Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଆଜି କରୋନାରୁ ଆରୋଗ୍ୟ ହେଲେ ୧୦୨୪୨, ଖୋର୍ଦ୍ଧାରୁ ସର୍ବାଧିକ
  • ||
  • ଅନ୍ତର୍ଜାତୀୟ କ୍ରିକେଟ୍‌କୁ ଫେରିବେ ନାହିଁ ଏବି ଡିଭିଲିୟର୍ସ, ସ୍ପଷ୍ଟ କଲା ଦକ୍ଷିଣ ଆଫ୍ରିକା କ୍ରିକେଟ୍ ବୋର୍ଡ
  • ||
  • ପିସିଆର ଭ୍ୟାନ୍ ଦେଖି ପୋଖରୀକୁ ଡେଇଁ ପଡିଲେ ଯୁବକ, ମିଳିଲା ମୃତଦେହ…
  • ||
  • ଧକ୍କା ଦେଲା କାର, ଚାଲିଗଲା ସାଇକେଲ ଆରୋହୀଙ୍କ ଜୀବନ
  • ||
  • ନଦୀରୁ ନାବାଳିକାଙ୍କ ମୃତଦେହ ଉଦ୍ଧାର, ହତ୍ୟା ନା ଆତ୍ମହତ୍ୟା ?
  • ||
  • ୧୧ ବର୍ଷ ପରେ ଗିରଫ ହେଲା ଦୁଃଶାସନ, ପାରୋଲରେ ଆସି ଫେରାର ହୋଇଯାଇଥିଲା
  • ||
  • ହୃଦରୋଗ ବିଶେଷଜ୍ଞ ଡକ୍ଟର କେ.କେ ଅଗ୍ରୱାଲଙ୍କ କରୋନାରେ ଦେହାନ୍ତ, ଦୀର୍ଘ ଦିନ ଧରି ଭେଣ୍ଟିଲେଟରରେ ଚାଲିଥିଲା ଚିକିତ୍ସା
  • ||
  • ଧୋନୀଙ୍କ ତଲଓ୍ୱାରବାଜୀ ଭିଡିଓ ଭାଇରାଲ ପରେ କମେଣ୍ଟ କଲେ ରବୀନ୍ଦ୍ର ଜାଡେଜା
  • ||
  • ରାଜ୍ୟରେ କରୋନା ନେଲା ଆଉ ୨୨ଜଣଙ୍କ ଜୀବନ, ୨୩୫୭ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା
  • ||
  • ଭାକସିନ୍ ନେବା ପରେ ଏହି ସବୁ ସାଇଡ୍ ଇଫେକ୍ଟ ଦିଏ ବିପଦର ସଙ୍କେତ, ହୋଇପାରେ ସାଙ୍ଘାତିକ : ସତର୍କ କଲେ କେନ୍ଦ୍ର ସରକାର
  • ||

ଭାରତରେ କମୁଛି କରୋନା ସଂକ୍ରମଣ , ଗତ ୨୪ ଘଣ୍ଟାରେ ୩୮୩୧୦ଜଣ ନୂଆ ଆକ୍ରାନ୍ତ ଚିହ୍ନଟ

3/11/2020 at 10:58 AM

ନୂଆଦିଲ୍ଲୀ ୦୩।୧୧: ହ୍ରାସ ପାଉଛି କରୋନା ଗ୍ରାଫ । ଦୈନିକ ସଂକ୍ରମଣରେ ବଡଧରଣ ହ୍ରାସ ପାଇଥିବାର ଦେଖିବାକୁ ମିଳିଛି । ଭାରତରେ କରୋନା ବିରୋଧୀ ଲଢେଇ ଦ୍ୱାରା ଏହା ସମ୍ଭବ ହୋଇଛି ବୋଲି ଅନୁମାନ କରିପାରିବା । ସୋମବାର ତୁଳନାରେ ମଙ୍ଗଳବାର ଦିନ ସଂକ୍ରମିତଙ୍କ ସଂଖ୍ୟାରେ ଆହୁରି କମ ଆସିଛି । ସୋମବାର ଦିନ ୫୪,୨୩୦ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୩୮,୩୧୦ଜଣ ଚିହ୍ନଟ ହୋଇଛନ୍ତି । ଭାରତରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୭୬ଲକ୍ଷ ପାର୍‌ ହୋଇସାରିଛି ।  

କେନ୍ଦ୍ରୀୟ ସ୍ୱାସ୍ଥ୍ୟ ବିଭାଗ ଅନୁଯାୟୀ, ଗତ ୨୪ଘଣ୍ଟା ମଧ୍ୟରେ ଦେଶରେ କରୋନାର ୩୮୩୧୦ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୪୯୦ଜଣ ଲୋକଙ୍କ ମୃତ୍ୟୁ ହୋଇଛି । ଦେଶରେ ମୋଟ କରୋନା ଭାଇରସରେ ସଂକ୍ରମିତ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୮୨,୬୭,୬୨୩ରେ ପହଞ୍ଚିଛି । ସେହିପରି ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଲୋକଙ୍କ ସଂଖ୍ୟା ୭୬,୦୩,୧୨୧ରେ ପହଞ୍ଚିଛି । ଗତ ୨୪ଘଣ୍ଟାରେ ୫୮,୩୨୩ଜଣ କରୋନାକୁ ହରାଇ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

ଦେଶରେ କ୍ରମାଗତ ଭାବେ କରୋନା ସଂକ୍ରମିତଙ୍କ ସଂଖ୍ୟା ୬ଲକ୍ଷ ତଳେ ରହିଛି । ମୋଟ ଆକ୍ଟିଭ୍‌ କେସ ୫,୪୧,୪୦୫ରହିଥିବା ବେଳେ ଗତ ୨୪ଘଣ୍ଟାରେ ଏହି ସଂଖ୍ୟା ୨୦,୫୦୩କମ୍‌ ଆସିଛି । ତେବେ ବର୍ତ୍ତମାନ ପର୍ଯ୍ୟନ୍ତ କରୋନାରେ ୧,୨୩,୦୯୭ ଜଣ କରୋନାରେ ମୃତ୍ୟୁ ହୋଇସାରିଛି ।

   Related Posts