Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସାଲେପୁର : ମକର ଯାତ୍ରାରୁ ନାବାଳିକାଙ୍କୁ ଟେକି ନେଇ ନଦୀପଠାରେ ଗଣଦୁଷ୍କର୍ମ, ଥାନାରେ ଏତଲା, ଭାଇରାଲ୍ ଭିଡିଓ ନେଇ ପୋଲିସର ଛାନଭିନ୍
  • ||
  • କେନ୍ଦ୍ରାପଡା : ଚିକିତ୍ସା ଅବହେଳାରୁ ରୋଗୀ ମୃତ୍ୟୁ ଅଭିଯୋଗ, ସିଡିଏମ୍‌ଓଙ୍କ କାର୍ଯ୍ୟାଳୟ ଆଗରେ ମୃତଦେହ ରଖି ପରିବାର ଲୋକଙ୍କ ଧାରଣା
  • ||
  • ବୌଦ୍ଧ : ATMରୁ ବାହାରିଲା କାଗଜ ପେଷ୍ଟ ଥିବା ୨୦ଟି ୫ଶହ ଟଙ୍କିଆ ନୋଟ୍, ଫେରସ୍ତ ନେବାକୁ ମନାକଲା ବ୍ୟାଙ୍କ୍ !
  • ||
  • ଭୁବନେଶ୍ବର : ରାଜ୍ୟରେ ବୁଧବାରଠୁ ପୁଣି ଟିକାକରଣ, ଟିକା ନେବେ ବଳକା ୧ ଲକ୍ଷ ୭୩ ହଜାର ୬୩୬ ଜଣ ସ୍ଵାସ୍ଥ୍ୟକର୍ମୀ
  • ||
  • ସମ୍ବଲପୁର : କିନ୍ନରଙ୍କଠାରୁ ୩ବର୍ଷର ଶିଶୁ କନ୍ୟାକୁ ଉଦ୍ଧାର କଲା ଚାଇଲ୍ଡ ଲାଇନ୍, ଚୋରି ସନ୍ଦେହ
  • ||
  • ଭୁବନେଶ୍ବର : STF ପଞ୍ଝାରେ ଧଳା ଜହର ବେପାରୀ, କୋଟିଏରୁ ଅଧିକ ଟଙ୍କାର ବ୍ରାଉନସୁଗାର ଜବତ
  • ||
  • ନବରଙ୍ଗପୁର : ଚଳନ୍ତା କାର୍‌ରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ||
  • ଢେଙ୍କାନାଳ : ହାତୀ ପୁଣି ନେଲା ଆଉ ଜଣଙ୍କ ଜୀବନ, ଶୌଚ ହେବାକୁ ଯାଇଥିବା କଚାଡି ମାରିଲା ଦନ୍ତା
  • ||
  • ବଲାଙ୍ଗୀର : ବିଚାରାଧୀନ କଏଦୀ ମୃତ, ହତ୍ୟା ମାମଲାରେ ଥିଲେ ଅଭିଯୁକ୍ତ
  • ||
  • ଶହେ ତଳକୁ ଖସିଲା ଦୈନିକ ସଂକ୍ରମିତଙ୍କ ସଂଖ୍ୟା : ରାଜ୍ୟରେ ଚିହ୍ନଟ ହେଲେ ଆଉ ୯୯ କୋଭିଡ୍ ପଜିଟିଭ୍‌, ୩୩୪୫୨୯ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||

ରାଜ୍ୟରେ ଚିହ୍ନଟ ହେଲେ ୩୯୩ କରୋନା ସଂକ୍ରମିତ, ୩୨୧୧୯୬ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

6/12/2020 at 11:16 AM

ଭୁବନେଶ୍ବର ୦୬।୧୨: ରାଜ୍ୟରେ ଏବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ୩୯୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୨୧୧୯୬ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୨୯ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୧୬୪ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୧୫ଜଣ, ବାଲେଶ୍ୱର ଜିଲ୍ଲାରୁ ୧୧ଝଣ, ବରଗଡ଼ ଜିଲ୍ଲାରୁ ୯ଜଣ, ଭଦ୍ରକ ଜିଲ୍ଲାରୁ ୯ଜଣ, ବଲାଙ୍ଗୀର ଜିଲ୍ଲାରୁ ୨୩ଜଣ, କଟକ ଜିଲ୍ଲାରୁ ୨୫ଜଣ, ଦେଓଗଡ଼ ଜିଲ୍ଲାରୁ ୧୭ଜଣ, ଢେଙ୍କାନାଳ ଜିଲ୍ଲାରୁ ୬ଜଣ, ଗଜପତି ଜିଲ୍ଲାରୁ ଜଣେ, ଗଞ୍ଜାମ ଜିଲ୍ଲାରୁ ୩ଜଣ, ଜଗତସିଂହପୁର ଜିଲ୍ଲାରୁ ୧୧ଜଣ, ଯାଜପୁର ଜିଲ୍ଲାରୁ ୬ଜଣ , ଝାରସୁଗୁଡ଼ା ଜିଲ୍ଲାରୁ ୧୨ଜଣ, କଳାହାଣ୍ଡି ଜିଲ୍ଲାରୁ ୨୭ଜଣ, କନ୍ଧମାଳ ଜିଲ୍ଲାରୁ ୨ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୨ଜଣ, କେନ୍ଦୁଝର ଜିଲ୍ଲାରୁ ୮ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୪୯ଜଣ, କୋରାପୁଟ ଜିଲ୍ଲାରୁ ୭ଜଣ, ମାଲକାନଗିରି ଜିଲ୍ଲାରୁ ୪ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୩୨ଜଣ, ନବରଙ୍ଗପୁର ଜିଲ୍ଲାରୁ ଜଣେ, ନୟାଗଡ଼ ଜିଲ୍ଲାରୁ ୪ଜଣ, ନୂଆପଡ଼ା ଜିଲ୍ଲାରୁ ୧୨ଜଣ, ପୁରୀ ଜିଲ୍ଲାରୁ ୧୮ଜଣ, ରାୟଗଡ଼ା ଜିଲ୍ଲାରୁ ୨ଜଣ, ସମ୍ବଲପୁର ଜିଲ୍ଲାରୁ ୧୧ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୪୫ଜଣ, ଷ୍ଟେଟ ପୁଲ୍‌ରୁ ୧୧ଜଣ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୨୧୧୯୬ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୪୧୦୨ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୧୫୨୭୦ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୬୧୪୩୭୬୧ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts