Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ବର : ଚଉଷଠୀ ଯୋଗିନୀ ମା’ ନାରାୟଣୀଙ୍କ ମନ୍ଦିରରୁ ଚୋରି, ମା’ଙ୍କ ମୂର୍ତ୍ତିରୁ ସୁନା ଅଳଙ୍କାର ତାଡି ନେଲେ ଦୁର୍ବୃତ୍ତ
  • ||
  • ଭୁବନେଶ୍ବର : ରାଜ୍ୟରେ ଚିହ୍ନଟ ହୋଇଛନ୍ତି ୬୯୭୦ଜଣ ଭିକାରୀ, ୪୧୨୮ ପୁରୁଷ ଓ ୨୮୪୨ ମହିଳା
  • ||
  • ଭୁବନେଶ୍ବର : ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ଓମିକ୍ରନ୍ ଚିହ୍ନଟ ହୋଇନାହିଁ : DMET
  • ||
  • ଭୁବନେଶ୍ବର : ଗୃହରେ ବିରୋଧୀଙ୍କ ପ୍ରତିବାଦ ପ୍ରସଙ୍ଗ, ବିଧାୟିକା ସ୍ନେହାଙ୍ଗୀନି ଛୁରିଆ କହିଲେ- ‘ଏହା ଗଣତନ୍ତ୍ର ପ୍ରତି ସୁସ୍ଥ ବାତାବରଣ ନୁହଁ’
  • ||
  • ଭୁବନେଶ୍ବର : ଦୁର୍ବଳ ହେବାରେ ଲାଗିଛି ବାତ୍ୟା : ରାଜସ୍ବ ମନ୍ତ୍ରୀ
  • ||
  • ଭୁବନେଶ୍ବର : ମମିତା ଝଡ ଧୀରେ ଧୀରେ ମହାବାତ୍ୟା ଆଡକୁ ମୁହାଁଇବ : ବିଷ୍ଣୁ ସେଠୀ
  • ||
  • ପୁରୀ : ପୁରୀ ବେଳାଭୂମିରେ ଲାଗିଲା ରେଡ୍ ଫ୍ଲାଗ୍, ଜନସାଧାରଣଙ୍କୁ ଯିବା ଲାଗି ବାରଣ
  • ||
  • ପଦାର୍ଥ ବିଜ୍ଞାନୀ ପଦ୍ମଭୂଷଣ ତ୍ରିଲୋଚନ ପ୍ରଧାନଙ୍କ ପରଲୋକ
  • ||
  • କୋରାପୁଟ : ମାଲବାହୀ ଟ୍ରେନ୍‌ ଇଞ୍ଜିନ୍ ଲାଇନ୍‌ଚ୍ୟୁତ, ନୂଆ ଟ୍ରାକ୍‌ରୁ ପୁରୁଣା ଟ୍ରାକ୍‌କୁ ପାସ୍ ବେଳେ ଦୁର୍ଘଟଣା
  • ||
  • ଖଲ୍ଲିକୋଟ : ପାଖେଇ ଆସୁଛି ‘ଜଓ୍ବାଦ’, ଡଙ୍ଗା ଓ ଜାଲ ନଷ୍ଟ ହେବା ଆଶଙ୍କାରେ ମତ୍ସ୍ୟଜୀବୀ
  • ||

ରାଜ୍ୟରେ ଚିହ୍ନଟ ହେଲେ ୩୪୪୩ କରୋନା ସଂକ୍ରମିତ, ୨୧୯୧୧୯ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

30/09/2020 at 12:07 PM

ଭୁବନେଶ୍ବର ୩୦।୯: ରାଜ୍ୟରେ ହୁ ହୁ ହୋଇ ବଢି ଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ୨୪ ଘଣ୍ଟା ମଧ୍ୟରେ ୩୪୪୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୧୯୧୧୯ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୦୧୭ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୧୪୨୬ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୧୦୦ଜଣ, ବାଲେଶ୍ବର ଜିଲ୍ଲାରୁ ୧୫୨ଜଣ, ବରଗଡ଼ ଜିଲ୍ଲାରୁ ୧୧୧ଜଣ, ଭଦ୍ରକ ଜିଲ୍ଲାରୁ ୯୫ଜଣ, ବଲାଙ୍ଗୀର ଜିଲ୍ଲାରୁ ୧୧୪ଜଣ, ବୌଦ୍ଧ ଜିଲ୍ଲାରୁ ୧୦ଜଣ, କଟକ ଜିଲ୍ଲାରୁ ୩୫୯ଜଣ, ଦେଓଗଡ଼ ଜିଲ୍ଲାରୁ ୧୩ଜଣ, ଢେଙ୍କାନାଳ ଜିଲ୍ଲାରୁ ୪୭ଜଣ, ଗଜପତି ଜିଲ୍ଲାରୁ ୧୮ଜଣ, ଗଞ୍ଜାମ ଜିଲ୍ଲାରୁ ୫୪ଜଣ, ଜଗତସିଂହପୁର ଜିଲ୍ଲାରୁ ୭୮ଜଣ, ଯାଜପୁର ଜିଲ୍ଲାରୁ ୧୩୦ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୭୭ଜଣ, କଳାହାଣ୍ଡି ଜିଲ୍ଲାରୁ ୭୬ଜଣ, କନ୍ଧମାଳ ଜିଲ୍ଲାରୁ ୧୦୩ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୦୧ଜଣ, କେନ୍ଦୁଝର ଜିଲ୍ଲାରୁ ୯୭ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୬୦୧ଜଣ, କୋରାପୁଟ ଜିଲ୍ଲାରୁ ୫୨ଜଣ, ମାଲକାନଗିରି ଜିଲ୍ଲାରୁ ୨୯ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୪୧ଜଣ, ନବରଙ୍ଗପୁର ଜିଲ୍ଲାରୁ ୮୯ଜଣ, ନୟାଗଡ଼ ଜିଲ୍ଲାରୁ ୮୮ଜଣ, ନୂଆପଡ଼ା ଜିଲ୍ଲାରୁ ୮୭ଜଣ, ପୁରୀ ଜିଲ୍ଲାରୁ ୧୩୨ଜଣ, ରାୟଗଡ଼ା ଜିଲ୍ଲାରୁ ୨୯ଜଣ, ସମ୍ବଲପୁର ଜିଲ୍ଲାରୁ ୧୩୧ଜଣ, ସୋନପୁର ଜିଲ୍ଲାରୁ ୯୪ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୮୧ଜଣ, ଷ୍ଟେଟ ପୁଲ୍‌ରୁ ୧୫୪ଜଣ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୧୯୧୧୯ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୬୭୪୩ ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୮୧୪୮୧ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୨୫୦୯୯୯ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts