ରାଜ୍ୟରେ ଚିହ୍ନଟ ହେଲେ ଆଉ ୩୩୫ କରୋନା ସଂକ୍ରମିତ, ୩୨୩୩୬୪ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

Published By : Prameya-News7 Bureau | December 12, 2020 IST

ଭୁବନେଶ୍ବର ୧୨।୧୨: ରାଜ୍ୟରେ ଏବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ୩୩୫ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୨୩୩୬୪ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୯୩ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୧୪୨ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୨୭ଜଣ, ବାଲେଶ୍ବର ଜିଲ୍ଲାରୁ ୨୬ଜଣ, ବରଗଡ଼ ଜିଲ୍ଲାରୁ ୮ଜଣ, ଭଦ୍ରକ ଜିଲ୍ଲାରୁ ୮ଜଣ, ବଲାଙ୍ଗୀର ଜିଲ୍ଲାରୁ ୧୧ଜଣ, ବୌଦ୍ଧ ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୨୦ଜଣ, ଦେବଗଡ ଜିଲ୍ଲାରୁ ଜଣେ, ଢେଙ୍କାନାଳ ଜିଲ୍ଲାରୁ ୫ଜଣ, ଗଞ୍ଜାମ ଜିଲ୍ଲାରୁ ୭ଜଣ, ଜଗତସିଂହପୁର ଜିଲ୍ଲାରୁ ୭ଜଣ, ଯାଜପୁର ଜିଲ୍ଲାରୁ ୯ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୨୫ଜଣ, କଳାହାଣ୍ଡି ଜିଲ୍ଲାରୁ ୧୪ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୫ଜଣ, କେନ୍ଦୁଝର ଜିଲ୍ଲାରୁ ୧୪ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩୧ଜଣ, କୋରାପୁଟ ଜିଲ୍ଲାରୁ ଜଣେ, ମାଲକାନଗିରି ଜିଲ୍ଲାରୁ ୨ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୨୯ଜଣ, ନବରଙ୍ଗପୁର ଜିଲ୍ଲାରୁ ୪ଜଣ, ନୟାଗଡ଼ ଜିଲ୍ଲାରୁ ଜଣେ, ନୂଆପଡ଼ା ଜିଲ୍ଲାରୁ ୭ଜଣ, ପୁରୀ ଜିଲ୍ଲାରୁ ୧୫ଜଣ, ରାୟଗଡ଼ା ଜିଲ୍ଲାରୁ ୨ଜଣ, ସମ୍ବଲପୁର ଜିଲ୍ଲାରୁ ୧୦ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୫୨ଜଣ, ଷ୍ଟେଟ୍‌ ପୁଲ୍‌ରୁ ୭ଜଣ ରହିଛନ୍ତି ।

wp:html /wp:html wp:html /wp:html wp:html /wp:html

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୨୩୩୬୪ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୨୩୧ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୧୮୨୭୮ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୬୩୪୫୭୦୫ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.