ରାଜ୍ୟରେ ଚିହ୍ନଟ ହେଲେ ୩୭୭ କରୋନା ସଂକ୍ରମିତ, ୩୨୦୩୯୪ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

Published By : Prameya-News7 Bureau | December 04, 2020 IST

ଭୁବନେଶ୍ବର ୪।୧୨: ରାଜ୍ୟରେ ଏବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି । ପ୍ରତିଦିନ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୩୭୭ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୨୦୦୧୭ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୧୫ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୧୬୨ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୨୮ଜଣ, ବାଲେଶ୍ୱର ଜିଲ୍ଲାରୁ ୧୬ଜଣ, ବରଗଡ଼ ଜିଲ୍ଲାରୁ ୧୧ଜଣ, ଭଦ୍ରକ ଜିଲ୍ଲାରୁ ୯ଜଣ, ବଲାଙ୍ଗୀର ଜିଲ୍ଲାରୁ ୨ଜଣ, କଟକ ଜିଲ୍ଲାରୁ ୧୮ଜଣ, ଦେଓଗଡ଼ ଜିଲ୍ଲାରୁ ୨ ଜଣ, ଢେଙ୍କାନାଳ ଜିଲ୍ଲାରୁ ୩ଜଣ, ଗଞ୍ଜାମ ଜିଲ୍ଲାରୁ ୬ଜଣ, ଜଗତସିହଂପୁର ଜିଲ୍ଲାରୁ ୧୧ଜଣ, ଯାଜପୁର ଜିଲ୍ଲାରୁ ୧୨ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୮ଜଣ, କଳାହାଣ୍ଡି ଜିଲ୍ଲାରୁ ୭ଜଣ, କନ୍ଧମାଳ ଜିଲ୍ଲାରୁ ଜଣେ, କେନ୍ଦ୍ରାପଡା ଜିଲ୍ଲାରୁ ୭ଜଣ, କେନ୍ଦୁଝର ଜିଲ୍ଲାରୁ ୧୩ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୫୬ଜଣ, କୋରାପୁଟ ଜିଲ୍ଲାରୁ ୮ଜଣ, ମାଲକାନଗିରି ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ୨୫ଜଣ, ନୟାଗଡ଼ ଜିଲ୍ଲାରୁ ୬ଜଣ, ନୂଆପଡ଼ା ଜିଲ୍ଲାରୁ ୧୪ଜଣ, ପୁରୀ ଜିଲ୍ଲାରୁ ୧୩ଜଣ, ରାୟଗଡ଼ା ଜିଲ୍ଲାରୁ ୨ଜଣ, ସମ୍ବଲପୁର ଜିଲ୍ଲାରୁ ୮ଜଣ, ସୋନପୁର ଜିଲ୍ଲାରୁ ୪ ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୪୭ଜଣ, ଷ୍ଟେଟ ପୁଲ୍‌ରୁ ୧୨ଜଣ ରହିଛନ୍ତି ।

wp:html /wp:html wp:html /wp:html wp:html /wp:html

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୨୦୩୯୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୪୫୫୮ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୧୪୦୨୩ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୬୦୬୦୭୯୧ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.