ବିଜୁପଟ୍ଟନାୟକ ବିମାନ ବନ୍ଦରରେ ଛାତ ଭୁଶୁଡିବା ଘଟଣା- ୪ ଗିରଫ

Published By : Prameya-News7 Bureau | January 25, 2020 IST

ଭୁବନେଶ୍ୱର ୨୫।୦୧- ବିଜୁ ପଟ୍ଟନାୟକ ବିମାନ ବନ୍ଦରରେ ଛାତ ଭୁଶୁଡିବା ଘଟଣାରେ ୪ ଜଣଙ୍କୁ କମିଶନରେଟ୍‌ ପୁଲିସ୍‌ ଗିରଫ କରିଛି । ଗତକାଲି ରାତିରେ ଛାତ ନିର୍ମାଣ ଚାଲିଥିବା ବେଳେ ଏହା ଭୁଶୁଡି ପଡିଥିଲା । ଏହି ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର ହୋଇଛନ୍ତି।

ଏହି ଘଟଣାରେ ଦିଲ୍ଲୀପ କନଷ୍ଟ୍ରକସନ୍‌ କମ୍ପାନୀର ଏମ୍‌ଡି ଦିଲ୍ଲୀପ କୁମାର ଖଟେଇଙ୍କ ସହ ଅନ୍ୟ ଜଣେ କର୍ମଚାରୀ ଅଭିଳାଷ ସରକାର ଓ ବିମାନ ବନ୍ଦରର କର୍ମଚାରୀ ଗୌତମ ରାୟ, ଆଶୀଷ ସରକାରଙ୍କୁ ଗିରଫ କରାଯାଇଛି ।

ସୂଚନାଯୋଗ୍ୟ ଯେ, ଭୁବନେଶ୍ବର ବିମାନବନ୍ଦରରେ ନିର୍ମାଣାଧୀନ ଛାତ ଭୁଶୁଡ଼ି ଜଣେ ଶ୍ରମିକଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣେ ଶ୍ରମିକ ଗୁରୁତର ହୋଇଛନ୍ତି । ଗତକାଲି ରାତି ପ୍ରାୟ ସାଢ଼େ ୧୦ଟାରୁ ୧୧ଟା ମଧ୍ୟରେ ଏଭଳି ଏକ ହୃଦୟ ବିଦାରକ ଘଟଣା ଘଟିଥିଲା । ଅଗ୍ନିଶମ ବିଭାଗର କର୍ମଚାରୀଙ୍କ ସହ ଓଡ୍ରାଫ୍ ଓ ଏନଡିଆରଏଫର ଟିମ୍ ଅଢ଼େଇ ଘଣ୍ଟା ପରିଶ୍ରମ ପରେ ଉଦ୍ଧାର କାର୍ଯ୍ୟ ସାରିଥିଲେ । ନିମିଷକେ ମଧ୍ୟରେ ମାଟିରେ ମିଶିଲା ପାଖାପାଖି ୧୦ ହଜାର ସ୍କୋୟାର ଫୁଟର ଛାତ । ବିମାନବନ୍ଦରରେ ଟର୍ମିନାଲ ୧ ଓ ୨କୁ ସଂଯୋଗ କରୁଥିବା ବିଲଡିଂର ଛାତ ତିଆରି କାମ ଚାଲୁଥିବା ବେଳେ ହଠାତ୍ ଭୁଶୁଡ଼ି ପଡ଼ିଥିଲା ।

ଫଳରେ ଜଣେ ଶ୍ରମିକଙ୍କର ଚାପି ହୋଇ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣେ ଶ୍ରମିକ ଗୁରୁତର ଭାବେ ଆହତ ହୋଇଛନ୍ତି । ମୃତ ଶ୍ରମିକ ହେଉଛନ୍ତି ଅନ୍ତର୍ଯ୍ୟାମୀ ଗୁରୁ ଓ ତାଙ୍କ ଘର ବଡ଼ମ୍ବା ନରସିଂହପୁର ଅଞ୍ଚଳର । ସେହିପରି ଆହତ ଶ୍ରମିକ ନବ କିଶୋର ସ୍ବାଇଁଙ୍କୁ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.