କମୁଛି ସଂକ୍ରମଣ, ରାଜ୍ୟରେ ୨୪ ଘଣ୍ଟାରେ ୩୫୩୫ କୋଭିଡ୍ ପଜିଟିଭ୍ ଚିହ୍ନଟ

Published By : Prameya-News7 Bureau | June 16, 2021 IST

ଭୁବନେଶ୍ୱର ୧୬।୦୬ : ଜୁନ ଆଣିଦେଉଛି ଆଶ୍ୱସ୍ତିକର ଖବର । ରାଜ୍ୟରେ ଧୀରେ ଧୀରେ ତଳକୁ ଖସୁଛି ସଂକ୍ରମଣର ପାରା । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୩୫୩୫ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୮୬୩୦୬୧ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୦୧୬ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୧୫୧୯ଜଣ ଲୋକାଲ୍‌ କେସ୍‌ ରହିଛନ୍ତି ।

wp:html /wp:html

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୨୦୭ଜଣ, ବାଲେଶ୍ୱର ଜିଲ୍ଲାରୁ ୨୯୬ଜଣ, ବରଗଡ଼ ଜିଲ୍ଲାରୁ ୮୬ଜଣ, ଭଦ୍ରକ ଜିଲ୍ଲାରୁ ୧୮୪ଜଣ, ବଲାଙ୍ଗୀର ଜିଲ୍ଲାରୁ ୧୮ଜଣ, ବୌଦ୍ଧ ଜିଲ୍ଲାରୁ ୫୨ଜଣ, କଟକ ଜିଲ୍ଲାରୁ ୩୨୦ଜଣ, ଦେଓଗଡ଼ ଜିଲ୍ଲାରୁ ୨୫ଜଣ, ଢେଙ୍କାନାଳ ଜିଲ୍ଲାରୁ ୫୬ଜଣ, ଗଜପତି ଜିଲ୍ଲାରୁ ୨୭ଜଣ, ଗଞ୍ଜାମ ଜିଲ୍ଲାରୁ ୨୬ଜଣ, ଜଗତସିଂହପୁର ଜିଲ୍ଲାରୁ ୯୦ଜଣ, ଯାଜପୁର ଜିଲ୍ଲାରୁ ୩୪୮ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୨ଜଣ, କଳାହାଣ୍ଡି ଜିଲ୍ଲାରୁ ୩୫ଜଣ, କନ୍ଧମାଳ ଜିଲ୍ଲାରୁ ୫୬ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୦୪ଜଣ, କେନ୍ଦୁଝର ଜିଲ୍ଲାରୁ ୯୨ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୫୩୩ଜଣ, କୋରାପୁଟ ଜିଲ୍ଲାରୁ ୫୬ଜଣ, ମାଲକାନଗିରି ଜିଲ୍ଲାରୁ ୬୮ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୫୩ଜଣ, ନବରଙ୍ଗପୁର ଜିଲ୍ଲାରୁ ୮୫ଜଣ, ନୟାଗଡ଼ ଜିଲ୍ଲାରୁ ୯୫ଜଣ, ନୂଆପଡ଼ା ଜିଲ୍ଲାରୁ ୧୫ଜଣ, ପୁରୀ ଜିଲ୍ଲାରୁ ୧୮୭ଜଣ, ରାୟଗଡ଼ା ଜିଲ୍ଲାରୁ ୭୩ଜଣ, ସମ୍ବଲପୁର ଜିଲ୍ଲାରୁ ୩୯ଜଣ, ସୋନପୁର ଜିଲ୍ଲାରୁ ୩୯ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ଜଣ, ଷ୍ଟେଟ ପୁଲ୍‌ରୁ ୮୨ଜଣ ରହିଛନ୍ତି ।

wp:html /wp:html

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୮୬୩୦୬୧ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୪୭୭୯୬ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୮୧୧୭୮୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୨୮୩୬୪୩୪ ସାମ୍ପୁଲ ଟେଷ୍ଟ୍ ହୋଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.