Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସାଲେପୁର : ମକର ଯାତ୍ରାରୁ ନାବାଳିକାଙ୍କୁ ଟେକି ନେଇ ନଦୀପଠାରେ ଗଣଦୁଷ୍କର୍ମ, ଥାନାରେ ଏତଲା, ଭାଇରାଲ୍ ଭିଡିଓ ନେଇ ପୋଲିସର ଛାନଭିନ୍
  • ||
  • କେନ୍ଦ୍ରାପଡା : ଚିକିତ୍ସା ଅବହେଳାରୁ ରୋଗୀ ମୃତ୍ୟୁ ଅଭିଯୋଗ, ସିଡିଏମ୍‌ଓଙ୍କ କାର୍ଯ୍ୟାଳୟ ଆଗରେ ମୃତଦେହ ରଖି ପରିବାର ଲୋକଙ୍କ ଧାରଣା
  • ||
  • ବୌଦ୍ଧ : ATMରୁ ବାହାରିଲା କାଗଜ ପେଷ୍ଟ ଥିବା ୨୦ଟି ୫ଶହ ଟଙ୍କିଆ ନୋଟ୍, ଫେରସ୍ତ ନେବାକୁ ମନାକଲା ବ୍ୟାଙ୍କ୍ !
  • ||
  • ଭୁବନେଶ୍ବର : ରାଜ୍ୟରେ ବୁଧବାରଠୁ ପୁଣି ଟିକାକରଣ, ଟିକା ନେବେ ବଳକା ୧ ଲକ୍ଷ ୭୩ ହଜାର ୬୩୬ ଜଣ ସ୍ଵାସ୍ଥ୍ୟକର୍ମୀ
  • ||
  • ସମ୍ବଲପୁର : କିନ୍ନରଙ୍କଠାରୁ ୩ବର୍ଷର ଶିଶୁ କନ୍ୟାକୁ ଉଦ୍ଧାର କଲା ଚାଇଲ୍ଡ ଲାଇନ୍, ଚୋରି ସନ୍ଦେହ
  • ||
  • ଭୁବନେଶ୍ବର : STF ପଞ୍ଝାରେ ଧଳା ଜହର ବେପାରୀ, କୋଟିଏରୁ ଅଧିକ ଟଙ୍କାର ବ୍ରାଉନସୁଗାର ଜବତ
  • ||
  • ନବରଙ୍ଗପୁର : ଚଳନ୍ତା କାର୍‌ରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ||
  • ଢେଙ୍କାନାଳ : ହାତୀ ପୁଣି ନେଲା ଆଉ ଜଣଙ୍କ ଜୀବନ, ଶୌଚ ହେବାକୁ ଯାଇଥିବା କଚାଡି ମାରିଲା ଦନ୍ତା
  • ||
  • ବଲାଙ୍ଗୀର : ବିଚାରାଧୀନ କଏଦୀ ମୃତ, ହତ୍ୟା ମାମଲାରେ ଥିଲେ ଅଭିଯୁକ୍ତ
  • ||
  • ଶହେ ତଳକୁ ଖସିଲା ଦୈନିକ ସଂକ୍ରମିତଙ୍କ ସଂଖ୍ୟା : ରାଜ୍ୟରେ ଚିହ୍ନଟ ହେଲେ ଆଉ ୯୯ କୋଭିଡ୍ ପଜିଟିଭ୍‌, ୩୩୪୫୨୯ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||

ଖସୁଛି କରୋନା ଗ୍ରାଫ, ଦେଶରେ ଗତ ୨୪ଘଣ୍ଟାରେ ୩୬୬୦୪ ନୂଆ କୋଭିଡ଼ ଆକ୍ରାନ୍ତ ଚିହ୍ନଟ

2/12/2020 at 10:52 AM

ନୂଆଦିଲ୍ଲୀ ୦୨।୧୨: ଭାରତ ସହିତ ସାରାବିଶ୍ୱରେ କରୋନା ଭାଇରସର ସଂକ୍ରମଣର ଗ୍ରାଫ ହ୍ରାସ ପାଇବାରେ ଲାଗିଛି । ଭାରତରେ ମଧ୍ୟ କରୋନା ସଂକ୍ରମଣ କେତେବେଳେ ବଢୁଛି ତ କେବେଳେ କମିବାର ରେକର୍ଡ କରାଯାଉଛି । ମଙ୍ଗଳବାର ଦିନ ତୁଳନାରେ ଭାଇରସର ଦୈନିକ ସଂକ୍ରମଣରେ ହ୍ରାସ ପାଇଛି । ମଙ୍ଗଳବାର ଦିନ ୩୧,୧୧୮ ଆକ୍ରାନ୍ତ ଚିହ୍ନଟ ହେଇଥିବା ବେଳେ ବୁଧବାର ଦିନ ୩୬,୬୦୪ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ଗତ ୨୪ଘଣ୍ଟାରେ ୫୦୧ଜଣଙ୍କ ମୃତ୍ୟୁ ହୋଇଛି । ଭାରତରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯୫ ଲକ୍ଷ ନିକଟତର ହୋଇଛି । ସେପଟେ ସାରାବିଶ୍ୱରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୬,୪୧,୯୪,୬୭୪ରେ ପହଞ୍ଚିଛି । ଭାଇରସରେ ବର୍ତ୍ତମାନ ପର୍ଯ୍ୟନ୍ତ ୧୪,୮୬,୮୨୯ଲୋକଙ୍କ ମୃତ୍ୟୁ ହୋଇଯାଇଛି । ମୋଟ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୪,୪୪,୪୧,୨୪୯ରେ ପହଞ୍ଚିଛି ।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ, ଗତ ୨୪ଘଣ୍ଟାରେ ଦେଶରେ କରୋନା ଭାଇରସର ୩୬,୬୦୪ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୫୦୧ଜଣଙ୍କ ମୃତ୍ୟୁ ହୋଇଯାଇଛି । ଦେଶରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୪,୯୯,୪୧୪ ପହଞ୍ଚିଛି । ସେହିପରି ଦେଶରେ ମୋଟ ମୃତକଙ୍କ ସଂଖ୍ୟା ୧,୩୮,୧୨୨ରେ ପହଞ୍ଚିଛି । ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୮୯ଲକ୍ଷ ଅତିକ୍ରମ କରିଛନ୍ତି । ବର୍ତ୍ତମାନ ଦେଶରେ ୮୯,୩୨,୬୪୭ରେ ପହଞ୍ଚିଛି । ଗତ ୨୪ଘଣ୍ଟା ମଧ୍ୟରେ ୪୩,୦୬୨ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ଦେଶରେ କୋଭିଡ଼ ସଂକ୍ରମଣର ଆକ୍ଟିଭ କେସ୍‌ ସଂଖ୍ୟା ୪,୨୮,୬୪୪ରେ ପହଞ୍ଚିଛି ।   

   Related Posts