ରାଜଧାନୀରେ ବଢୁଛି ସଂକ୍ରମଣ : ଭୁବନେଶ୍ବରରୁ ଦିନକରେ ୩୭୯ କରୋନା ଆକ୍ରାନ୍ତ ଚିହ୍ନଟ, ୨୪୮ ସୁସ୍ଥ

Published By : Prameya-News7 Bureau | July 22, 2021 IST

ଭୁବନେଶ୍ବର ୨୨/୦୭ : ରାଜଧାନୀ ଭୁବନେଶ୍ବରରେ କରୋନା ସଂକ୍ରମଣ ଗ୍ରାଫ୍ ପୁଣି ବଢିଛି । ସୁସ୍ଥଙ୍କ ତୁଳନାରେ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇଛି । ଏହି କ୍ରମରେ ଗତ ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ବରରେ ୩୭୯ ଜଣ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ କ୍ବାରେଣ୍ଟାଇନରୁ ୭୫ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମିତ ରହିଛନ୍ତି ୩୦୪ ଜଣ । ଏହାକୁ ମିଶାଇ ଭୁବନେଶ୍ବରରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ପହଞ୍ଚିଛି ୯୭, ୧୭୦ । ତେବେ ବର୍ତ୍ତମାନ ସୁଦ୍ଧା ମୋଟ ୯୪,୭୨୪ ଜଣ ସୁସ୍ଥ ହୋଇସାରିଛନ୍ତି । ୬୯୬ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୧୭୨୯ ଆକ୍ଟିଭ୍ କେସ୍ ରହିଛି । ସେହିଭଳି ୨୪ ଘଣ୍ଟା ମଧ୍ୟରେ ରାଜଧାନୀ ଭୁବନେଶ୍ବରରୁ ୨୪୮ ଜଣ ସୁସ୍ଥ ହୋଇ ଫେରିଛନ୍ତି । ଗତକାଲି ଭୁବନେଶ୍ବରରୁ ୩୬୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ ।

wp:embed {"url":"https://twitter.com/bmcbbsr/status/1418198125605396480","type":"rich","providerNameSlug":"twitter","responsive":true,"className":""}
https://twitter.com/bmcbbsr/status/1418198125605396480
/wp:embed

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.