ରାଜ୍ୟରେ ଚିହ୍ନଟ ହେଲେ ଆଉ ୩୫୧ କରୋନା ସଂକ୍ରମିତ, ୩୨୫୧୪୭ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

Published By : Prameya-News7 Bureau | December 17, 2020 IST

ଭୁବନେଶ୍ବର ୧୭।୧୨: ରାଜ୍ୟରେ ଏବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ୩୫୧ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୨୫୧୪୭ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୦୩ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୧୪୮ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୪୧ଜଣ, ବାଲେଶ୍ୱର ଜିଲ୍ଲାରୁ ୧୭ଜଣ, ବରଗଡ଼ ଜିଲ୍ଲାରୁ ୮ଜଣ, ଭଦ୍ରକ ଜିଲ୍ଲାରୁ ୫ଜଣ, ବଲାଙ୍ଗୀର ଜିଲ୍ଲାରୁ ୧୦ଜଣ, ବୌଦ୍ଧ ଜିଲ୍ଲାରୁ ୨ ଜଣ, କଟକ ଜିଲ୍ଲାରୁ ୨୭ଜଣ, ଦେବଗଡ ଜିଲ୍ଲାରୁ ୨ ଜଣ, ଢେଙ୍କାନାଳ ଜିଲ୍ଲାରୁ ୩ ଜଣ, ଗଞ୍ଜାମ ଜିଲ୍ଲାରୁ ୨ଜଣ, ଜଗତସିଂହପୁର ଜିଲ୍ଲାରୁ ୮ଜଣ, ଯାଜପୁର ଜିଲ୍ଲାରୁ ୬ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୧ଜଣ, କଳାହାଣ୍ଡି ଜିଲ୍ଲାରୁ ୩ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୯ଜଣ, କେନ୍ଦୁଝର ଜିଲ୍ଲାରୁ ୮ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୫୨ଜଣ, କୋରାପୁଟ ଜିଲ୍ଲାରୁ ଜଣେ, ମାଲକାନଗିରି ଜିଲ୍ଲାରୁ ୨ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୭ଜଣ, ନବରଙ୍ଗପୁର ଜିଲ୍ଲାରୁ ୬ଜଣ, ନୟାଗଡ଼ ଜିଲ୍ଲାରୁ ଜଣେ, ନୂଆପଡ଼ା ଜିଲ୍ଲାରୁ ୨୧ଜଣ, ପୁରୀ ଜିଲ୍ଲାରୁ ୩ଜଣ, ସମ୍ବଲପୁର ଜିଲ୍ଲାରୁ ୨୬ଜଣ, ସୋନପୁର ଜିଲ୍ଲାରୁ ଜଣେ, ସୁନ୍ଦରଗଡ଼ ଜିଲ୍ଲାରୁ ୪୭ଜଣ, ଷ୍ଟେଟ ପୁଲ୍‌ରୁ ୧୨ଜଣ ରହିଛନ୍ତି ।

wp:html /wp:html wp:html /wp:html wp:html /wp:html

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୨୫୧୪୭ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୦୬୧ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୨୦୨୦୮ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୬୫୦୨୪୫୧ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.