Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ବର : ଜାଗର ପାଇଁ କଟକଣା, ମନ୍ଦିର ଭିତରେ ଓ ବାହାରେ ହେବନି ଗହଳି, ମେଳା ଉପରେ ଲାଗିଲା ରୋକ୍
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୫୭ କୋଭିଡ୍ ପଜିଟିଭ୍, ୩୩୭୮୬୦ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଉଦଳା : କୂଅ ଭିତରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର, ୫ ତାରିଖରୁ ଥିଲେ ନିଖୋଜ
  • ||
  • ସମ୍ବଲପୁର : ବନ କର୍ମଚାରୀଙ୍କ ଛୁଟି ଉପରେ କଟକଣା, ଅତି ଜରୁରୀ କାମ ନଥିଲେ ନେଇପାରିବେନି ଛୁଟି
  • ||
  • ସୁନ୍ଦରଗଡ : ଭିଜିଲାନ୍ସ ପଞ୍ଝାରେ ସହକାରୀ ଯନ୍ତ୍ରୀ, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢାଉ
  • ||
  • ପାରାଦୀପ : ପଶ୍ଚିମବଙ୍ଗରେ ମହିଳାଙ୍କୁ ଦୁଷ୍କର୍ମ ପରେ କରିଥିଲା ହତ୍ୟା, ପାରାଦୀପରୁ ହେଲା ଗିରଫ
  • ||
  • ଜାଗର ପ୍ରସ୍ତୁତି : ବାବା ଆଖଣ୍ଡଳମଣିଙ୍କ ପୀଠରେ ଲାଗିଲା କଟକଣା, ମାର୍ଚ୍ଚ ୧୦ରୁ ୨ଦିନ ଯାଏଁ ୧୪୪ ଧାରା
  • ||

କରୋନା ନେଲା ଆଉ ୪ ମୁଣ୍ଡ, ମୃତ୍ୟୁସଂଖ୍ୟା ୫୨ ଛୁଇଁଲା

9/07/2020 at 10:53 AM

ଭୁବନେଶ୍ୱର, ୦୯|୦୭:  ରାଜ୍ୟରେ ଆଉ ୪ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାମଧ୍ୟରୁ ଭଦ୍ରକ ଜିଲ୍ଲାରୁ ଜଣେ ଥିବା ବେଳେ ଗଞ୍ଜାମରୁ ୩ଜଣ ରହିଛନ୍ତି ।

ମୃତ୍ୟୁବରଣ କରିଥିବା ୪ ଆକ୍ରାନ୍ତ ହେଲେ ଭଦ୍ରକର ଜଣେ ୫୮ ବର୍ଷର ବ୍ୟକ୍ତି । ସେ ମଧୁମେହ ଓ କିଡନୀ ରୋଗରେ ପୀଡିତ ଥିଲେ । ସେହିପରି ଗଞ୍ଜାମର ଜଣେ ୫୮ ବର୍ଷର ବ୍ୟକ୍ତି ଯିଏକି ଯକ୍ଷ୍ମା ରୋଗରେ ପୀଡିତ ଥିଲେ, ମଧୁମେହ ଓ ହାଇପରଟେନସରେ ଶିକାର ୬୫ ବର୍ଷୀୟା ମହିଳା ଓ ଆଉ ଜଣେ ମଧୁମେହ ପୀଡିତ ମଧ୍ୟ ପ୍ରାଣ ହରାଇଛନ୍ତି ।

ଏହାକୁ ମିଶାଇ ରାଜ୍ୟରେ ମୋଟ୍ ମୃତ୍ୟୁ ସଂଖ୍ୟା ୫୨ରେ ପହଁଚିଛି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୧୨୦୧ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୪୧୨୮ ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୭୦୦୬ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେସୁଦ୍ଧା ରାଜ୍ୟରେ ୩୧୪୯୮୭ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts