Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମୋଦୀ ସରକାରଙ୍କ ବଡ ନିଷ୍ପତ୍ତି: ଜାମ୍ମୁ-କାଶ୍ମୀରରେ ଯେ କେହି ବି ଜାଗା କିଣି ପାରିବେ, ବିଜ୍ଞପ୍ତି ଜାରି କଲା ଗୃହ ମନ୍ତ୍ରଣାଳୟ
  • ||
  • ରାଜ୍ୟରେ ଆଉ ୧୩ କରୋନା ସଂକ୍ରମିତଙ୍କ ମୃତ୍ୟୁ, ୧୨୭୨ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ୧୨୪୭ କରୋନା ସଂକ୍ରମିତ, ୨୮୩୯୪୨ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଢେଙ୍କାନାଳ : କେନାଲରୁ ମୃତଦେହ ଉଦ୍ଧାର, ଶୌଚ ହେବାକୁ ଯାଇ ବୁଡିଯାଇଥିବା ସନ୍ଦେହ
  • ||
  • ଢେଙ୍କାନାଳ : ସ୍ତ୍ରୀର ଚରିତ୍ରକୁ ସନ୍ଦେହ କରି ଠେଙ୍ଗାରେ ପିଟି ପିଟି ମାରିଦେଲା, ଅଭିଯୁକ୍ତ ସ୍ବାମୀ ଫେରାର
  • ||
  • ଅନୁଗୋଳ : ଶ୍ରମିକଙ୍କ ସନ୍ଦେହଜନକ ମୃତ୍ୟୁ, ବିଷାକ୍ତ ମଦ ପିଇ ମୃତ୍ୟୁ ଅଭିଯୋଗ
  • ||
  • କଳାହାଣ୍ଡି : ଯୁବକଙ୍କ କ୍ଷତ ବିକ୍ଷତ ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକ
  • ||
  • ଜଲାପୁଟ ଜଳ ଭଣ୍ଡାରରେ ମାଛଧରା ଡଙ୍ଗା ବୁଡି ୩ ନିଖୋଜ, ଉଦ୍ଧାର କାର୍ଯ୍ୟ ଜାରି
  • ||
  • ପାକିସ୍ତାନ : ପେଶାଓ୍ୱାରରେ ବୋମା ବିସ୍ଫୋରଣରେ ୭ ମୃତ, ୫୫ ଆହତ
  • ||
  • ପଞ୍ଜାବର ବିଜୟ ଅଭିଯାନ ଜାରି, ୮ ଓ୍ୱିକେଟରେ ହାରିଲା କୋଲକାତା ନାଇଟ ରାଇଡର୍ସ
  • ||

୪.୫ ତୀବ୍ରତାର ଭୂମିକମ୍ପ ଅନୁଭୂତ, ପୁଣି ଥରିଲା ମିଜୋରାମ

25/06/2020 at 10:04 AM

ମିଜୋରାମ ୨୫।୬: ମିଜୋରାମରେ ବୁଧବାର ରାତିରେ ପୁଣି ଥରେ ଭୂମିକମ୍ପ ଝଟକା ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ଏହି ଭୂକମ୍ପର ତୀବ୍ରତା ୪.୫ ରହିଛି । ବୁଧବାର ବିଳମ୍ବିତ ରାତି ପ୍ରାୟ ୧ଟା ୧୪ମିନିଟ୍ ସମୟରେ ମିଜୋରାମର ପୁଣି ଥରେ ଭୂମିକମ୍ପ ହୋଇଥିଲା ।

ନ୍ୟାସନାଲ ସେଣ୍ଟର ଫର ସେସମୋଲୋଜି ଅନୁଯାୟୀ, ଭୂକମ୍ପର କେନ୍ଦ୍ରସ୍ଥଳ ମିଜୋରାମର ଚମ୍ପାଇଠାରୁ ୨୧ କିଲୋମିଟର ଦକ୍ଷିଣରେ ଥିଲା । ସୂଚନାଯୋଗ୍ୟ ଯେ ବୁଧବାର ସକାଳେ ମିଜୋରାମରେ ଭୂକମ୍ପ ଝଟକା ଅନୁଭୂତ ହୋଇଥିଲା । ବିପର୍ଯ୍ୟୟ ପରିଚାଳନା ଅଧିକାରୀଙ୍କ କହିବା ଅନୁସାରେ ଭୂମିକମ୍ପ ଯୋଗୁଁ କୌଣସି ଜୀବନହାନି କିମ୍ବା ସମ୍ପତ୍ତି ନଷ୍ଟ ହେବାର ଖବର ଆସିନାହିଁ ।

ଗତ ରବିବାରଠାରୁ ମିଜୋରାମରେ ଭୂମିକମ୍ପ ଝଟକା ଅନୁଭୂତ ହେଉଛି। ବୁଧବାର ଚତୁର୍ଥ ଦିନରେ ଭୂମିକମ୍ପ ଝଟକା ଅନୁଭୂତ ହୋଇଥିଲା । ସୋମବାର ପୂର୍ବ ମିଜୋରାମର ଚମ୍ପାଇ ଅଞ୍ଚଳରେ ଏବଂ ମିଆଁମାର ସୀମାନ୍ତରେ ଥିବା ଅନ୍ୟ ଉତ୍ତର-ପୂର୍ବ ରାଜ୍ୟରେ ୫.୫ ତୀବ୍ରତାର ଭୂମିକମ୍ପ ଯୋଗୁଁ କୋଠା ଏବଂ ଗୁରୁତ୍ବର୍ଣ୍ଣ ପ୍ରତିଷ୍ଠାନ କ୍ଷତିଗ୍ରସ୍ତ ହୋଇଥିଲା । ମଙ୍ଗଳବାର ଦିନ ହୋଇଥିବା ଏହି ଭୂମିକମ୍ପର କେନ୍ଦ୍ର ଦକ୍ଷିଣ ମିଜୋରାମର ମିଆଁମାର ନିକଟବର୍ତ୍ତୀ ଜିଲ୍ଲା ଲୁଙ୍ଗଲେରେ ହୋଇଥିଲା । ଏଥିରେ କୌଣସି ପ୍ରକାରର କ୍ଷୟକ୍ଷତି ହୋଇନଥିଲା ।

   Related Posts