Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୟୁପିରେ ବଡ ଧରଣର ଦୁର୍ଘଟଣା, ଖେରୀ ଘାଘରା ନଦୀରେ ଓଲଟିଲା ଡଙ୍ଗା, ୧୦୦ ଭାସିଗଲେ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୨ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୫୯ କୋଭିଡ୍ ପଜିଟିଭ୍
  • ||
  • ଓ୍ୱାର୍ମ ଅପ୍ ମ୍ୟାଚରେ ମୁହାଁମୁହିଁ ହେବେ ଭାରତ-ଅଷ୍ଟ୍ରେଲିଆ, କଙ୍ଗାରୁ ବାହିନୀକୁ ମାତ୍ ଦେବାକୁ ତୟାର ବିରାଟ ଏଣ୍ଡ କୋ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୪ ହଜାରରୁ ଅଧିକ କରୋନା ପଜିଟିଭ୍, ୧୯୭ ମୃତ
  • ||
  • ଆଜି କୁମାର ପୂର୍ଣ୍ଣିମା : ମା’ ବୃନ୍ଦାବତୀଙ୍କ ନିକଟରେ ଆଞ୍ଜୁଳି ଟେକିଲେ କୁମାରୀ
  • ||
  • ପୁରୀ : ଦାଦାବଟିକୁ କେନ୍ଦ୍ରକରି ମହିଳାଙ୍କୁ ଗୁଳିମାଡ଼, ପୂର୍ବରୁ ମିଳିଥିଲା ଧମକ
  • ||
  • ଜଗତସିଂହପୁର : କେନାଲର ଭାସୁଛି ଏକ ଗଳିତ ମୃତଦେହ, ୩ ଅଭିଯୁକ୍ତ ଅଟକ
  • ||

ଭୁବନେଶ୍ବରରୁ ଦିନକରେ ୩୪୧ ଆକ୍ରାନ୍ତ ଚିହ୍ନଟ, ୩୬୩ ସୁସ୍ଥ

1/07/2021 at 8:10 PM

ଭୁବନେଶ୍ବର ୦୧/ ୦୭ : ରାଜଧାନୀ ଭୁବନେଶ୍ବରରେ କରୋନା ସଂକ୍ରମଣ ଗ୍ରାଫ ଧିରେ ଧିରେ ଖସୁଛି । ଆକ୍ରାନ୍ତଙ୍କ ଠାରୁ ସୁସ୍ଥଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି । ଏହି କ୍ରମରେ ଗତ ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ବରରେ ୩୪୧ ଜଣ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ କ୍ବାରେଣ୍ଟାଇନରୁ ୫୯ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମିତ ରହିଛନ୍ତି ୨୮୨ ଜଣ । ଏହାକୁ ମିଶାଇ ଭୁବନେଶ୍ବରରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ପହଞ୍ଚିଛି ୯୦,୫୬୩ । ତେବେ ବର୍ତ୍ତମାନ ସୁଦ୍ଧା ମୋଟ ୮୮,୭୬୭ ଜଣ ସୁସ୍ଥ ହୋଇସାରିଛନ୍ତି । ୪୫୫ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୧୩୨୦ ଆକ୍ଟିଭ୍ କେସ୍ ରହିଛି । ସେହିଭଳି ୨୪ ଘଣ୍ଟା ମଧ୍ୟରେ ରାଜଧାନୀ ଭୁବନେଶ୍ବରରୁ ୩୬୩ ଜଣ ସୁସ୍ଥ ହୋଇ ଫେରିଛନ୍ତି । ଗତକାଲି ଭୁବନେଶ୍ବରରୁ ୪୧୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ ।

   Related Posts