Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • T20 World Cup: ଇତିହାସ ରଚିଲେ କର୍ଟିସ କାମ୍ପର, ୪ ବଲ୍‌ରେ ନେଲେ ୪ ଓ୍ଵିକେଟ୍
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୫ ଜଣଙ୍କ ଜୀବନ
  • ||
  • ମିଲରେ ଅଗ୍ନିକାଣ୍ଡ: ଜୀବନ ବଞ୍ଚାଇବାକୁ ବିଲଡିଂରୁ ଡେଇଁପଡିଥିଲେ ଶ୍ରମିକ, ଉଦ୍ଧାର କାର୍ଯ୍ୟ ଜାରି
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୩୪୦ କୋଭିଡ୍ ପଜିଟିଭ୍
  • ||
  • ଲଖିମପୁର ହିଂସା ମାମଲାରେ ସଂଯୁକ୍ତ କିଷାନ ମୋର୍ଚ୍ଚାର ରେଳରୋକ, ୬ ଘଣ୍ଟିଆ ଆନ୍ଦୋଳନ ପାଇଁ ୧୪୪ ଧାରା
  • ||
  • ଫୁଲୁଛି ଜଳକା ନଦୀ, ବିପଦ ସଙ୍କେତ ଉପରେ ଜଳସ୍ତର
  • ||
  • ଚାଲାଣ ବେଳେ ୩୯ ଶ୍ରମିକ ଉଦ୍ଧାର, ଦାଦନ ଖଟିବାକୁ ଯାଉଥିଲେ ବିଜୟନଗରମ୍
  • ||
  • ବଙ୍ଗୋପସାଗରରେ ଟ୍ରପ୍ ଲାଇନ, ୪ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା
  • ||
  • ଏଯାଏଁ ମିଳୁନି ବାପା-ପୁଅଙ୍କ ପତ୍ତା, ରବିବାର ନାଗାବଳୀରେ ଭାସି ଯାଇଥିଲେ ଉଭୟ
  • ||

ଭୟଙ୍କର ହେଲାଣି କରୋନା ସ୍ଥିତି, ୨୪ ଘଣ୍ଟାରେ ରାଜ୍ୟରେ ୩୬୬୪ ପଜିଟିଭ୍ ଚିହ୍ନଟ

18/04/2021 at 8:48 AM

ଭୁବନେଶ୍ବର ୧୮।୦୪ : ରାଜ୍ୟରେ ବଢିବାରେ ଲାଗିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ ବୃଦ୍ଧି ପାଉଛି । ଗତ ୨୪ ଘଣ୍ଟା ମଧ୍ୟରେ ୩୬୬୪ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୬୮୨୫୮ରେ ପହଞ୍ଚିଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୧୨୭ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୧୫୩୭ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୫୯ଜଣ, ବାଲେଶ୍ୱର ଜିଲ୍ଲାରୁ ୩୯ଜଣ, ବରଗଡ଼ ଜିଲ୍ଲାରୁ ୨୧୦ଜଣ, ଭଦ୍ରକ ଜିଲ୍ଲାରୁ ୨୭ଜଣ, ବଲାଙ୍ଗୀର ଜିଲ୍ଲାରୁ ୭୯ଜଣ, ବୌଦ୍ଧ ଜିଲ୍ଲାରୁ ୬ଜଣ, କଟକ ଜିଲ୍ଲାରୁ ୧୯୮ଜଣ, ଦେଓଗଡ଼ ଜିଲ୍ଲାରୁ ୩୦ଜଣ, ଢେଙ୍କାନାଳ ଜିଲ୍ଲାରୁ ୪୭ଜଣ, ଗଜପତି ଜିଲ୍ଲାରୁ ୬୩ଜଣ, ଗଞ୍ଜାମ ଜିଲ୍ଲାରୁ ୬୬ଜଣ, ଜଗତସିଂହପୁର ଜିଲ୍ଲାରୁ ୬୮ଜଣ, ଯାଜପୁର ଜିଲ୍ଲାରୁ ୫୮ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୮୩ଜଣ, କଳାହାଣ୍ଡି ଜିଲ୍ଲାରୁ ୩୨୪ଜଣ, କନ୍ଧମାଳ ଜିଲ୍ଲାରୁ ୧୬ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨୯ଜଣ, କେନ୍ଦୁଝର ଜିଲ୍ଲାରୁ ୫୬ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୭୦୪ଜଣ, କୋରାପୁଟ ଜିଲ୍ଲାରୁ ୩୯ଜଣ, ମାଲକାନଗିରି ଜିଲ୍ଲାରୁ ୪ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୧୯ଜଣ, ନବରଙ୍ଗପୁର ଜିଲ୍ଲାରୁ ୮୧ଜଣ, ନୟାଗଡ଼ ଜିଲ୍ଲାରୁ ୨୮ଜଣ, ନୂଆପଡ଼ା ଜିଲ୍ଲାରୁ ୨୨୧ଜଣ, ପୁରୀ ଜିଲ୍ଲାରୁ ୧୪୩ଜଣ, ରାୟଗଡ଼ା ଜିଲ୍ଲାରୁ ୫୭ଜଣ, ସମ୍ବଲପୁର ଜିଲ୍ଲାରୁ ୧୯୯ଜଣ, ସୋନପୁର ଜିଲ୍ଲାରୁ ୧୬ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୩୪୦ଜଣ, ଷ୍ଟେଟ୍‌ ପୁଲ୍‌ରୁ ୧୫୫ଜଣ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୬୮୨୫୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୨୧୪୩୬ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୪୪୮୨୫ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୯୫୯୯୮୭୭ ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts