ଭୁବନେଶ୍ବରରୁ ଦିନକରେ ୩୫୪ କରୋନା ଆକ୍ରାନ୍ତ ଚିହ୍ନଟ, ୨୩୯ ସୁସ୍ଥ

Published By : Prameya-News7 Bureau | July 31, 2021 IST

ଭୁବନେଶ୍ବର ୩୧/୦୭ : ରାଜଧାନୀ ଭୁବନେଶ୍ବରରେ କରୋନା ସଂକ୍ରମଣ ଗ୍ରାଫ୍ ବଢୁଛି । ସୁସ୍ଥଙ୍କ ତୁଳନାରେ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇଛି । ଏହି କ୍ରମରେ ଗତ ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ବରରେ ୩୫୪ ଜଣ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ କ୍ବାରେଣ୍ଟାଇନରୁ ୮୨ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମିତ ରହିଛନ୍ତି ୨୭୨ ଜଣ । ଏହାକୁ ମିଶାଇ ଭୁବନେଶ୍ବରରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ପହଞ୍ଚିଛି ୯୯,୮୬୩ । ତେବେ ବର୍ତ୍ତମାନ ସୁଦ୍ଧା ମୋଟ ୯୬,୬୧୯ ଜଣ ସୁସ୍ଥ ହୋଇସାରିଛନ୍ତି । ୮୦୧ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୨୪୨୨ ଆକ୍ଟିଭ୍ କେସ୍ ରହିଛି । ସେହିଭଳି ୨୪ ଘଣ୍ଟା ମଧ୍ୟରେ ରାଜଧାନୀ ଭୁବନେଶ୍ବରରୁ ୨୩୯ ଜଣ ସୁସ୍ଥ ହୋଇ ଫେରିଛନ୍ତି । ଗତକାଲି ଭୁବନେଶ୍ବରରୁ ୩୮୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ ।

wp:embed {"url":"https://twitter.com/bmcbbsr/status/1421463198792765450","type":"rich","providerNameSlug":"twitter","responsive":true}
https://twitter.com/bmcbbsr/status/1421463198792765450
/wp:embed

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.