ରାଜ୍ୟରେ ଚିହ୍ନଟ ହେଲେ ଆଉ ୩୫୬ କରୋନା ସଂକ୍ରମିତ, ୩୨୫୮୬୧ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

Published By : Prameya-News7 Bureau | December 19, 2020 IST

ଭୁବନେଶ୍ବର ୧୯।୧୨: ରାଜ୍ୟରେ ଏବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ୩୫୬ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୨୫୮୬୧ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୯୯ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୧୫୭ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

wp:html /wp:html

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୨୯ଜଣ, ବାଲେଶ୍ୱର ଜିଲ୍ଲାରୁ ୨୬ଜଣ, ବରଗଡ଼ ଜିଲ୍ଲାରୁ ୧୭ଜଣ, ଭଦ୍ରକ ଜିଲ୍ଲାରୁ ୭ଜଣ, ବଲାଙ୍ଗୀର ଜିଲ୍ଲାରୁ ୧୦ଜଣ, କଟକ ଜିଲ୍ଲାରୁ ୧୯ଜଣ, ଢେଙ୍କାନାଳ ଜିଲ୍ଲାରୁ ଜଣେ, ଗଜପତି ଜିଲ୍ଲାରୁ ୨ଜଣ, ଗଞ୍ଜାମ ଜିଲ୍ଲାରୁ ୪ଜଣ, ଜଗତସିଂହପୁର ଜିଲ୍ଲାରୁ ୧୩ଜଣ, ଯାଜପୁର ଜିଲ୍ଲାରୁ ୯ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୬ଜଣ, କଳାହାଣ୍ଡି ଜିଲ୍ଲାରୁ ୭ଜଣ , କନ୍ଧମାଳ ଜିଲ୍ଲାରୁ ଜଣେ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୯ଜଣ, କେନ୍ଦୁଝର ଜିଲ୍ଲାରୁ ୬ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୪୧ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୨୯ଜଣ, ନବରଙ୍ଗପୁର ଜିଲ୍ଲାରୁ ୩ଜଣ, ନୟାଗଡ଼ ଜିଲ୍ଲାରୁ ୨ଜଣ, ନୂଆପଡ଼ା ଜିଲ୍ଲାରୁ ୧୮ଜଣ, ପୁରୀ ଜିଲ୍ଲାରୁ ୨୦ଜଣ, ରାୟଗଡ଼ା ଜିଲ୍ଲାରୁ ୪ଜଣ, ସମ୍ବଲପୁର ଜିଲ୍ଲାରୁ ୨୫ଜଣ, ସୋନପୁର ଜିଲ୍ଲାରୁ ଜଣେ, ସୁନ୍ଦରଗଡ଼ ଜିଲ୍ଲାରୁ ୩୫ଜଣ, ଷ୍ଟେଟ୍‌ ପୁଲ୍‌ରୁ ୧୨ଜଣ ରହିଛନ୍ତି ।

wp:html /wp:html

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୨୫୮୬୧ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୦୨୯ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୨୦୯୪୭ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୬୫୬୯୨୭୯ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.