ରାଜ୍ୟରେ ଚିହ୍ନଟ ହେଲେ ଆଉ ୩୮୭ କରୋନା ସଂକ୍ରମିତ, ୩୨୩୦୨୯ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

Published By : Prameya-News7 Bureau | December 11, 2020 IST

ଭୁବନେଶ୍ବର ୧୧।୧୨: ରାଜ୍ୟରେ ଏବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ୩୮୭ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୨୩୦୨୯ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୨୦ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୧୬୭ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୨୭ଜଣ, ବାଲେଶ୍ବର ଜିଲ୍ଲାରୁ ୧୬ଜଣ, ବରଗଡ଼ ଜିଲ୍ଲାରୁ ୧୭ଜଣ, ଭଦ୍ରକ ଜିଲ୍ଲାରୁ ୨୧ଜଣ, ବଲାଙ୍ଗୀର ଜିଲ୍ଲାରୁ ୧୬ଜଣ, ବୌଦ୍ଧ ଜିଲ୍ଲାରୁ ୨ଜଣ, କଟକ ଜିଲ୍ଲାରୁ ୧୯ଜଣ, ଦେବଗଡ ଜିଲ୍ଲାରୁ ୮ଜଣ, ଢେଙ୍କାନାଳ ଜିଲ୍ଲାରୁ ୫ଜଣ, ଗଜପତି ଜିଲ୍ଲାରୁ ୨ଜଣ, ଗଞ୍ଜାମ ଜିଲ୍ଲାରୁ ୬ଜଣ, ଜଗତସିଂହପୁର ଜିଲ୍ଲାରୁ ୭ଜଣ, ଯାଜପୁର ଜିଲ୍ଲାରୁ ୯ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୮ଜଣ, କଳାହାଣ୍ଡି ଜିଲ୍ଲାରୁ ୧୫ଜଣ, କନ୍ଧମାଳ ଜିଲ୍ଲାରୁ ଜଣେ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୫ଜଣ, କେନ୍ଦୁଝର ଜିଲ୍ଲାରୁ ୩ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୫୧ଜଣ, କୋରାପୁଟ ଜିଲ୍ଲାରୁ ୩ ଜଣ, ମାଲକାନଗିରି ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ୨୩ଜଣ, ନବରଙ୍ଗପୁର ଜିଲ୍ଲାରୁ ୩ଜଣ, ନୟାଗଡ଼ ଜିଲ୍ଲାରୁ ୩ଜଣ, ନୂଆପଡ଼ା ଜିଲ୍ଲାରୁ ୧୩ଜଣ, ପୁରୀ ଜିଲ୍ଲାରୁ ୧୪ଜଣ, ରାୟଗଡ଼ା ଜିଲ୍ଲାରୁ ୬ଜଣ, ସମ୍ବଲପୁର ଜିଲ୍ଲାରୁ ୧୦ଜଣ, ସୋନପୁର ଜିଲ୍ଲାରୁ ୨ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୫୮ଜଣ, ଷ୍ଟେଟ୍‌ ପୁଲ୍‌ରୁ ୧୩ଜଣ ରହିଛନ୍ତି ।

wp:html /wp:html wp:html /wp:html wp:html /wp:html

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୨୩୦୨୯ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୩୦୮ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୧୭୮୭୦ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୬୩୧୨୭୦୭ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.