Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୦୫ କରୋନା ସଂକ୍ରମିତ, ୧୦୫୦୩୫୪ରେ ପହଞ୍ଚିଲା ସଂଖ୍ୟା
  • ||
  • ରାଜ୍ୟରେ ଆଉ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୨୩କୁ ବୃଦ୍ଧି
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୨୧୧ ମୃତ
  • ||
  • ଗୁଜୁରାଟରେ ଓମିକ୍ରନ ଗଞ୍ଜାମକୁ ବିପଦ : ବଢିବ ସଂକ୍ରମଣ ! ସତର୍କ କଲା ପ୍ରଶାସନ
  • ||
  • ଡ୍ରାଇଭରଙ୍କୁ ମାଗିଲେ ଲାଞ୍ଚ, ନଦେବାରୁ ଆକ୍ରମଣ କରି କଲେ ଲହୁଲୁହାଣ
  • ||
  • ଆଉ ବର୍ଷା ନାହିଁ, ବଦଳିବ ପାଗ : ୧୧ରୁ କମିଯିବ ଶୀତ
  • ||
  • ଆସୁଛନ୍ତି ପୁଟିନ : ମୋଦୀଙ୍କୁ ଭେଟିବେ, ବହୁ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ହେବ ଆଲୋଚନା
  • ||

ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୩୭୪ କୋଭିଡ୍ ପଜିଟିଭ୍

30/10/2021 at 9:45 AM

ଭୁବନେଶ୍ୱର ୩୦।୧୦ : ସେପ୍ଟେମ୍ବର ପରେ ଅକ୍ଟୋବର ବି ଆଣିଦେଉଛି ଆଶ୍ୱସ୍ତିକର ଖବର । ରାଜ୍ୟରେ ଧୀରେ ଧୀରେ ତଳକୁ ଖସୁଛି ସଂକ୍ରମଣର ପାରା । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୩୭୪ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୪୦୯୬୯ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୧୮ ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୧୫୬ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୬୫ ଜଣ ପଜିଟିଭ ରହିଛନ୍ତି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୬ଜଣ, ବାଲେଶ୍ୱର ଜିଲ୍ଲାରୁ ୧୪ଜଣ, ବରଗଡ଼ ଜିଲ୍ଲାରୁ ୪ଜଣ, ଭଦ୍ରକ ଜିଲ୍ଲାରୁ ୬ଜଣ, ବଲାଙ୍ଗୀର ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୧୭ଜଣ, ଦେଓଗଡ଼ ଜିଲ୍ଲାରୁ ୪ଜଣ, ଢେଙ୍କାନାଳ ଜିଲ୍ଲାରୁ ୨ଜଣ, ଗଜପତି ଜିଲ୍ଲାରୁ ୨ଜଣ, ଗଞ୍ଜାମ ଜିଲ୍ଲାରୁ ୫ଜଣ, ଜଗତସିଂହପୁର ଜିଲ୍ଲାରୁ ୧୧ଜଣ, ଯାଜପୁର ଜିଲ୍ଲାରୁ ୧୩ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ଜଣେ, କଳାହାଣ୍ଡି ଜିଲ୍ଲାରୁ ଜଣେ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୩ଜଣ, କେନ୍ଦୁଝର ଜିଲ୍ଲାରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ୧୮୨ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୨୨ଜଣ, ନୟାଗଡ଼ ଜିଲ୍ଲାରୁ ଜଣେ, ନୂଆପଡ଼ା ଜିଲ୍ଲାରୁ ୮ଜଣ, ପୁରୀ ଜିଲ୍ଲାରୁ ୭ଜଣ, ସମ୍ବଲପୁର ଜିଲ୍ଲାରୁ ୧୦ଜଣ, ସୋନପୁର ଜିଲ୍ଲାରୁ ଜଣେ, ସୁନ୍ଦରଗଡ଼ ଜିଲ୍ଲାରୁ ୧୦ଜଣ, ଷ୍ଟେଟ ପୁଲ୍‌ରୁ ୪୩ଜଣ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୪୦୯୬୯ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୪୩୮୦ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୨୮୨୦୭ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୧୯୨୪୬୬୮ ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts