Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଟକ : ମୁଣ୍ଡଳୀ ବ୍ୟାରେଜରୁ ଡେଇଁ ଜଣେ ନିଖୋଜ, ବ୍ରିଜ୍ ଉପରେ ଅଛି ଗାଡି ଓ ମୋବାଇଲ୍
  • ||
  • ଖୋର୍ଦ୍ଧା : ଯୁବକକୁ ଖୋଜି ଆଣିବା ଦାବିରେ ଏସ୍‌ପି ଅଫିସ୍ ଘେରାଉ, ରବିବାରଠୁ ଗାଈ ଚରେଇବାକୁ ଯାଇ ଅଛନ୍ତି ନିଖୋଜ
  • ||
  • ଚାନ୍ଦବାଲି : ଖେଳୁଥିବା ବେଳେ ପୋଖରୀରେ ବୁଡିଗଲେ ଦେଢ ବର୍ଷର ଶିଶୁ କନ୍ୟା, ଡାକ୍ତରଖାନାରେ ମୃତ୍ୟୁ
  • ||
  • ଭୁବନେଶ୍ବର : ମମିତା ଘଟଣାରେ ରାଜଧାନୀ ହୁଲସ୍ତୁଲ, ଡିସିପି ଅଫିସ୍ ଘେରାଉ ବେଳେ ବିଜେପି କର୍ମୀ ଓ ପୋଲିସ ଧସ୍ତାଧସ୍ତି
  • ||
  • ନୟାଗଡ : ଗୁଣିଗାରେଡି ସନ୍ଦେହରେ ୫ ଜଣଙ୍କୁ ନିର୍ଯାତନା ଘଟଣା : ୫ ଜଣଙ୍କୁ ଗିରଫ କଲା ପୋଲିସ
  • ||
  • ମର୍ମନ୍ତୁଦ ଦୁର୍ଘଟଣା: ଡୋଡା ଘାଟିରେ ଖସିପଡିଲା ମାଟାଡୋର, ୮ ମୃତ ଓ ଅନେକ ଆହତ
  • ||
  • ଜଗତସିଂହପୁର : ଷ୍ଟାଡିୟମ୍ ନିକଟରୁ ମିଳିଲା ଯୁବକଙ୍କ ମୃତଦେହ, ବୁଧବାର ସନ୍ଧ୍ୟାରୁ ଥିଲେ ନିଖୋଜ
  • ||
  • କଳାହାଣ୍ଡି : ମମିତା ମେହେର ହତ୍ୟା ମାମଲାରେ କଂଗ୍ରେସର ଧାରଣା ୩ୟ ଦିନରେ, ମନ୍ତ୍ରୀ ଇସ୍ତଫା ନଦେଲେ ତୀବ୍ର ହେବ ଆନ୍ଦୋଳନ
  • ||
  • କଳାହାଣ୍ଡି : ଇନ୍ଦ୍ରାବତୀ ଦକ୍ଷିଣ ମୁଖ୍ୟ କେନାଲରେ ଘାଇ, ଶହ ଶହ ହେକ୍ଟର ଧାନ ଚାଷ ନଷ୍ଟ ଆଶଙ୍କା
  • ||
  • ଢେଙ୍କାନାଳ : ଶୌଚ ହୋଇ ଫେରିବା ବେଳେ ବୃଦ୍ଧଙ୍କୁ କଚାଡିଦେଲା ଦନ୍ତା, ଡାକ୍ତରଖାନାରେ ଚାଲିଗଲା ଜୀବନ
  • ||

କମୁଛି ମୃତ୍ୟୁସଂଖ୍ୟା : ରାଜ୍ୟରେ ଗତ ୨୪ଘଣ୍ଟାରେ କରୋନା ନେଲା ୩୯ ଜଣଙ୍କ ଜୀବନ

27/06/2021 at 8:49 AM

ଭୁବନେଶ୍ବର ୨୭।୦୬ : ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁସଂଖ୍ୟା କିନ୍ତୁ କମୁନାହିଁ । ଗତ ୨୪ ଘଣ୍ଟା ମଧ୍ୟରେ ୩୪୦୮ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୩୯ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୮୮୭କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୯ଜଣ ରହିଥିବା ବେଳେ କଟକ, ବରଗଡ଼, ନୟାଗଡ଼ ଜିଲ୍ଲାରୁ ୫ଜଣ ଲେଖାଏଁ ରହିଛନ୍ତି । ସମ୍ବଲପୁର, ସୁନ୍ଦରଗଡ଼ ଜିଲ୍ଲାରୁ ୩ଜଣ ଲେଖାଏଁ ରହିଥିବା ବେଳେ ଗଞ୍ଜାମ, କେନ୍ଦ୍ରାପଡ଼ା, ମୟୁରଭଞ୍ଜ, ସୋନପୁର ଜିଲ୍ଲାରୁ ୨ଜଣ ଲେଖାଏଁ ରହିଛନ୍ତି । ସେହିପରି ପୁରୀ ଜିଲ୍ଲାରୁ ଜଣେ ଆକ୍ରାନ୍ତ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯୦୦୪୭୦ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୩୩୦୧୯ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୮୬୦୧୪୨ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ବର୍ତ୍ତମାନ ସୁଦ୍ଧା ରାଜ୍ୟରେ କୋଭିଡ଼ ଜନିତ ମୃତ୍ୟୁ ସଂଖ୍ୟା ୩୮୮୭ରେ ପହଞ୍ଚିଥିବା ବେଳେ ଅନ୍ୟ ରୋଗ ଯୋଗୁଁ ମୃତ୍ୟୁ ସଂଖ୍ୟା ୫୩ରେ ପହଞ୍ଚିଛି ।  ଏବେ ସୁଦ୍ଧା ରାଜ୍ୟରେ ୧୩୪୮୬୦୮୨ ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts