Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଯୁବ ମୋର୍ଚ୍ଚା ନେତାଙ୍କୁ ମାଡ଼ ଘଟଣାରେ ପ୍ରତିବାଦ, ମୁଖ୍ୟମନ୍ତ୍ରୀଙ୍କ କୁଶ ପୁତ୍ତଳିକା ଦାହ କଲା ବିଜେପି
  • ||
  • କାର୍ତ୍ତିକ ମାସର ପ୍ରଥମ ସୋମବାରରେ ଧବଳେଶ୍ଵର ପୀଠରେ ୧୪୪ ଧାରା ଜାରି
  • ||
  • ଭୁବନେଶ୍ବର : ମନୀଷ ଅନୁରାଗ ମୃତ୍ୟୁ ମାମଲା : ବଦଳିଲେ ତମାଣ୍ଡୋ ଥାନା IIC, ଚନ୍ଦକା ଥାନାର ସବ୍ ଇନ୍ସପେକ୍ଟର ତୁଲାଇବେ ଦାୟିତ୍ବ
  • ||
  • ଭୁବନେଶ୍ବର : ମନୀଷ ଅନୁରାଗ ମୃତ୍ୟୁ ମାମଲା, କନେଷ୍ଟବଳ ପ୍ରସନ୍ନ ବେହେରା ନିଲମ୍ବିତ
  • ||
  • ଜଗତସିଂହପୁର : ଦେବୀ ନଦୀରେ ବୁଡି ୫ମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ, ଅନ୍ୟ ୩ଜଣ ଉଦ୍ଧାର
  • ||
  • ବ୍ରହ୍ମପୁର : ବ୍ରହ୍ମପୁରରେ ସ୍ବର୍ଣ୍ଣିମ ବିଜୟ ବର୍ଷ ପାଳିତ, ପୋଲିସ ରିଜର୍ଭ ଗ୍ରାଉଣ୍ଡରେ ପହଞ୍ଚିଲା ମଶାଲ
  • ||
  • ଭୁବନେଶ୍ବର : ତେଲ ଟ୍ୟାଙ୍କରରେ ଗଞ୍ଜେଇ ଚାଲାଣ, ଅଢେଇ କ୍ବିଣ୍ଟାଲ ଗଞ୍ଜେଇ ସହ ୨ ଜଣଙ୍କୁ ଗିରଫ କଲା ଏନ୍‌ସିବି
  • ||
  • ବାଲିପାଟଣା : ବୃଦ୍ଧଙ୍କୁ ଚାପିଦେଲା ହାଇଓ୍ବା, ଘଟଣାସ୍ଥଳରେ ଚାଲିଗଲା ଜୀବନ
  • ||
  • ସୁନ୍ଦରଗଡ : ଗଛରୁ ଉଦ୍ଧାର ହେଲା ଯୁବକଙ୍କ ଝୁଲନ୍ତା ମୃତଦେହ, ଆତ୍ମହତ୍ୟା ସନ୍ଦେହ
  • ||
  • ବାରିପଦା : ମୟୁରଭଞ୍ଜରେ ସ୍ବାସ୍ଥ୍ୟ ସ୍ମାର୍ଟ କାର୍ଡ ବାଣ୍ଟିଲେ ମୁଖ୍ୟମନ୍ତ୍ରୀ, ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ
  • ||

ରାଜ୍ୟରେ କରୋନା ନେଲା ଆଉ ୩୫ ଜଣଙ୍କ ଜୀବନ, ୨୬୮୬ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା

29/05/2021 at 8:58 AM

ଭୁବନେଶ୍ୱର ୨୯।୦୫: ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତକଙ୍କ ସଂଖ୍ୟା ବଢିଛି । ଗତ ୨୪ ଘଣ୍ଟା ମଧ୍ୟରେ ୭୧୮୮ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୩୫ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୬୮୬କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ମୃତକଙ୍କ ମଧ୍ୟରୁ ଅନୁଗୋଳ ଜିଲ୍ଲାରୁ ୫ ଜଣ ରହିଥିବା ବେଳେ କଳାହାଣ୍ଡି ଓ ରାୟଗଡା ଜିଲ୍ଲାରୁ ୪ ଜଣ ଲେଖାଏଁ ରହିଛନ୍ତି । ଝାରସୁଗୁଡା, ଖୋର୍ଦ୍ଧା, ନବରଙ୍ଗପୁର ଓ ସୁନ୍ଦରଗଡ ଜିଲ୍ଲାରୁ ୩ ଜଣ ଲେଖାଏଁ ରହିଥିବା ବେଳେ ବୌଦ୍ଧ, ଜଗତସିଂପୁର, କୋରାପୁଟରୁ ୨ ଜଣ ଲେଖାଏଁ ରହିଛନ୍ତି । ସେହିପରି କଟକ, ମାଲକାନଗିରି, ସମ୍ବଲପୁର ଓ ସୋନପୁରରୁ ଜଣେ ଲେଖାଏଁ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୭୪୭୧୪୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୯୭୨୭୧ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୬୪୭୧୩୩ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏହାସହ ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨୬୮୬କୁ ବୃଦ୍ଧି ପାଇଥିବା ବେଳେ ୫୩ଜଣଙ୍କର ଅଣ କୋଭିଡ଼ ଯୋଗୁଁ ମୃତ୍ୟୁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୧୧୬୪୫୪୦୨ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts