Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପୋଖରୀରୁ ମିଳିଲା ନିଖୋଜ ଶିଶୁକନ୍ୟାର ମୃତଦେହ, ହତ୍ୟା ସନ୍ଦେହ
  • ||
  • ଶିକାରୀ ଗିରଫ, ୬ ମୃତ ବିଦେଶୀ ପକ୍ଷୀ ଜବତ
  • ||
  • ରାଜ୍ୟରେ ଆଉ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୦୭କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୯୧ କରୋନା ସଂକ୍ରମିତ, ୧୦୪୮୬୮୩ରେ ପହଞ୍ଚିଲା ସଂଖ୍ୟା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୬୨୧ ମୃତ
  • ||
  • ମଝି ସମୁଦ୍ରରେ ଦୁର୍ଘଟଣା, ଧକ୍କା ହେଲା ୨ ଜାହାଜ
  • ||
  • ବାତ୍ୟାର ରୂପ ନେବ ଲଘୁଚାପ ! ଅନୁମାନ ଲଗାଇଲାଣି ଆଇଏମଡି, ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା
  • ||
  • ବାଘ ଗଣନା ବେଳେ ମିଳିଲା ମୃତଦେହ, ହତ୍ୟା ନା ଆତ୍ମହତ୍ୟା !
  • ||
  • ଶୀତ ଅଧିବେଶନ ପୂର୍ବରୁ ରବିବାର ସର୍ବଦଳୀୟ ବୈଠକ, ବିରୋଧିଙ୍କ ସହ କଥା ହେବେ ପ୍ରଧାନମନ୍ତ୍ରୀ
  • ||

ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୩୫୮ କୋଭିଡ୍ ପଜିଟିଭ୍

16/10/2021 at 9:34 AM

ଭୁବନେଶ୍ୱର ୧୬।୧୦ : ସେପ୍ଟେମ୍ବର ପରେ ଅକ୍ଟୋବର ବି ଆଣିଦେଉଛି ଆଶ୍ୱସ୍ତିକର ଖବର । ରାଜ୍ୟରେ ଧୀରେ ଧୀରେ ତଳକୁ ଖସୁଛି ସଂକ୍ରମଣର ପାରା । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୩୫୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୩୪୬୩୪ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୦୯ ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୧୪୯ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୪୭ ଜଣ ପଜିଟିଭ ରହିଛନ୍ତି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ଜଣେ, ବାଲେଶ୍ୱର ଜିଲ୍ଲାରୁ ୧୩ଜଣ, ବରଗଡ଼ ଜିଲ୍ଲାରୁ ୩ଜଣ, ଭଦ୍ରକ ଜିଲ୍ଲାରୁ ୮ଜଣ, ବଲାଙ୍ଗୀର ଜିଲ୍ଲାରୁ ୪ଜଣ, ବୌଦ୍ଧ ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୧୫ଜଣ, ଦେଓଗଡ଼ ଜିଲ୍ଲାରୁ ଜଣେ, ଗଜପତି ଜିଲ୍ଲାରୁ ୭ଜଣ, ଗଞ୍ଜାମ ଜିଲ୍ଲାରୁ ଜଣେ, ଜଗତସିଂହପୁର ଜିଲ୍ଲାରୁ ୮ଜଣ, ଯାଜପୁର ଜିଲ୍ଲାରୁ ୧୧ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୩ଜଣ, କେନ୍ଦୁଝର ଜିଲ୍ଲାରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ୧୮୬ଜଣ, କୋରାପୁଟ ଜିଲ୍ଲାରୁ ୨ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୧ଜଣ, ନୟାଗଡ଼ ଜିଲ୍ଲାରୁ ୩ଜଣ, ପୁରୀ ଜିଲ୍ଲାରୁ ୯ଜଣ, ରାୟଗଡ଼ା ଜିଲ୍ଲାରୁ ୫ଜଣ, ସମ୍ବଲପୁର ଜିଲ୍ଲାରୁ ୪ଜଣ, ସୋନପୁର ଜିଲ୍ଲାରୁ ୨ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୩ଜଣ, ଷ୍ଟେଟ ପୁଲ୍‌ରୁ ୪୬ଜଣ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୩୪୬୩୪ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୫୧୧୯ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୨୧୧୮୦ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୧୦୦୬୦୪୨ ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts