Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ବର : ହାତ ଟେକିଦେଲେ ବାଚସ୍ପତି, କହିଲେ- ଯଦି ସବୁ ସଦସ୍ୟ ଗୃହ ଚଲାଇବାକୁ ପ୍ରସ୍ତୁତ ନୁହଁନ୍ତି, ତେବେ ମୁଁ କ’ଣ କରିବି ?
  • ||
  • ଭୁବନେଶ୍ବର : ମମିତା ମେହେର ହତ୍ୟା ପ୍ରସଙ୍ଗ : ଆସନ୍ତା ୧୦ରେ ବିଧାନସଭା ଘେରାଉ କରିବ ଛାତ୍ର କଂଗ୍ରେସ
  • ||
  • ପରଲୋକରେ ପଦ୍ମଶ୍ରୀ ନନ୍ଦ ସାର୍, ୧୦୪ ବର୍ଷରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ
  • ||
  • ଭୁବନେଶ୍ବର : ରିପୋର୍ଟ ଆସିବା ପରେ ନିୟମ ଅନୁସାରେ ଚାଷୀଙ୍କୁ କ୍ଷତିପୂରଣ ଦିଆଯିବ : ମନ୍ତ୍ରୀ ସୁଦାମ ମାରାଣ୍ଡି
  • ||
  • ଭୁବନେଶ୍ବର : ବିଡିଏ ଫେରାଇବ ସର୍ବକ୍ଷମା ଯୋଜନାର ଅଧିକ ଫାଇନ୍, ଆବେଦନର ଶେଷ ତାରିଖ ୧୦ ଡିସେମ୍ବର
  • ||
  • ଖୋର୍ଦ୍ଧା : ଭିଜିଲାନ୍ସ ହାତରେ ଧରାପଡିଲେ ନିର୍ବାହୀ ଯନ୍ତ୍ରୀ, ବିଲ୍ କରାଇ ଦେବାକୁ ଠିକାଦାରଙ୍କଠୁ ନେଉଥିଲେ ୧୦ ହଜାର
  • ||
  • ଟିଟିଲାଗଡ : ପୁରୀ-ଅଜମେର ଟ୍ରେନ୍‌ରେ ନିଆଁ, ଟ୍ରାକ୍‌ରେ ବ୍ରେକ୍ ଘସି ହୋଇ ଧୂଆଁ ବାହାରୁଥିଲା
  • ||
  • ରୋହିଙ୍ଗ୍ୟା ବିରୋଧୀ ହିଂସା ପାଇଁ ଫେସବୁକ ଦାୟୀ ! ୧୫୦ ବିଲିୟନ ପାଉଣ୍ଡର କ୍ଷତିପୂରଣ ଦେବାକୁ ମାମଲା
  • ||
  • କଳାହାଣ୍ଡି : ଇଚ୍ଛା ମୃତ୍ୟୁ ଆବେଦନକାରୀଙ୍କୁ ସାହା ହେଲା BSKY, ଯୋଜନାରେ ଆରମ୍ଭ ହେଲା ଚିକିତ୍ସା
  • ||
  • ତୁରେଇକେଲା ବ୍ଲକରେ ମାତିଲେ ୩୦ ଟିକିଆ ହାତୀପଲ, ଭାଙ୍ଗିଦେଲେ ଘର ଛପର
  • ||

ଗାଁ ଗାଁ ବୁଲି ଚୋରି କରୁଥିଲେ ପାଣି ମଟର, ଏବେ ୪ଜଣଙ୍କୁ ବାନ୍ଧିଲା ପୋଲିସ

20/10/2021 at 2:04 PM

ବାଲିପାଟଣା ୨୦।୧୦: ବାଲିପାଟଣା ପୋଲିସ୍ କବ୍‌ଜାରେ ପାଣି ମଟର ଚୋରି ଗ୍ୟାଙ୍ଗ । ଏହି ଗ୍ୟାଙ୍ଗର ୪ଜଣ ସଦସ୍ୟଙ୍କୁ ଗିରଫ କରିବା ସହ ସେମାନଙ୍କ ନିକଟରୁ ୬ଟି ପାଣି ମଟର ଜବତ ହୋଇଛି । ଗିରଫ ଚୋର ମାନେ ହେଲେ ଅଠାନ୍ତର ଗ୍ରାମର ସୁବାସ ଭୋଇ, କାଳନ୍ଦୀ ଭୋଇ , କାହ୍ନୁ ଚରଣ ଭୋଇ ଏବଂ ଧାନହରା ଗ୍ରାମର ବାବାଜି ମଲ୍ଲୀକ ବୋଲି ଜଣାପଡିଛି।

ଖବର ଅନୁଯାୟୀ, ଗତ କିଛି ଦିନ ହେବ ଏମାନେ ବିଭିନ୍ନ ଗାଁରୁ ପାଣି ମଟର ଚୋରି କରି କରୁଥିଲେ । ଏହାପରେ ସମସ୍ତ ପାଣି ମଟରକୁ କମ୍ ଦାମ୍‌ରେ ବିକ୍ରି କରୁଥିଲେ । ଏନେଇ ଥାନାର ଏକାଧିକ ଅଭିଯୋଗ ଆସିବା ପରେ ବାଲିପାଟଣା ଥାନା ଅଧିକାରୀ  ଏକ ଟିମ୍ ଗଠନ କରିଥିଲେ ।ଶେଷରେ ଏହି ଚୋର ଗ୍ୟାଙ୍ଗକୁ ଗିରଫ କରିବାରେ ସଫଳ ହୋଇଛି ପୋଲିସ । ତେବେ ଏହି ଗ୍ୟାଙ୍ଗରେ ଆଉ କିଏ କିଏ ସାମିଲ ଅଛି । ସେନେଇ ଛାନ୍‌ଭିନ୍‌ ଜାରି ରଖିଛି ପୋଲିସ ।

   Related Posts