Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବରିଷ୍ଠ ସାମ୍ୱାଦିକ ବିନୋଦ ଦୁଆଙ୍କ ପରଲୋକ, କରୋନାରେ ହୋଇଥିଲେ ଆକ୍ରାନ୍ତ
  • ||
  • ଚାଲିପାରିଲାନି ବିଧାନସଭା, ସୋମାବାର ପର୍ଯ୍ୟନ୍ତ ମୁଲତବୀ ଘୋଷଣା କଲେ ବାଚସ୍ପତି
  • ||
  • ଭୁବନେଶ୍ବର : ଚଉଷଠୀ ଯୋଗିନୀ ମା’ ନାରାୟଣୀଙ୍କ ମନ୍ଦିରରୁ ଚୋରି, ମା’ଙ୍କ ମୂର୍ତ୍ତିରୁ ସୁନା ଅଳଙ୍କାର ତାଡି ନେଲେ ଦୁର୍ବୃତ୍ତ
  • ||
  • ଭୁବନେଶ୍ବର : ରାଜ୍ୟରେ ଚିହ୍ନଟ ହୋଇଛନ୍ତି ୬୯୭୦ଜଣ ଭିକାରୀ, ୪୧୨୮ ପୁରୁଷ ଓ ୨୮୪୨ ମହିଳା
  • ||
  • ଭୁବନେଶ୍ବର : ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ଓମିକ୍ରନ୍ ଚିହ୍ନଟ ହୋଇନାହିଁ : DMET
  • ||
  • ଭୁବନେଶ୍ବର : ଗୃହରେ ବିରୋଧୀଙ୍କ ପ୍ରତିବାଦ ପ୍ରସଙ୍ଗ, ବିଧାୟିକା ସ୍ନେହାଙ୍ଗୀନି ଛୁରିଆ କହିଲେ- ‘ଏହା ଗଣତନ୍ତ୍ର ପ୍ରତି ସୁସ୍ଥ ବାତାବରଣ ନୁହଁ’
  • ||
  • ଭୁବନେଶ୍ବର : ଦୁର୍ବଳ ହେବାରେ ଲାଗିଛି ବାତ୍ୟା : ରାଜସ୍ବ ମନ୍ତ୍ରୀ
  • ||
  • ଭୁବନେଶ୍ବର : ମମିତା ଝଡ ଧୀରେ ଧୀରେ ମହାବାତ୍ୟା ଆଡକୁ ମୁହାଁଇବ : ବିଷ୍ଣୁ ସେଠୀ
  • ||
  • ପୁରୀ : ପୁରୀ ବେଳାଭୂମିରେ ଲାଗିଲା ରେଡ୍ ଫ୍ଲାଗ୍, ଜନସାଧାରଣଙ୍କୁ ଯିବା ଲାଗି ବାରଣ
  • ||
  • ପଦାର୍ଥ ବିଜ୍ଞାନୀ ପଦ୍ମଭୂଷଣ ତ୍ରିଲୋଚନ ପ୍ରଧାନଙ୍କ ପରଲୋକ
  • ||

ଉପରତଳ ହେଉଛି ସଂକ୍ରମଣ : ୨୪ ଘଣ୍ଟାରେ ବାହାରିଲେ ୩୫୧ କୋଭିଡ୍ ପଜିଟିଭ୍

4/11/2021 at 9:48 AM

ଭୁବନେଶ୍ୱର ୦୪।୧୧ : ଅକ୍ଟୋବର ପରେ ନଭେମ୍ବର ବି ଆଣିଦେଉଛି ଆଶ୍ୱସ୍ତିକର ଖବର । ରାଜ୍ୟରେ ଧୀରେ ଧୀରେ ତଳକୁ ଖସୁଛି ସଂକ୍ରମଣର ପାରା । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୩୫୧ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୪୨୭୭୩ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୦୭ ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୧୪୪ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୪୫ ଜଣ ପଜିଟିଭ ରହିଛନ୍ତି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ଜଣେ, ବାଲେଶ୍ୱର ଜିଲ୍ଲାରୁ ୧୩ଜଣ, ଭଦ୍ରକ ଜିଲ୍ଲାରୁ ୬ଜଣ, ବଲାଙ୍ଗୀର ଜିଲ୍ଲାରୁ ୪ଜଣ, କଟକ ଜିଲ୍ଲାରୁ ୩୫ଜଣ, ଦେଓଗଡ଼ ଜିଲ୍ଲାରୁ ଜଣେ, ଗଜପତି ଜିଲ୍ଲାରୁ ୨ଜଣ, ଜଗତସିଂହପୁର ଜିଲ୍ଲାରୁ ୧୦ଜଣ, ଯାଜପୁର ଜିଲ୍ଲାରୁ ୧୫ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ଜଣେ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୮ଜଣ, କେନ୍ଦୁଝର ଜିଲ୍ଲାରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ୧୮୧ଜଣ,କୋରାପୁଟ ଜିଲ୍ଲାରୁ ୨ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୩ଜଣ, ନବରଙ୍ଗପୁର ଜିଲ୍ଲାରୁ ୨ଜଣ, ନୟାଗଡ଼ ଜିଲ୍ଲାରୁ ୬ଜଣ, ନୂଆପଡ଼ା ଜିଲ୍ଲାରୁ ଜଣେ, ପୁରୀ ଜିଲ୍ଲାରୁ ୬ଜଣ, ସମ୍ବଲପୁର ଜିଲ୍ଲାରୁ ୫ଜଣ, ସୋନପୁର ଜିଲ୍ଲାରୁ ଜଣେ, ସୁନ୍ଦରଗଡ଼ ଜିଲ୍ଲାରୁ ୩ଜଣ, ଷ୍ଟେଟ ପୁଲ୍‌ରୁ ୪୪ଜଣ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୪୨୭୭୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୩୯୩୧ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୩୦୪୪୨ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୨୨୪୦୮୧୫ ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts