Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ଚତୁର୍ଥ ପର୍ଯ୍ୟାୟ ନିର୍ବଚାନ ପାଇଁ ନାମାଙ୍କନ ପତ୍ର ଦାଖଲ ଶେଷ; ବିଧାନସଭା ପାଇଁ ୩୮୪ ଓ ଲୋକସଭା ପାଇଁ ୬୧

9/04/2019 at 8:34 PM

ଭୁବନେଶ୍ୱର ୯/୪ : ଓଡ଼ିଶାରେ ଚତୁର୍ଥ ପର୍ଯ୍ୟାୟ ବିଧାନସଭା ଆସନ ନିମନ୍ତେ ଆଜି ଶେଷ ଦିନରେ ୧୭୭ ଜଣ ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିଥିବାବେଳେ ଲୋକସଭା ଆସନ ପାଇଁ ୨୯ ଜଣ ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିଛନ୍ତି । ଚତୁର୍ଥ ପର୍ଯ୍ୟାୟର ୪୨ଟି ବିଧାନସଭା ଆସନ ପାଇଁ ସର୍ବମୋଟ ୩୮୪ ଜଣ ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିଥିବାବେଳେ ୬ଗୋଟି ଲୋକସଭା ଆସନ ପାଇଁ ସର୍ବମୋଟ ୬୧ ଜଣ ପ୍ରାର୍ଥୀ ସେମାନଙ୍କର ନାମାଙ୍କନ ପତ୍ର ଦାଖଲ କରିଛନ୍ତି ।

ନିର୍ବାଚନକୁ ଶାନ୍ତିଶୃଙ୍ଖଳା ସହ ପରିଚାଳନା କରିବା ନିମନ୍ତେ ବର୍ତ୍ତମାନ ସୁଦ୍ଧା ରାଜ୍ୟର ବିଭିନ୍ନ ଜିଲ୍ଲାରେ ୮୬୬୦ ଗୋଟି ଜାମିନ ବିହୀନ ପରୱାନା କାର୍ଯ୍ୟକାରୀ ହୋଇଛି । ଭାରତୀୟ ପିଙ୍ଗଳ କୋର୍ଡ ୧୦୭/୧୧୬ ଧାରା ଅନୁଯାୟୀ ୪୭୫୩୨ ଜଣଙ୍କୁ ଅଟକ ରଖାଯାଇଛି । ୫୦୪୪ ଗୋଟି ଲାଇସେନ୍ସପ୍ରାପ୍ତ ବନ୍ଧୁକ ସଂପୃକ୍ତ ଜିଲ୍ଲା ପ୍ରଶାସନଠାରେ ଜିମା ଦିଆଯାଇଛି । ଲାଇସେନ୍ସ ନଥିବା ୨୧୪ଟି ଅସ୍ତ୍ରଶସ୍ତ୍ର ଜବତ କରାଯାଇଛି । ଆଜି ସୁଦ୍ଧା ରାଜ୍ୟର ବିଭିନ୍ନ ଜିଲ୍ଲାରେ ଅବକାରୀ ବିଭାଗ ଓ ପୋଲିସ ସହାୟତାରେ ପ୍ରାୟ ୧୧୨୫୧୯.୯୪୫ ବá ଲିଟର ମଦ ଜବତ କରାଯାଇଛି ଯାହାର ଆନୁମାନିକ ମୂଲ୍ୟ ୩ କୋଟି ୩୧ ଲକ୍ଷ ୯୧ ହଜାର ୨୬୫ ଟଙ୍କା । ଫ୍ଲାଇଙ୍ଗ ସ୍କ୍ୱାଡ୍‌ ଓ ପୋଲିସ ଦ୍ୱାରା ଆଜି ପର୍ଯ୍ୟନ୍ତ ୨ କୋଟି ୩୧ ଲକ୍ଷ ୧୯ ହଜାର ୪୦୦ ଟଙ୍କା ଜବତ କରାଯାଇଛି । ଆଦର୍ଶ ଆଚରଣ ବିଧି ଉଲଂଘନ କରି ଆଜି ସୁଦ୍ଧା ସର୍ବସାଧାରଣ ସ୍ଥାନରେ ଲାଗିଥିବା ୩୪ ଲକ୍ଷ ୪୧ ହଜାର ୭୮୮ ଟି ହୋର୍ଡିଂ, ପୋଷ୍ଟର ଆଦିକୁ ହଟାଇ ଦିଆଯାଇଛି । ସେହିପରି ଆଜି ସୁଦ୍ଧା ବ୍ୟକ୍ତିଗତ ମାଲିକାନାରେ ଥିବା ସ୍ଥାନରେ ବେଆଇନ୍‌ ଭାବେ ଲାଗିଥିବା ୨ ଲକ୍ଷ ୯୦ ହଜାର ୩୨୯ଟି ହୋର୍ଡିଂ, ପୋଷ୍ଟର ଆଦିକୁ ମଧ୍ୟ ବାହାର କରିଦିଆଯାଇଛି ।

ରାଜ୍ୟସ୍ତରରେ ଖୋଲାଯାଇଥିବା ନିୟନ୍ତ୍ରଣ କକ୍ଷ ଟେଲିଫୋନ ନଂ ୦୬୭୪-୨୩୯୫୦୧୫କୁ ବର୍ତ୍ତମାନ ସୁଦ୍ଧା ୬୬୯ଟି କଲ୍‌ କରାଯାଇ ନିର୍ବାଚନ ସଂପର୍କିତ ବିଭିନ୍ନ ଅଭିଯୋଗ ବା ସୂଚନା ମିଳିଛି ।

   Related Posts