Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୫୦ କୋଭିଡ୍ ସଂକ୍ରମିତ, ୩୩୪୩୦୦ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୯୦୫ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • ଢେଙ୍କାନାଳ : କଳିଙ୍ଗ ଝୋଟ କାରଖାନାରେ ଅଘଟଣ, ମେସିନରେ ଚାପି ହୋଇ ଶ୍ରମିକ ମୃତ
  • ||
  • ଭଞ୍ଜନଗର : ଘରୋଇ କଳି ହେଲା କାଳ, ଦାଦାର ଛୁରାମାଡ଼଼ରେ ଝିଆରୀ ଆହତ
  • ||
  • ପୁରୀ : ଆଜି ଶ୍ରୀଜିଉଙ୍କ ଦର୍ଶନ ବନ୍ଦ, ଶ୍ରୀମନ୍ଦିର ଭିତରେ ଓ ବାହାରେ କରାଯାଉଛି ସାନିଟାଇଜ୍
  • ||
  • ବ୍ରିଜରେ ଝୁଲିଛି ଯାତ୍ରୀବାହୀ ବସ୍‌, ଅଳ୍ପକେ ବର୍ତ୍ତିଲେ ୫୦ରୁ ଅଧିକ ଯାତ୍ରୀ
  • ||
  • ଆଜିଠୁ ଖୋଲିଲା ଭିତରକନିକା, କୁମ୍ଭୀର ଗଣନା ପାଇଁ ଗତ ୧୫ ତାରିଖଠାରୁ ବନ୍ଦ ଥିଲା ଜାତୀୟ ଉଦ୍ୟାନ
  • ||

କଟକ ସହରରୁ ଆଉ ୩୫ କରୋନା ପଜିଟିଭ୍ ଚିହ୍ନଟ, ସ୍ଥାନୀୟ ସଂକ୍ରମିତ ୩

25/07/2020 at 3:22 PM

କଟକ, ୨୫|୦୭:  କଟକ ସହରରୁ ଆଉ ୩୫ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଆକ୍ରାନ୍ତଙ୍କ ମଧ୍ୟରୁ ୩୨ ଜଣ କ୍ୱାରେଣ୍ଟାଇନରେ ଥିବା ବେଳେ ୩ଜଣ ହେଉଛନ୍ତି ସ୍ଥାନୀୟ ସଂକ୍ରମିତ ।

ସହରରେ ସରକାରୀ କ୍ୱାରେଣ୍ଟାଇନରୁ ୬ଜଣ ଚିହ୍ନଟ ହୋଇଥିବା ବେଳେ ହୋମ୍ କ୍ୱାରେଣ୍ଟାଇନରେ ଥିବା ୨୬ଜଣଙ୍କ ନମୂନା ପଜିଟିଭ୍ ଆସିଛି । ସେହିପରି ସ୍ଥାନୀୟ ସଂକ୍ରମିତମାନେ ହେଲେ ପୁରୁଣା ରାଉସପାଟଣାର ୨୫ ବର୍ଷୀୟ ଯୁବକ, ଶିଖରପୁରର ୬୦ ବର୍ଷୀୟ ବୃଦ୍ଧ ଓ ଚାନ୍ଦିନୀ ଚୌକ ଅଞ୍ଚଳର ଜଣେ ୬୦ ବର୍ଷୀୟା ମହିଳା । ଏହି ସଂକ୍ରମିତଙ୍କ କଣ୍ଟାକ୍ଟ ଟ୍ରେସିଂ ଆରମ୍ଭ ହୋଇଛି  ।

ସୂଚନାଯୋଗ୍ୟ, ସହରରେ ଏବେସୁଦ୍ଧା ୬୧୪ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୨୭୩ଜଣ ଆରୋଗ୍ୟ ଲାଭ କରିଛନ୍ତି । ସେହିପରି ୮ଜଣ ପ୍ରାଣ ହରାଇଛନ୍ତି । ଏବେବି ୩୩୩ଟି ସକ୍ରିୟ କେସ୍ ରହିଛି ।

   Related Posts