ହାରୁଛି ମହାମାରୀ କରୋନା ! ସୁସ୍ଥ ହୋଇ ଘରକୁ ଫେରିଲେ ଆଉ ୩୮୬ ସଂକ୍ରମିତ

Published By : Prameya-News7 Bureau | December 13, 2020 IST

ଭୁବନେଶ୍ଵର ୧୩।୧୨: ଶୀତ ଦିନରେ ରାଜ୍ୟରେ କରୋନା ସଂକ୍ରମଣ ବଢିବ ବୋଲି ଆଶଙ୍କା କରାଯାଉଥିଲା। ହେଲେ ଓଡିଶାବାସୀଙ୍କ ରୋଗ ପ୍ରତିରୋଧକ ଶକ୍ତି ଆଗରେ ହାର ମାନିଛି ମହାମାରୀ କୋଭିଡ୍-୧୯। ନିଜର କାୟା ମେଲାଇ ପାରୁ ନାହିଁ ଏହି ମହାମାରୀ। ଫଳରେ ରାଜ୍ୟରେ ଆଉ କରୋନାର ଦ୍ଵିତୀୟ ଲହର ସଂକ୍ରମଣର ସମ୍ଭାବନା ନାହିଁ। ଓଡିଶାରେ କରୋନାର ପ୍ରକୋପ କମିବାରେ ଲାଗିଛି। ଦୈନିକ ସଂକ୍ରମିତଙ୍କ ସଂଖ୍ୟା ୪୦୦ ତଳେ ରହୁଥିବା ବେଳେ ଅଧିକ ସଂଖ୍ୟାରେ ଆକ୍ରାନ୍ତ ଆରୋଗ୍ୟଲାଭ କରୁଛନ୍ତି। ମୃତ୍ୟୁ ସଂଖ୍ୟାରେ ବି ବ୍ରେକ୍ ଲାଗିଛି। ଏହା ମଧ୍ୟରେ ରାଜ୍ୟରେ ଗତ ୨୪ ଘଣ୍ଟାରେ ୩୮୬ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏହାକୁ ମିଶାଇ ଆରୋଗ୍ୟଙ୍କ ସଂଖ୍ୟା ୩, ୧୯,୦୬୯କୁ ବୃଦ୍ଧି ଘଟିଛି। ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ତରଫରୁ ରବିବାର ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି।

wp:html /wp:html

ବିଭାଗ ଅନୁଯାୟୀ ସୁନ୍ଦରଗଡରୁ ସର୍ବାଧିକ ୫୭ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସେହି ପରି ଖୋର୍ଦ୍ଧାରୁ ୫୩, ଅନୁଗୁଳରୁ ୨୭, ବଲାଙ୍ଗୀରରୁ ୨୩, ମୟୂରଭଞ୍ଜରୁ ୨୩, କଟକରୁ ୧୮, ନୂଆପଡାରୁ ୧୮, ବାଲେଶ୍ଵରରୁ ୧୬, ଜଗତସିଂହପୁରରୁ ୧୫, କେନ୍ଦୁଝରରୁ ୧୫, ପୁରୀରୁ ୧୩,  ଯାଜପୁରରୁ ୧୨, ବରଗଡରୁ ୧୧, କୋରାପୁଟରୁ ୧୦, ଭଦ୍ରକରୁ ୯, ଗଞ୍ଜାମରୁ ୯, ସମ୍ବଲପୁରରୁ ୮, କଳାହାଣ୍ଡିରୁ ୭, କେନ୍ଦ୍ରାପଡାରୁ ୭, ଢେଙ୍କାନାଳରୁ ୬, ଝାରସୁଗୁଡାରୁ ୪, ନୟାଗଡରୁ ୪, ବୌଦ୍ଧରୁ ୩, ଦେବଗଡରୁ ୨, ଗଜପତିରୁ ୨, ରାୟଗଡାରୁ ୧ , କନ୍ଧମାଳରୁ, ୧, ନବରଙ୍ଗପୁରରୁ ୧ ଓ ସୋନପୁରରୁ ୧ ଜଣେ କୋଭିଡ୍ ୧୯ରୁ ଆରୋଗ୍ୟଲାଭ କରିଛନ୍ତି।

wp:html /wp:html

ସୂଚନାଯୋଗ୍ୟ, ଗତ ୨୪ ଘଣ୍ଟାରେ ରାଜ୍ୟରେ ୩୯୩ ନୂତନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୩ ଲକ୍ଷ ୨୩ ହଜାର ୭୫୭କୁ ବୃଦ୍ଧି ପାଇଛି। ଅନ୍ୟପଟେ କରୋନା ଆଉ ୫ ଜଣଙ୍କ ମୁଣ୍ଡ ନେଇଛି। ଏହାକୁ ମିଶାଇ ରାଜ୍ୟରେ କରୋନଜନିତ ମୃତ୍ୟୁ ସଂଖ୍ୟା ୧୮୦୭ରେ ପହଞ୍ଚିଛି।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.