Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବ୍ରହ୍ମପୁର ; ବ୍ରହ୍ମପୁର ବଡବଜାର ଥାନା ଅନ୍ତର୍ଗତ ଗଣେଶ ନଗରରେ ପୁଲିସ୍ ର ଚଢାଉ
  • ||
  • ନକଲି ଟମାଟ, ଚିଲି, ସୋୟା ସୋସ୍ ୟୁନିଟ୍ ଉପରେ ଚଢାଉ
  • ||
  • କେତେ ପରିମାଣର ନକଲି ସାମଗ୍ରୀ ଜବତ, ତାହା ତଦନ୍ତ ପରେ ଜଣାପଡିବ ବୋଲି ପୁଲିସର ସୂଚନା
  • ||
  • ବରଗଡ଼ରେ ବିରାଟ ଚାଷୀ ସମାବେଶ, ଯୋଗଦେଲେ ୧୦ ଜିଲ୍ଲାର ୫ ହଜାର କୃଷକ
  • ||
  • ଜୟପୁର : ଜୟପୁର କୋଟପାଡରେ ନକଲି ବିଦେଶୀ ମଦ କରାଖାନା ଠାବ, ବିପୁଳ ପରିମାଣର ନକଲି ମଦ
  • ||
  • ଜଳେଶ୍ଵର : STFର ଚଢାଉ ବେଳେ ଜଳେଶ୍ୱର ବଜାରରୁ ନକଲି ପାନ ମସଲା ଜବତ, ଦୁଇ ଅଟକ
  • ||
  • ଜଳେଶ୍ଵର : ଜଳେଶ୍ଵର ଝାଡ଼େଶ୍ୱରପୁର ବସ୍ତିରୁ ବିପୁଳ ପରିମାଣର ବ୍ରାଉନସୁଗାର ଜବତ, ଅଭିଯୁକ୍ତ ଫେରାର
  • ||
  • ବଲାଙ୍ଗୀର : ବୋଲେରୋ ଧକ୍କାରେ ସାଇକେଲ୍ ଆରୋହୀ ମୃତ, କ୍ଷତିପୂରଣ ଦାବିରେ ମୃତଦେହ ରଖି ରାସ୍ତାରୋକ
  • ||
  • ଭୁବନେଶ୍ବର : ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୯୦୪ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • କଟକ ନେତାଜୀ ବସ୍ ଟର୍ମିନାଲର ଶିଳାନ୍ୟାଶ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
  • ||

ରାଜ୍ୟରେ ଚିହ୍ନଟ ହେଲେ ୩୭୪୮ କରୋନା ସଂକ୍ରମିତ,୧୩୫୧୩୦ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

9/09/2020 at 10:35 AM

ଭୁବନେଶ୍ୱର ୦୯।୦୯: ରାଜ୍ୟରେ ହୁ ହୁ ହୋଇ ବଢି ଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ୨୪ ଘଣ୍ଟା ମଧ୍ୟରେ ୩୭୪୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୩୫୧୩୦ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୨୧୦ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୧୫୩୮ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୫୭ଜଣ, ବାଲେଶ୍ୱର ଜିଲ୍ଲାରୁ ୧୦୩ଜଣ, ବରଗଡ଼ ଜିଲ୍ଲାରୁ ୯୨ଜଣ, ଭଦ୍ରକ ଜିଲ୍ଲାରୁ ୪୬ଜଣ, ବଲାଙ୍ଗୀର ଜିଲ୍ଲାରୁ ୧୬୩ଜଣ, ବୌଦ୍ଧ ଜିଲ୍ଲାରୁ ୫୮ଜଣ, କଟକ ଜିଲ୍ଲାରୁ ୩୯୨ଜଣ, ଦେଓଗଡ଼ ଜିଲ୍ଲାରୁ ୨୪ଜଣ, ଢେଙ୍କାନାଳ ଜିଲ୍ଲାରୁ ୬୫ଜଣ, ଗଜପତି ଜିଲ୍ଲାରୁ ୩୩ଜଣଷ ଗଞ୍ଜାମ ଜିଲ୍ଲାରୁ ୭୧ଜଣ, ଜଗତସିଂହପୁର ଜିଲ୍ଲାରୁ ୯୪ଜଣ, ଯାଜପୁର ଜିଲ୍ଲାରୁ ୧୪୦ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୭୦ଜଣ, କଳାହାଣ୍ଡି ଜିଲ୍ଲାରୁ ୩୮ଜଣ, କନ୍ଧମାଳ ଜିଲ୍ଲାରୁ ୮୫ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୧୬ଜଣ, କେନ୍ଦୁଝର ଜିଲ୍ଲାରୁ ୬୩ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୬୧୫ଜଣ, କୋରାପୁଟ ଜିଲ୍ଲାରୁ ୯୭ଜଣ, ମାଲକାନଗିରି ଜିଲ୍ଲାରୁ ୨୧ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୩ଜଣ, ନବରଙ୍ଗପୁର ଜିଲ୍ଲାରୁ ୧୨୧ଜଣ, ନୟାଗଡ଼ ଜିଲ୍ଲାରୁ ୬୯ଜଣ, ନୂଆପଡ଼ା ଜିଲ୍ଲାରୁ ୧୦୭ଜଣ, ପୁରୀ ଜିଲ୍ଲାରୁ ୩୮୭ଜଣ, ରାୟଗଡ଼ା ଜିଲ୍ଲାରୁ ୮୨ଜଣ, ସମ୍ବଲପୁର ଜିଲ୍ଲାରୁ ୭୯ଜଣ, ସୋନପୁର ଜିଲ୍ଲାରୁ ୧୨୪ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୫୭ଜଣ, ଷ୍ଟେଟ ପୁଲରୁ ୧୭୬ଜଣ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୫୧୩୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୨୩୧୨ ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୨୧୮୫ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୨୨୬୪୩୬ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts