ରାଜ୍ୟରେ ଚିହ୍ନଟ ହେଲେ ୩୭୭୭ କରୋନା ସଂକ୍ରମିତ,୧୪୬୮୯୪ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

Published By : Prameya-News7 Bureau | September 12, 2020 IST

ଭୁବନେଶ୍ୱର ୧୨।୦୯: ରାଜ୍ୟରେ ହୁ ହୁ ହୋଇ ବଢି ଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ୨୪ ଘଣ୍ଟା ମଧ୍ୟରେ ୩୭୭୭ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୪୬୮୯୪ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୧୯୧ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୧୫୮୬ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

wp:html /wp:html

ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୧୧୫ଜଣ, ବାଲେଶ୍ୱର ଜିଲ୍ଲାରୁ ୧୨୭ଜଣ, ବରଗଡ଼ ଜିଲ୍ଲାରୁ ୧୩୯ଜଣ, ଭଦ୍ରକ ଜିଲ୍ଲାରୁ ୬୭ଜଣ, ବଲାଙ୍ଗୀର ଜିଲ୍ଲାରୁ ୫୧ଜଣ, ବୌଦ୍ଧ ଜିଲ୍ଲାରୁ ୨୬ଜଣ, କଟକ ଜିଲ୍ଲାରୁ ୩୬୮ଜଣ, ଦେଓଗଡ଼ ଜିଲ୍ଲାରୁ ୧୪ଜଣ, ଢେଙ୍କାନାଳ ଜିଲ୍ଲାରୁ ୬୭ଜଣ, ଗଜପତି ଜିଲ୍ଲାରୁ ୧୩ଜଣ, ଗଞ୍ଜାମ ଜିଲ୍ଲାରୁ ୫୮ଜଣ, ଜଗତସିଂହୁର ଜିଲ୍ଲାରୁ ୧୦୦ଜଣ, ଯାଜପୁର ଜିଲ୍ଲାରୁ ୧୩୩ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୭୦ଜଣ, କଳାହାଣ୍ଡି ଜିଲ୍ଲାରୁ ୭୦ଜଣ, କନ୍ଧମାଳ ଜିଲ୍ଲାରୁ ୪୯ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୪୮ଜଣ, କେନ୍ଦୁଝର ଜିଲ୍ଲାରୁ ୭୮ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୮୧୫ଜଣ, କୋରାପୁଟ ଜିଲ୍ଲାରୁ ୯୮ଜଣ, ମାଲକାନଗିରି ଜିଲ୍ଲାରୁ ୨୬ ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୫୮ଜଣ, ନବରଙ୍ଗପୁର ଜିଲ୍ଲାରୁ ୧୦୭ଜଣ, ନୟାଗଡ଼ ଜିଲ୍ଲାରୁ ୭୧ଜଣ, ନୂଆପଡ଼ା ଜିଲ୍ଲାରୁ ୭୩ଜଣ, ପୁରୀ ଜିଲ୍ଲାରୁ ୨୩୭ଜଣ, ରାୟଗଡ଼ା ଜିଲ୍ଲାରୁ ୭୫ଜଣ, ସମ୍ବଲପୁର ଜିଲ୍ଲାରୁ ୧୧୨ଜଣ, ସୋନପୁର ଜିଲ୍ଲାରୁ ୭୨ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୪୮ଜଣ , ଷ୍ଟେଟ୍‌ ପୁଲ୍‌ରୁ ୧୯୨ଜଣ ରହିଛନ୍ତି ।

wp:html /wp:html

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୪୬୮୯୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୪୧୬୩ ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୧୨୦୬୨ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୩୭୪୬୨୦ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.