ଭୁବନେଶ୍ବର୨୮/ ୦୬ : ରାଜଧାନୀ ଭୁବନେଶ୍ବରରେ କରୋନା ସଂକ୍ରମଣ ଗ୍ରାଫ ଧିରେ ଧିରେ ଖସୁଛି । ଆକ୍ରାନ୍ତଙ୍କ ଠାରୁ ସୁସ୍ଥଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି । ଏହି କ୍ରମରେ ଗତ ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ବରରେ ୩୩୯ ଜଣ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ କ୍ବାରେଣ୍ଟାଇନରୁ ୪୮ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମିତ ରହିଛନ୍ତି ୨୯୧ ଜଣ । ଏହାକୁ ମିଶାଇ ଭୁବନେଶ୍ବରରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ପହଞ୍ଚିଛି ୮୯,୮୦୫ । ତେବେ ବର୍ତ୍ତମାନ ସୁଦ୍ଧା ମୋଟ ୮୮,୦୨୮ ଜଣ ସୁସ୍ଥ ହୋଇସାରିଛନ୍ତି । ୪୪୫ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୧୩୧୧ ଆକ୍ଟିଭ୍ କେସ୍ ରହିଛି । ସେହିଭଳି ୨୪ ଘଣ୍ଟା ମଧ୍ୟରେ ରାଜଧାନୀ ଭୁବନେଶ୍ବରରୁ ୩୪୦ ଜଣ ସୁସ୍ଥ ହୋଇ ଫେରିଛନ୍ତି । ଗତକାଲି ଭୁବନେଶ୍ବରରୁ ୨୮୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ ।
wp:embed {"url":"https://twitter.com/bmcbbsr/status/1409867780061425667","type":"rich","providerNameSlug":"twitter","responsive":true,"className":""} /wp:embed୨୦୨୪ ମହାଲଢ଼େଇ; ଭୋଟ୍ ଦେଉଛି ଭାରତ, ପ୍ରଥମ ପର୍ଯ୍ୟାୟ...