗଡ଼ ଜିଲ୍ଲାରୁ ୪୦ଜଣ, ଷ୍ଟେଟ୍‌ ପୁଲ୍‌ରୁ ୭ଜଣ ରହିଛନ୍ତି ।

wp:html /wp:html

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୨୮୨୦୧ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୨୯୧୩ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୨୩୩୭୮ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୬୭୯୯୯୫୨ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.