କମୁଛି ମୃତ୍ୟୁସଂଖ୍ୟା : ରାଜ୍ୟରେ ଗତ ୨୪ଘଣ୍ଟାରେ କରୋନା ନେଲା ୩୮ ଜଣଙ୍କ ଜୀବନ

Published By : Prameya-News7 Bureau | June 22, 2021 IST

ଭୁବନେଶ୍ବର ୨୦।୦୬ : ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁସଂଖ୍ୟା କିନ୍ତୁ କମୁନାହିଁ । ଗତ ୨୪ ଘଣ୍ଟା ମଧ୍ୟରେ ୩୦୩୧ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୩୮ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୬୭୧କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୬ଜଣ ରହିଥିବା ବେଳେ ବରଗଡ଼, କଟକ ଜିଲ୍ଲାରୁ ୫ଜଣ ରହିଛନ୍ତି । ପୁରୀ, ମୟୁରଭଞ୍ଜ ଜିଲ୍ଲାରୁ ୪ଜଣ ଲେଖାଏଁ ରହିଥିବା ବେଳେ ସମ୍ବଲପୁରରୁ ୩ଜଣ ରହିଛନ୍ତି । ସେହିପରି ଜଗତସିଂହପୁର , ଝାରସୁଗୁଡ଼ା ଜିଲ୍ଲାରୁ ୨ଜଣ ଲେଖାଏଁ ରହିଥିବା ବେଳେ ସୁନ୍ଦରଗଡ଼, କୋରାପୁଟ, କେନ୍ଦୁଝର, ଗଞ୍ଜାମ, ଢେଙ୍କାନାଳ, ଦେଓଗଡ଼, ଅନୁଗୁଳ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

{"id":469406,"sizeSlug":"large","linkDestination":"none"}

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୮୮୩୪୯୦ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୩୪୯୬୫ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୮୪୪୮୦୧ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ବର୍ତ୍ତମାନ ସୁଦ୍ଧା ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୩୬୭୧ରେ ପହଞ୍ଚିଥିବା ବେଳେ ଅନ୍ୟ ରୋଗ ଯୋଗୁଁ ମୃତ୍ୟୁ ସଂଖ୍ୟା ୫୩ରେ ପହଞ୍ଚିଛି । ଏବେ ସୁଦ୍ଧା ରାଜ୍ୟରେ ୧୩୨୧୭୮୦୭ ସାମ୍ପୁଲ ଟେଷ୍ଟ୍ ହୋଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.