Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପ୍ରତିରକ୍ଷା ରପ୍ତାନୀ କ୍ଷେତ୍ରରେ ମାଇଲ ଖୁଣ୍ଟ : ଫିଲିପାଇନ୍ସକୁ ଧୃବ ହେଲିକପ୍ଟର ବିକ୍ରି କରିବ ଭାରତ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୯ ହଜାରରୁ ଅଧିକ କରୋନା ପଜିଟିଭ୍, ୧୫୯ ମୃତ
  • ||
  • ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୨୮କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୯୫ କରୋନା ସଂକ୍ରମିତ, ୧୦୫୦୯୫୫ରେ ପହଞ୍ଚିଲା ସଂଖ୍ୟା
  • ||
  • ବାୟୁସେନା ହେଲିକପ୍ଟର କ୍ରାସ୍‌ରେ ଓଡିଆ ଯବାନ ମୃତ, ତାଳଚେରରେ ରାଣା ପ୍ରତାପ ଦାସଙ୍କ ଘର
  • ||
  • ମାତିଲେ ମାଓବାଦୀ : ଜାଳିଲେ ଗାଡ଼ି, ସୁପରଭାଇଜରଙ୍କୁ କଲେ ଅପହରଣ
  • ||
  • ମୁହାଁମୁହିଁ ହେବେ ଶାସକ-ବିରୋଧି : ମମିତା ମେହେର ପ୍ରସଙ୍ଗରେ ବିଧାନସଭା ଘେରିବ ବିଜେପି
  • ||

କମୁଛି ସଂକ୍ରମଣ, ରାଜ୍ୟରେ ୨୪ ଘଣ୍ଟାରେ ୩୪୦୫ କୋଭିଡ୍ ପଜିଟିଭ୍ ଚିହ୍ନଟ

15/06/2021 at 8:39 AM

ଭୁବନେଶ୍ୱର ୧୫।୦୬ : ଜୁନ ଆଣିଦେଉଛି ଆଶ୍ୱସ୍ତିକର ଖବର । ରାଜ୍ୟରେ ଧୀରେ ଧୀରେ ତଳକୁ ଖସୁଛି ସଂକ୍ରମଣର ପାରା । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୩୪୦୫ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୮୫୯୫୨୬ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୯୪୨ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୧୪୬୩ଜଣ ଲୋକାଲ୍‌ କେସ୍‌ ରହିଛନ୍ତି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୧୮୩ଜଣ, ବାଲେଶ୍ୱର ଜିଲ୍ଲାରୁ ୨୯୬ଜଣ, ବରଗଡ଼ ଜିଲ୍ଲାରୁ ୬୬ଜଣ, ଭଦ୍ରକ ଜିଲ୍ଲାରୁ ୧୭୯ଜଣ, ବଲାଙ୍ଗୀର ଜିଲ୍ଲାରୁ ୧୮ଜଣ, ବୌଦ୍ଧ ଜିଲ୍ଲାରୁ ୫୯ଜଣ, କଟକ ଜିଲ୍ଲାରୁ ୨୩୦ଜଣ, ଦେଓଗଡ଼ ଜିଲ୍ଲାରୁ ୨୩ଜଣ, ଢେଙ୍କାନାଳ ଜିଲ୍ଲାରୁ ୫୪ଜଣ, ଗଜପତି ଜିଲ୍ଲାରୁ ୫୮ଜଣ, ଗଞ୍ଜାମ ଜିଲ୍ଲାରୁ ୩୬ଜଣ, ଜଗତସିଂହପୁର ଜିଲ୍ଲାରୁ ୧୨୯ଜଣ, ଯାଜପୁର ଜିଲ୍ଲାରୁ ୩୯୧ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୯ଜଣ, କଳାହାଣ୍ଡି ଜିଲ୍ଲାରୁ ୫୪ଜଣ, କନ୍ଧମାଳ ଜିଲ୍ଲାରୁ ୫୫ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୭୩ଜଣ, କେନ୍ଦୁଝର ଜିଲ୍ଲାରୁ ୮୯ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୫୦୦ଜଣ, କୋରାପୁଟ ଜିଲ୍ଲାରୁ ୬୩ଜଣ, ମାଲକାନଗିରି ଜିଲ୍ଲାରୁ ୭୨ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୮୭ଜଣ, ନବରଙ୍ଗପୁର ଜିଲ୍ଲାରୁ ୮୩ଜଣ, ନୟାଗଡ଼ ଜିଲ୍ଲାରୁ ୯୭ଜଣ, ନୂଆପଡ଼ା ଜିଲ୍ଲାରୁ ୨୮ଜଣ, ପୁରୀ ଜିଲ୍ଲାରୁ ୧୪୧ଜଣ, ରାୟଗଡ଼ା ଜିଲ୍ଲାରୁ ୪୫ଜଣ, ସମ୍ବଲପୁର ଜିଲ୍ଲାରୁ ୩୮ଜଣ, ସୋନପୁର ଜିଲ୍ଲାରୁ ୨୫ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୪୮ଜଣ, ଷ୍ଟେଟ ପୁଲ୍‌ରୁ ୭୬ଜଣ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୮୫୯୫୨୬ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୫୧୧୦୪ ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୮୦୪୯୮୧ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୨୭୭୭୭୩୯ ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts