Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କେରଳରେ ଭୀଷଣ ବର୍ଷା: ୫ ଜିଲ୍ଲାରେ ବନ୍ୟା ପରିସ୍ଥିତି, ଭୂସ୍ଖଳନରେ ଜଣେ ମୃତ, ୧୨ ନିଖୋଜ
  • ||
  • ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହଙ୍କୁ ଡେଙ୍ଗୁ, ସ୍ବାସ୍ଥ୍ୟବସ୍ଥାରେ ଆସୁଛି ସୁଧାର
  • ||
  • କାମେଶ୍ୱର ମନ୍ଦିରରୁ ଚୋରି, ଦାନବାକ୍ସ ଭାଙ୍ଗି ଟଙ୍କା ଲୁଟିନେଲେ ଦୁର୍ବୃତ୍ତ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୩ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୩୫୮ କୋଭିଡ୍ ପଜିଟିଭ୍
  • ||
  • ନବୀନ @ ୭୬, ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦୀ
  • ||
  • ୭୬ ବର୍ଷରେ ପାଦ ଦେଲେ ନବୀନ, କରୋନା ମହାମାରୀ ପାଇଁ ପାଳିବେନି ଜନ୍ମଦିନ
  • ||
  • ଶାରଦୀୟ ଦୁର୍ଗାପୂଜା ଶେଷ, ଶନିବାର ଧରାପୃଷ୍ଠରୁ ବିଦାୟ ନେବେ ମା
  • ||
  • ହାଟରୁ ଫେରୁଥିବା ବେଳେ ବୃଦ୍ଧାଙ୍କୁ ଗଣଦୁଷ୍କର୍ମ, ଘରେ ଛାଡିଦେବେ କହି ଇଜ୍ଜତ ଲୁଟିଲେ ୮ ସଇତାନ
  • ||
  • କଟକ : କଟକରେ ଏନ୍‌କାଉଣ୍ଟର, ଦୁର୍ଦ୍ଦାନ୍ତ ଅପରାଧୀ ରାକେଶ ଆହତ
  • ||

ବଢୁଛି-କମୁଛି ସଂକ୍ରମଣ, ରାଜ୍ୟରେ ୨୪ ଘଣ୍ଟାରେ ୩୩୭୧ କୋଭିଡ୍ ପଜିଟିଭ୍ ଚିହ୍ନଟ

30/06/2021 at 8:37 AM

ଭୁବନେଶ୍ୱର ୩୦।୦୬ : ଜୁନ ଆଣିଦେଉଛି ଆଶ୍ୱସ୍ତିକର ଖବର । ରାଜ୍ୟରେ ଧୀରେ ଧୀରେ ତଳକୁ ଖସୁଛି ସଂକ୍ରମଣର ପାରା । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୩୩୭୧ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୦୯୮୦୦ ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୯୨୨ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୧୪୪୯ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୯୩ଜଣ, ବାଲେଶ୍ୱର ଜିଲ୍ଲାରୁ ୨୫୮ଜଣ, ବରଗଡ଼ ଜିଲ୍ଲାରୁ ୩୫ଜଣ, ଭଦ୍ରକ ଜିଲ୍ଲାରୁ ୧୭୬ଜଣ, ବଲାଙ୍ଗୀର ଜିଲ୍ଲାରୁ ୧୨ଜଣ, ବୌଦ୍ଧ ଜିଲ୍ଲାରୁ ୧୯ଜଣ, କଟକ ଜିଲ୍ଲାରୁ ୪୬୮ଜଣ, ଦେଓଗଡ଼ ଜିଲ୍ଲାରୁ ୩ଜଣ, ଢେଙ୍କାନାଳ ଜିଲ୍ଲାରୁ ୫୮ଜଣ, ଗଜପତି ଜିଲ୍ଲାରୁ ୧୨ଜଣ, ଗଞ୍ଜାମ ଜିଲ୍ଲାରୁ ୨୧ଜଣ, ଜଗତସିଂହପୁର ଜିଲ୍ଲାରୁ ୧୩୫ଜଣ, ଯାଜପୁର ଜିଲ୍ଲାରୁ ୨୧୦ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୫ଜଣ, କଳାହାଣ୍ଡି ଜିଲ୍ଲାରୁ ୧୧ଜଣ, କନ୍ଧମାଳ ଜିଲ୍ଲାରୁ ୨୯ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨୧୯ଜଣ, କେନ୍ଦୁଝର ଜିଲ୍ଲାରୁ ୭୦ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୫୩୦ଜଣ, କୋରାପୁଟ ଜିଲ୍ଲାରୁ ୫୨ଜଣ, ମାଲକାନାଗିରି ଜିଲ୍ଲାରୁ ୮୦ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୨୨୨ଜଣ, ନବରଙ୍ଗପୁର ଜିଲ୍ଲାରୁ ୩୪ଜଣ, ନୟାଗଡ଼ ଜିଲ୍ଲାରୁ ୧୩୫ଜଣ, ନୂଆପଡ଼ା ଜିଲ୍ଲାରୁ ୮ଜଣ, ପୁରୀ ଜିଲ୍ଲାରୁ ୧୯୩ଜଣ, ରାୟଗଡ଼ା ଜିଲ୍ଲାରୁ ୫୯ଜଣ, ସମ୍ବଲପୁର ଜିଲ୍ଲାରୁ ୨୮ଜଣ, ସୋନପୁର ଜିଲ୍ଲାରୁ ୨୨ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୭୨ଜଣ, ଷ୍ଟେଟ ପୁଲ୍‌ରୁ ୯୨ଜଣ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯୦୯୮୦୦ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୩୧୪୨୨ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୮୭୪୩୦୭ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୩୭୫୯୮୭୦ ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts