Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ୧୮ କରୋନା ସଂକ୍ରମିତଙ୍କ ମୃତ୍ୟୁ, ୧୨ଶହ ଅତିକ୍ରମ କଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ୧୭୯୩ କରୋନା ସଂକ୍ରମିତ, ୨୭୭୮୮୭ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • କେନ୍ଦ୍ରାପଡାରେ ଘରେ ପଶି ଲୁଟିଲେ, କଟୁରୀରେ ହାଣି ଖସିଗଲେ, ସ୍ବାମୀ-ସ୍ତ୍ରୀ ଗୁରୁତର
  • ||
  • ବାଲେଶ୍ବର ମୁଖ୍ୟ ଯୋଗାଣ ଅଧିକାରୀଙ୍କ ଅଫିସ୍‌ରୁ ଜବତ ହେଲା ୯ଟି ଟଙ୍କା ଭର୍ତ୍ତି ଲଫାପା, ବାନ୍ଧିନେଲା ଭିଜିଲାନ୍ସ
  • ||
  • ପାଟଣାରେ ଭାରସାମ୍ୟ ହରାଇ ପଥରରେ ପିଟି ହେଲା ବାଇକ୍, ଘଟଣାସ୍ଥଳରେ ଚାଳକଙ୍କ ମୃତ୍ୟୁ
  • ||
  • ବାଲିଅନ୍ତାରେ ଜୁଆ ଆଡ୍ଡା ଉପରେ ଚଢାଉ, ୩ ଗିରଫ
  • ||
  • ଚାନ୍ଦବାଲିରେ ଟ୍ରେନ୍ ଲାଇନ୍‌ରୁ ମିଳିଲା ନାବାଳକଙ୍କ ମୃତଦେହ
  • ||
  • ପୁରୀରେ ୪ ବ୍ରାଉନସୁଗାର ବେପାରୀ ଗିରଫ, ୫.୩୨ ଗ୍ରାମ୍ ବ୍ରାଉନସୁଗାର ଜବତ
  • ||
  • ଅନୁଗୋଳରେ କଣ୍ଟେନର-ଟ୍ରକ୍ ମୁହାଁମୁହିଁ ଧକ୍କା, ଟ୍ରକ୍ ଚାଳକ ମୃତ
  • ||
  • ଷ୍ଟାଫ୍‌ନର୍ସ ମୌସୁମୀ ମିଶ୍ରଙ୍କ ସନ୍ଦେହଜନକ ମୃତ୍ୟୁ, ସହକର୍ମୀ କହିଲେ, ‘ତାଙ୍କୁ ହତ୍ୟା କରାଯାଛି’
  • ||

ରାଜ୍ୟରେ ଚିହ୍ନଟ ହେଲେ ୩୯୨୨ କରୋନା ସଂକ୍ରମିତ, ୨୦୯୩୭୪ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

27/09/2020 at 11:43 AM

ଭୁବନେଶ୍ବର ୨୭।୯: ରାଜ୍ୟରେ ହୁ ହୁ ହୋଇ ବଢି ଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ୨୪ ଘଣ୍ଟା ମଧ୍ୟରେ ୩୯୨୨ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୦୯୩୭୪ ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୩୦୯ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୧୬୧୩ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୨୦୦ଜଣ, ବାଲେଶ୍ବର ଜିଲ୍ଲାରୁ ୭୨ଜଣ, ବରଗଡ଼ ଜିଲ୍ଲାରୁ ୧୫୪ଜଣ, ଭଦ୍ରକ ଜିଲ୍ଲାରୁ ୫୧ଜଣ, ବଲାଙ୍ଗୀର ଜିଲ୍ଲାରୁ ୮୫ଜଣ, ବୌଦ୍ଧ ଜିଲ୍ଲାରୁ ୪୮ଜଣ, କଟକ ଜିଲ୍ଲାରୁ ୩୮୦ଜଣ, ଦେଓଗଡ଼ ଜିଲ୍ଲାରୁ ୮ଜଣ, ଢେଙ୍କାନାଳ ଜିଲ୍ଲାରୁ ୭୬ଜଣ, ଗଜପତି ଜିଲ୍ଲାରୁ ୨୨ଜଣ, ଗଞ୍ଜାମ ଜିଲ୍ଲାରୁ ୩୯ଜଣ, ଜଗତସିଂହପୁର ଜିଲ୍ଲାରୁ ୧୨୩ଜଣ, ଯାଜପୁର ଜିଲ୍ଲାରୁ ୧୦୩ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୦୯ଜଣ, କଳାହାଣ୍ଡି ଜିଲ୍ଲାରୁ ୭୩ଜଣ, କନ୍ଧମାଳ ଜିଲ୍ଲାରୁ ୬୨ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୦୭ଜଣ, କେନ୍ଦୁଝର ଜିଲ୍ଲାରୁ ୨୧୨ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୮୧୮ଜଣ, କୋରାପୁଟ ଜିଲ୍ଲାରୁ ୬୯ଜଣ, ମାଲକାନଗିରି ଜିଲ୍ଲାରୁ ୬୯ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୪୯ଜଣ, ନବରଙ୍ଗପୁର ଜିଲ୍ଲାରୁ ୪୦ଜଣ, ନୟାଗଡ଼ ଜିଲ୍ଲାରୁ ୪୮ଜଣ, ନୂଆପଡ଼ା ଜିଲ୍ଲାରୁ ୧୧୪ଜଣ, ପୁରୀ ଜିଲ୍ଲାରୁ ୧୮୪ଜଣ, ରାୟଗଡ଼ା ଜିଲ୍ଲାରୁ ୪୮ଜଣ, ସମ୍ବଲପୁର ଜିଲ୍ଲାରୁ ୧୧୭ଜଣ, ସୋନପୁର ଜିଲ୍ଲାରୁ ୨୫ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୦୩ଜଣ, ଷ୍ଟେଟ ପୁଲ୍‌ରୁ ୨୧୪ଜଣ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୦୯୩୭୪ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୮୩୩୧ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ  ୧୭୦୧୯୩ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୧୧୧୭୬୬ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts