ମୃତ୍ୟୁ ହାରରେ ସାମାନ୍ୟ ହ୍ରାସ : ରାଜ୍ୟରେ ଗତ ୨୪ଘଣ୍ଟାରେ କରୋନା ନେଲା ୩୯ ଜଣଙ୍କ ଜୀବନ, ୩୪୭୧ରେ ପହଞ୍ଚିଲା ମୋଟ୍‌ ସଂଖ୍ୟା

Published By : Prameya-News7 Bureau | June 17, 2021 IST

ଭୁବନେଶ୍ବର ୧୭।୦୬ : ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ପୁଣି ସଂଖ୍ୟା ଧିରେ ଧିରେ କମିବାରେ ଲାଗିଛି । କିନ୍ତୁ କରୋନା ଜନିତ ମୃତ୍ୟୁସଂଖ୍ୟା କମିବାର ନାଁ ନେଉନି । ଗତ ୨୪ ଘଣ୍ଟା ମଧ୍ୟରେ ୩୬୩୧ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୩୯ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୪୭୧କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

{"id":467241,"sizeSlug":"large","linkDestination":"none"}

ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୬ଜଣ ରହିଥିବା ବେଳେ କଟକ, ଝାରସୁଗୁଡା. ପୁରୀ ଓ ସୁନ୍ଦରଗଡରୁ ୪ ଜଣ ଲେଖାଏଁ ରହିଛନ୍ତି । ସେହିପରି ଗଞ୍ଜାମ, ଜଗତସିଂପୁର, କଳାହାଣ୍ଡିରୁ ୩ ଜଣ ଲେଖାଏଁ ରହିଥିବା ବେଳେ ବୌଦ୍ଧ, ସୋନପୁରରୁ ୨ ଲେଖାଏଁ ରହିଛନ୍ତି । ବରଗଡ, ଢେଙ୍କାନାଳ, ନବରଙ୍ଗପୁର, ନୂଆପଡାରୁ ଜଣେ ଲେଖାଏଁ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୮୬୬୬୯୨ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୪୫୮୦୯ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୮୧୭୩୫୯ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ବର୍ତ୍ତମାନ ସୁଦ୍ଧା ରାଜ୍ୟରେ କରୋନା ଯୋଗୁଁ ୩୪୭୧ଙ୍କ ଜୀବନ ଯାଇଥିବା ବେଳେ ୫୩ଜଣଙ୍କ ଅନ୍ୟରୋଗ ଯୋଗୁଁ ମୃତ୍ୟୁ ହୋଇଛି ।  ଏବେ ସୁଦ୍ଧା ରାଜ୍ୟରେ ୧୨୮୯୯୮୫୫ ସାମ୍ପୁଲ ଟେଷ୍ଟ୍ ହୋଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.