କମୁଛି ସଂକ୍ରମଣ, ରାଜ୍ୟରେ ୨୪ ଘଣ୍ଟାରେ ୩୪୦୮ କୋଭିଡ୍ ପଜିଟିଭ୍ ଚିହ୍ନଟ

Published By : Prameya-News7 Bureau | June 27, 2021 IST

ଭୁବନେଶ୍ୱର ୨୭।୦୬ : ଜୁନ ଆଣିଦେଉଛି ଆଶ୍ୱସ୍ତିକର ଖବର । ରାଜ୍ୟରେ ଧୀରେ ଧୀରେ ତଳକୁ ଖସୁଛି ସଂକ୍ରମଣର ପାରା । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୩୪୦୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୦୦୪୭୦ ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୯୪୩ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୧୪୬୫ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି ।

wp:html /wp:html

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୯୩ଜଣ, ବାଲେଶ୍ୱର ଜିଲ୍ଲାରୁ ୨୫୧ଜଣ, ବରଗଡ଼ ଜିଲ୍ଲାରୁ ୨୪ଜଣ, ଭଦ୍ରକ ଜିଲ୍ଲାରୁ ୧୬୯ଜଣ, ବଲାଙ୍ଗୀର ଜିଲ୍ଲାରୁ ୨୨ଜଣ, ବୌଦ୍ଧ ଜିଲ୍ଲାରୁ ୨୮ଜଣ, କଟକ ଜିଲ୍ଲାରୁ ୫୫୩ଜଣ, ଦେଓଗଡ଼ ଜିଲ୍ଲାରୁ ୪ଜଣ, ଢେଙ୍କାନାଳ ଜିଲ୍ଲାରୁ ୭୩ଜଣ, ଗଜପତି ଜିଲ୍ଲାରୁ ୧୪ଜଣ, ଗଞ୍ଜାମ ଜିଲ୍ଲାରୁ ୧୭ଜଣ, ଜଗତସିଂହପୁର ଜିଲ୍ଲାରୁ ୧୦୩ଜଣ, ଯାଜପୁର ଜିଲ୍ଲାରୁ ୨୫୮ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୯ଜଣ, କଳାହାଣ୍ଡି ଜିଲ୍ଲାରୁ ୧୫ଜଣ, କନ୍ଧମାଳ ଜିଲ୍ଲାରୁ ୧୯ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୧୦ଜଣ, କେନ୍ଦୁଝର ଜିଲ୍ଲାରୁ ୭୦ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୫୮୨ଜଣ, କୋରାପୁଟ ଜିଲ୍ଲାରୁ ୭୬ଜଣ, ମାଲକାନଗିରି ଜିଲ୍ଲାରୁ ୭୩ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୫୮ଜଣ, ନବରଙ୍ଗପୁର ଜିଲ୍ଲାରୁ ୪୩ଜଣ, ନୟାଗଡ଼ ଜିଲ୍ଲାରୁ ୧୬୦ଜଣ, ନୂଆପଡା ଜିଲ୍ଲାରୁ ୬ଜଣ, ପୁରୀ ଜିଲ୍ଲାରୁ ୨୧୫ଜଣ, ରାୟଗଡ଼ା ଜିଲ୍ଲାରୁ ୭୭ଜଣ, ସମ୍ବଲପୁର ଜିଲ୍ଲାରୁ ୨୮ଜଣ, ସୋନପୁର ଜିଲ୍ଲାରୁ ୧୬ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୩୭ଜଣ, ଷ୍ଟେଟ ପୁଲ୍‌ରୁ ୯୫ଜଣ ରହିଛନ୍ତି ।

wp:html /wp:html

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯୦୦୪୭୦ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୩୩୦୧୯ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୮୬୦୧୪୨ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୩୪୮୬୦୮୨ ସାମ୍ପୁଲ ଟେଷ୍ଟ୍ ହୋଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.