Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଆଶ୍ଵସ୍ତି: କମୁଛି କରୋନା ପ୍ରଭାବ, ୨୪ ଘଣ୍ଟାରେ ଆରୋଗ୍ୟ ହେଲେ ୮୦୯ ସଂକ୍ରମିତ
  • ||
  • ଡିସେମ୍ବର-ଜାନୁଆରୀ ସମସ୍ତଙ୍କ ପାଇଁ ଗୁରୁତ୍ବପୂର୍ଣ୍ଣ: ଭୁବନେଶ୍ବର ଷ୍ଟେସନ ଓ ଏୟାରପୋର୍ଟରେ କରିପାରିବେ କୋଭିଡ୍‌ ଟେଷ୍ଟ
  • ||
  • ପରୀ ବାପା-ମା’ଙ୍କୁ ଭେଟିଲେ ବିଜେପି ଟିମ୍, ସିବିଆଇ ତଦନ୍ତ ଦାବି
  • ||
  • ରାଉରକେଲା : ଚଳନ୍ତା ଟ୍ରେନ୍‌ର ଟୟଲେଟ୍‌ରେ ନାବାଳିକାଙ୍କୁ ଦୁଷ୍କର୍ମ ଉଦ୍ୟମ, ଅଭିଯୁକ୍ତ ଯୁବକ ଗିରଫ
  • ||
  • କଟକ : ପୁଣି ଏକ ନକଲି ଘିଅ କମ୍ପାନୀରେ ଚଢାଉ, କୋଟିଏ ଟଙ୍କାର ଅପମିଶ୍ରିତ ସାମଗ୍ରୀ ଜବତ
  • ||
  • ପ୍ରେମ: ସେୟାର ଚାଟ୍‌ରୁ ଆରମ୍ଭ ଫେସବୁକରେ ଶେଷ, ସୋସିଆଲ ମିଡିଆରେ ପ୍ରେମିକାଙ୍କ ଅଶ୍ଲୀଳ ଫଟୋ ପୋଷ୍ଟ କଲେ ପ୍ରେମିକ
  • ||

ରାଜ୍ୟରେ କରୋନାରୁ ଆରୋଗ୍ୟ ହେଲେ ଆଉ ୩୮୮ ସଂକ୍ରମିତ , ୮ ହଜାର ଟପିଲା ସୁସ୍ଥଙ୍କ ସଂଖ୍ୟା

11/07/2020 at 6:00 PM

ଭୁବନେଶ୍ଵର ୧୧।୦୭: ଜୁଲାଇ ମାସ ରାଜ୍ୟରେ କରୋନା ସ୍ଥିତି ବିଗାଡିବାରେ ଲାଗିଛି। ସଂକ୍ରମିତ ଅଣାୟତ୍ତ ହେବାରେ ଲାଗିଛି। ଦିନକୁ ଶହ ଶହ ସଂଖ୍ୟାରେ ନୂତନ ସଂକ୍ରମିତ ଚିହ୍ନଟ ହେଉଛନ୍ତି। ଅନ୍ୟପକ୍ଷେ ଆଶ୍ଵସ୍ତିକର କଥା ସଂକ୍ରମିତଙ୍କ ସହ ତାଳ ଦେଇ ରାଜ୍ୟରେ ସୁସ୍ଥହାର ମଧ୍ୟ ବଢି ଚାଲିଛି। ଏହି ୨୪ ଘଣ୍ଟାରେ ରାଜ୍ୟରେ ପ୍ରଥମ ଥର ଗୋଟିଏ ଦିନରେ ୩୮୮ ଜଣ କରୋନାରୁ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ଓଡିଶାରେ ସୁସ୍ଥ ସଂଖ୍ୟା ୮୦୦ ଟପିଛି। ଅଦ୍ୟାବଧି ୮୩୬୦ ଜଣ ସଂକ୍ରମିତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ପ୍ରତି ଥର ପରି ଆଜି ମଧ୍ୟ ଗଞ୍ଜାମରୁ ସର୍ବାଧିକ ୧୮୭ କରୋନା ରୋଗୀ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ଵିଟ୍‌ ଜରିଆରେ ଏହାର ସୂଚନା ଦିଆଯାଇଛି। ଉଲ୍ଲେଖଯୋଗ୍ୟ ଗତ ୨୪ ଘଣ୍ଟାରେ ରାଜ୍ୟରେ ୫୭୦ ନୂତନ ସଂକ୍ରମିତ ଚିହ୍ନଟ ହୋଇଥିଲେ।

ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଅନୁଯାୟୀ ଗତ ୨୪ ଘଣ୍ଟାରେ ରାଜ୍ୟରେ ୩୮୮ ରୋଗୀ କରୋନା ଆରୋଗ୍ୟ ଲାଭ କରିଛନ୍ତି।  ଏଥିରୁ ଗଞ୍ଜାମରୁ ୧୮୭ ଜଣ ସଂକ୍ରମିତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସେହି ପରି ଖୋର୍ଦ୍ଧାରୁ ୩୭, କେନ୍ଦୁଝରରୁ ୩୧, ଯାଜପୁରରୁ ୨୭, କଟକରୁ ୨୬, ନୟାଗଡରୁ ୧୮, ପୁରୀରୁ ୧୬, ସମ୍ବଲପୁରରୁ ୧୪, ବାଲେଶ୍ଵରରୁ ୧୧ ଜଣ ରୋଗୀ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ସେହିଭଳି ଅନୁଗୁଳରୁ ୮, କେନ୍ଦ୍ରାପଡାରୁ ୬,  ଗଜପତି ଓ ଝାରସୁଗୁଡାରୁ ଦୁଇ ଜଣ ଲେଖାଏଁ ଏବଂ ବରଗଡ, ଭଦ୍ରକ ଓ ଦେବଗଡରୁ ଜଣେ ଲେଖାଏଁ ସଂକ୍ରମିତ ସୁସ୍ଥ ହୋଇଛନ୍ତି।  ଉଲ୍ଲେଖନୀୟ ଗତକାଲି ୫୬୫ ଜଣ କରୋନା ସଂକ୍ରମିତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଉଲ୍ଲେଖଯୋଗ୍ୟ, ଗତ ୨୪ ଘଣ୍ଟାରେ ରାଜ୍ୟରେ ୫୭୦ ନୂତନ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ କରୋନା ସଂକ୍ରମିତ ସଂଖ୍ୟା ୧୨୫୨୬ରେ ପହଞ୍ଚିଛି। ଅଦ୍ୟାବଧି ୮୩୬୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସେହି ଭଳି ଆଜି ଏହି ମହାମାରୀରେ ଆଉ ୫ ଜଣଙ୍କ ପ୍ରାଣହାନୀ ଘଟିଛି। ରାଜ୍ୟରେ ଏ ପର୍ଯ୍ୟନ୍ତ କରୋନା ଜନିତ ମୃତ୍ୟୁ ସଂଖ୍ୟା ୬୧ରେ  ପହଞ୍ଚିଛି।

   Related Posts