Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବୈଠକ ପରେ ବୈଠକ କିନ୍ତୁ ଫଳ ଶୂନ ! ୧୯’ରେ ପୁଣି ଚାଷୀ-ସରକାର ଆଲୋଚନା
  • ||
  • ବରଗଡ଼: ବ୍ୟବସାୟୀଙ୍କ ଘରୁ ଲକ୍ଷାଧିକ ଟଙ୍କାର ସୁନା-ଗହଣା ଲୁଟ, ୩ ଲୁଟେରା ଗିରଫ
  • ||
  • ବ୍ରିସବେନ୍ ଟେଷ୍ଟ୍ : ପ୍ରଥମ ଦିନରେ ଲାବୁସେନଙ୍କ ଶତକ, କଙ୍ଗାରୁ ଟିମ୍ ୨୭୪/୫
  • ||
  • ଭୁବନେଶ୍ବର: ଗୁରୁତର-ଗର୍ଭବତୀ-ହସ୍ପିଟାଲରେ ଆଡମିଟ୍‌ ବ୍ୟକ୍ତିଙ୍କୁ ଦିଆଯିବ ନାହିଁ ଟିକା, ପରିବାର କଲ୍ୟାଣ ନିର୍ଦ୍ଦେଶକ ଡାକ୍ତର ବିଜୟ ପାଣିଗ୍ରାହୀ
  • ||
  • ଶ୍ରମିକମାନଙ୍କ ସହ ମିଶି ମାଟି ଖୋଳିଲେ ଜିଲ୍ଲା ପ୍ରକଳ୍ପ ନିର୍ଦ୍ଦେଶକ
  • ||
  • ଭୁବନେଶ୍ବର : ରାଜ୍ୟରେ ଆଉ ଦୁଇ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୮୯୮ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • ଚିଲିକାରେ ଆରମ୍ଭ ହୋଇଛି ଫ୍ଲୋରା ଫୋନା ସର୍ଭେ
  • ||
  • ଯାଜପୁର ଶିଶୁ ନିଖୋଜ ଘଟଣା: ନିଖୋଜ ପିହୁ ପରିବାରକୁ ଭେଟିଲେ ଏସ୍‌ପି ରାହୁଲ ପି.ଆର
  • ||
  • ନକଲି ସାମଗ୍ରୀର ପେଣ୍ଠସ୍ଥଳୀ ପାଲଟିଛି କଟକ, ପୁଣି ଅପମିଶ୍ରିତ ଗୁଣ୍ଡି ଜବତ
  • ||
  • ଗଞ୍ଜାମ: ଅଜଣା ଜନ୍ତୁ ଆତଙ୍କ, ଭୟଭୀତ ଅବସ୍ଥାରେ ସ୍ଥାନୀୟ ଲୋକେ
  • ||

ରାଜ୍ୟରେ ଥମୁଛି କରୋନା, ସୁସ୍ଥ ହୋଇ ଘରକୁ ଫେରିଲେ ଆଉ ୩୬୨ ଆକ୍ରାନ୍ତ

19/12/2020 at 7:30 PM

ଭୁବନେଶ୍ଵର ୧୮।୧୨: ଶୀତ ଦିନରେ ରାଜ୍ୟରେ କରୋନା ସଂକ୍ରମଣ ବଢିବ ବୋଲି ଯେଉଁ ଆଶଙ୍କା କରାଯାଉଥିଲା ତାହା ପ୍ରାୟତଃ ଦୂର ହୋଇଛି। ଓଡିଶାବାସୀଙ୍କ ରୋଗ ପ୍ରତିରୋଧକ ଶକ୍ତି ଆଗରେ ନିଜର କାୟା ମେଲାଇ ପାରୁ ନାହିଁ ମହାମାରୀ କରୋନା। ଫଳରେ ରାଜ୍ୟରେ କରୋନାର ପ୍ରକୋପ ଥମିବାରେ ଲାଗିଛି। ଦୈନିକ ସଂକ୍ରମିତଙ୍କ ସଂଖ୍ୟା ମଧ୍ୟ ୪୦୦ ତଳେ ରହୁଥିବା ବେଳେ ଅଧିକ ସଂଖ୍ୟାରେ ଆକ୍ରାନ୍ତ ଆରୋଗ୍ୟଲାଭ କରୁଛନ୍ତି। ମୃତ୍ୟୁ ସଂଖ୍ୟାରେ ମଧ୍ୟ ହ୍ରାସ ଘଟିଛି। ଏହା ମଧ୍ୟରେ ରାଜ୍ୟରେ ଗତ ୨୪ ଘଣ୍ଟାରେ ୨୯ଟି ଜିଲ୍ଲାରୁ ୩୬୨ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏହାକୁ ମିଶାଇ ଆରୋଗ୍ୟଙ୍କ ସଂଖ୍ୟା ୩, ୨୧, ୩୦୯କୁ ବୃଦ୍ଧି ଘଟିଛି। ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ତରଫରୁ ଶନିବାର ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି।

ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୫୦ ଜଣ ସୁସ୍ଥ ହୋଇଛନ୍ତି। ସେହି ପରି ସୁନ୍ଦରଗଡ ଜିଲ୍ଲାରୁ ୪୦, ପୁରୀରୁ ୨୨, କଟକରୁ ୨୧, ଝାରସୁଗୁଡାରୁ ୨୦, ବାଲେଶ୍ଵରରୁ ୧୯, ବରଗଡରୁ ୧୮, ଅନୁଗୁଳରୁ ୧୭, କଳାହାଣ୍ଡିରୁ ୧୭, ମୟୂରଭଞ୍ଜରୁ ୧୭, ସମ୍ବଲପୁରରୁ ୧୬, ଯାଜପୁରରୁ ୧୪, ରାୟଗଡାରୁ ୧୩, ବଲାଙ୍ଗୀରରୁ ୧୧, କେନ୍ଦୁଝରରୁ ୯, ଜଗତସିଂହପୁରରୁ ୭, ଗଞ୍ଜାମରୁ ୬, କେନ୍ଦ୍ରାପଡାରୁ ୬, ମାଲକାନଗିରିରୁ ୬, ଭଦ୍ରକରୁ ୪, ବୌଦ୍ଧରୁ ୪, ନୟାଗଡରୁ ୩, ନୂଆପଡାରୁ ୩, ଦେବଗଡରୁ ୨, ଢେଙ୍କାନାଳରୁ ୨, କୋରାପୁଟରୁ ୨, ନବରଙ୍ଗପୁରରୁ ୨, ଗଜପତିରୁ ୧ ଓ ସୋନପୁରରୁ ଜଣେ କୋଭିଡ୍-୧୯ ରୋଗୀ କରୋନା ମୁକ୍ତ ହୋଇଛନ୍ତି।

ସୂଚନାଯୋଗ୍ୟ, ଗତ ୨୪ ଘଣ୍ଟାରେ ରାଜ୍ୟରେ ୩୫୬ ନୂତନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୩ ଲକ୍ଷ ୨୫ ହଜାର ୮୬୧କୁ ବୃଦ୍ଧି ପାଇଛି। ଅନ୍ୟପଟେ କରୋନା ଆଉ ୩ ଜଣଙ୍କ ମୁଣ୍ଡ ନେଇଛି। ଏହାକୁ ମିଶାଇ ରାଜ୍ୟରେ କରୋନଜନିତ ମୃତ୍ୟୁ ସଂଖ୍ୟା ୧୮୩୨ରେ ପହଞ୍ଚିଛି।

   Related Posts