ରାଜ୍ୟରେ ଚିହ୍ନଟ ହେଲେ ୩୯୧୩ କରୋନା ସଂକ୍ରମିତ, ୧୫୦୮୦୭ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

Published By : Prameya-News7 Bureau | September 13, 2020 IST

ଭୁବନେଶ୍ୱର ୧୩।୦୯: ରାଜ୍ୟରେ ହୁ ହୁ ହୋଇ ବଢି ଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ୨୪ ଘଣ୍ଟା ମଧ୍ୟରେ ୩୯୧୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୫୦୮୦୭ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୩୪୮ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୧୫୬୫ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

wp:html /wp:html

ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୧୦୩ଜଣ, ବାଲେଶ୍ୱର ଜିଲ୍ଲାରୁ ୧୩୪ଜଣ, ବରଗଡ ଜିଲ୍ଲାରୁ ୧୪୬ଜଣ, ଭଦ୍ରକ ଜିଲ୍ଲାରୁ ୧୨୩ଜଣ, ବଲାଙ୍ଗୀର ଜିଲ୍ଲାରୁ ୧୪୨ଜଣ, ବୌଦ୍ଧ ଜିଲ୍ଲାରୁ ୬୧ଜଣ, କଟକ ଜିଲ୍ଲାରୁ ୩୮୨ଜଣ, ଦେଓଗଡ଼ ଜିଲ୍ଲାରୁ ୧୫ଜଣ, ଗଜପତି ଜିଲ୍ଲାରୁ ୭୪ଜଣ, ଗଞ୍ଜାମ ଜିଲ୍ଲାରୁ ୮୬ଜଣ, ଜଗତସିଂହପୁର ଜିଲ୍ଲାରୁ ୧୦୮ଜଣ, ଯାଜପୁର ଜିଲ୍ଲାରୁ ୧୨୮ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୬୨ଜଣ, କଳାହାଣ୍ଡି ଜିଲ୍ଲାରୁ ୬୦ଜଣ, କନ୍ଧମାଳ ଜିଲ୍ଲାରୁ ୮୬ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୫୬ଜଣ, କେନ୍ଦୁଝର ଜିଲ୍ଲାରୁ ୭୬ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୫୫୬ଜଣ, କୋରାପୁଟ ଜିଲ୍ଲାରୁ ୧୦୦ଜଣ, ମାଲକାନଗିରି ଜିଲ୍ଲାରୁ ୬୮ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୪୭ଜଣ, ନବରଙ୍ଗପୁର ଜିଲ୍ଲାରୁ ୧୧୨ଜଣ, ନୟାଗଡ ଜିଲ୍ଲାରୁ ୬୦ଜଣ, ନୂଆପଡ଼ା ଜିଲ୍ଲାରୁ ୧୨୮ଜଣ, ପୁରୀ ଜିଲ୍ଲାରୁ ୨୧୨ଜଣ, ରାୟଗଡ଼ା ଜିଲ୍ଲାରୁ ୯୮ଜଣ, ସମ୍ବଲପୁର ଜିଲ୍ଲାରୁ ୧୪୧ଜଣ, ସୋନପୁର ଜିଲ୍ଲାରୁ ୯୧ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୩୫ଜଣ, ଷ୍ଟେଟ ପୁଲ୍‌ରୁ ୧୦୭ଜଣ ରହିଛନ୍ତି ।

wp:html /wp:html

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୫୦୮୦୭ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୪୮୪୯ ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୧୫୨୭୯ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୪୨୩୧୨୪ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.