Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ୱର : ଆସିଲା ଅନଲକ୍ ୬.୦ ଗାଇଡ଼ଲାଇନ୍‌
  • ||
  • ଭୁବନେଶ୍ୱର : ରାଜ୍ୟରେ ଆଉ ୧୨ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ଭୁବନେଶ୍ୱର : ରାଜ୍ୟରେ ୧୪୭୦ କରୋନା ସଂକ୍ରମିତ ଚିହ୍ନଟ
  • ||
  • ଭୁବନେଶ୍ୱର : ୧୬ତାରିଖରେ ଖୋଲିବ ସ୍କୁଲ, ନବମରୁ ଦ୍ୱାଦଶ ଶ୍ରେଣୀ ଯାଏଁ ପିଲା ପଢିବାକୁ ଆସିବେ
  • ||
  • ଝରକା ତାଡ଼ି ବ୍ୟାଙ୍କରୁ ଲୁଟ୍ ! ପୋଲିସର ତଦନ୍ତ ଜାରି
  • ||
  • ଭୟଙ୍କର ଭୂକମ୍ପରେ ଥରିଲା ତୁର୍କୀ ଓ ଗ୍ରୀସ : ମୃତ୍ୟୁ ସଂଖ୍ୟା ୧୭କୁ ବୃଦ୍ଧି, ୭ ଶହରୁ ଅଧିକ ଆହତ
  • ||
  • ସାଲେପୁର : ଟ୍ରକକୁ ଧକ୍କାଦେଲା ଆଉ ଏକ ଟ୍ରକ, ଜଣେ ମୃତ
  • ||

୨୪ ଘଣ୍ଟାରେ ଆରୋଗ୍ୟ ହେଲେ ୩୬୦୭ କରୋନା ଆକ୍ରାନ୍ତ, ଖୋର୍ଦ୍ଧା ଜିଲ୍ଲାରୁ ୧୦୩୭

17/09/2020 at 7:54 PM

ଭୁବନେଶ୍ଵର ୧୭।୦୯: ରାଜ୍ୟରେ ହୁ ହୁ ହୋଇ ବଢିଚାଲିଛି କରୋନା ଆକ୍ରାନ୍ତ। ଗତ କିଛି ଦିନ ହେବ ରାଜ୍ୟରେ ଦୈନିକ ୪୦୦୦ରୁ ଉର୍ଦ୍ଧ୍ଵ ସଂକ୍ରମିତ ଚିହ୍ନଟ ହେଉଛନ୍ତି। ଆକ୍ରାନ୍ତଙ୍କ ସହ ତାଳ ଦେଇ ସୁସ୍ଥ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି। ଗତକାଲି ରେକର୍ଡ ସଂଖ୍ୟାରେ ରୋଗୀ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ଗତ ୨୪ ଘଣ୍ଟାରେ ୩୬୦୭ ଆକ୍ରାନ୍ତ ଆରୋଗ୍ୟଲାଭ କରିଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ ସୁସ୍ଥ ସଂଖ୍ୟା ୧,୩୩, ୪୬୬କୁ ବୃଦ୍ଧି ଘଟିଛି। ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ଵିଟ୍ ଯୋଗେ ଏହାର ସୂଚନା ଦେଇଛି।

ଖୋର୍ଦ୍ଧା ଜିଲ୍ଲାରୁ ଗୋଟିଏ ଦିନରେ ସର୍ବାଧିକ ୧୦୩୭ ରୋଗୀ କରୋନାମୁକ୍ତ ହୋଇଛନ୍ତି। ଖୋର୍ଦ୍ଧାରୁ ଯେଉଁ ଭଳି ନୂତନ ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି ସେହିଭଳି ସୁସ୍ଥ ମଧ୍ୟ ହେଉଛନ୍ତି। ସେହିପରି ପୁରୀ ଜିଲ୍ଲାରୁ ୪୧୫, କଟକ ଜିଲ୍ଲାରୁ ୨୯୯, ବଲାଙ୍ଗିର ଜିଲ୍ଲାରୁ ୧୪୦, ମୟୂରଭଞ୍ଜ ଜିଲ୍ଲାରୁ ୧୨୮, ଯାଜପୁର ଜିଲ୍ଲାରୁ ୧୨୭, ବାଲେଶ୍ଵରରୁ ୧୧୨, ସୁନ୍ଦରଗଡରୁ ୧୦୭, ଜଗତସିଂହପୁରରୁ ୧୦୫, ନବରଙ୍ଗପୁର ଜିଲ୍ଲାରୁ ୧୦୪, ସୋନପୁରରୁ ୧୦୦ ଜଣ ସୁସ୍ଥ ହୋଇ ମେଡିକାଲରୁ ଡିସଚାର୍ଜ ହୋଇଛନ୍ତି।

ସେହି ପରି ବରଗଡ ଜିଲ୍ଲାରୁ ୮୪, କେନ୍ଦ୍ରାପଡା ଜିଲ୍ଲାରୁ ୮୪, ଝାରସୁଗୁଡାରୁ ୮୨, ରାୟଗଡାରୁ ୮୦, ଗଞ୍ଜାମ ଜିଲ୍ଲାରୁ ୭୫, କୋରାପୁଟ ଜିଲ୍ଲାରୁ ୭୫,  ସମ୍ବଲପୁରରୁ ୭୧, ନୟାଗଡରୁ ୫୫, ଭଦ୍ରକରୁ ୫୪, ନୂଆପଡାରୁ ୪୪, କେନ୍ଦୁଝରରୁ ୪୩, ମାଲକାନଗିରିରୁ ୩୭, ବୌଦ୍ଧରୁ ୩୦, ଢେଙ୍କାନାଳରୁ ୨୮, ଗଜପତିରୁ ୨୬, କଳାହାଣ୍ଡିରୁ ୧୯, ଦେବଗଡରୁ ୧୮, କନ୍ଧମାଳରୁ ୧୬ ଓ ଅନୁଗୁଳ ଜିଲ୍ଲାରୁ ୧୨ ଜଣ କରୋନାରୁ ଆରୋଗ୍ୟଲାଭ କରିଛନ୍ତି।

ସୂଚନାଯୋଗ୍ୟ, ଗତ ୨୪ ଘଣ୍ଟାରେ ରାଜ୍ୟରେ ପୁଣି ଥରେ ଚାରି ହଜାରରୁ ଉର୍ଦ୍ଧ୍ଵ ଅର୍ଥାତ ୨୨୪୧ କୋଭିଡ୍-୧୯ ପଜିଟିଭ୍ ଚିହ୍ନଟ ହୋଇଥିଲେ। ଏହା ପରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧, ୬୭, ୧୬୧ରେ ପହଞ୍ଚିଛି। ଅନ୍ୟପଟେ ଆଉ ୧୩ ଜଣଙ୍କ କରୋନାରେ ମୃତ୍ୟୁ ଘଟିଛି। ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୬୬୯ରେ ପହଞ୍ଚିଛି। ଆଜିର ସୁସ୍ଥକୁ ମିଶାଇ ମୋଟ୍ ଆରୋଗ୍ୟସଂଖ୍ୟା ୧,୩୩, ୪୬୬କୁ ବୃଦ୍ଧି ଘଟିଛି।

   Related Posts