Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କୃଷକଙ୍କ ପରି ଆମକୁ ମଧ୍ୟ ଦେବାକୁ ପଡିବ ବଳିଦାନ, ତେବେ ଯାଇ ଜାମ୍ମୁ-କାଶ୍ମୀରରେ ଲାଗୁ ହେବ ୩୭୦: ଫାରୁକ ଅବଦୁଲ୍ଲା
  • ||
  • ମଙ୍ଗଳବାର କଥା ହେବେ ପୁଟିନ୍ ଓ ବାଇଡେନ୍, ୟୁକ୍ରେନ ହେବ ମୁଖ୍ୟ ପ୍ରସଙ୍ଗ
  • ||
  • ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୨୨କୁ ବୃଦ୍ଧି
  • ||
  • ମାଆର ସାହସ ଆଗରେ ହାରିଲା ବାଘ, ନିଜ ପୁଅକୁ ମୃତ୍ୟୁ ମୁଖରୁ ଛଡାଇ ଆଣିଲେ ମହିଳା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୨୭୯୬ ମୃତ
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୮୯ କରୋନା ସଂକ୍ରମିତ, ୧୦୫୦୨୪୯ରେ ପହଞ୍ଚିଲା ସଂଖ୍ୟା
  • ||
  • ୟୁକ୍ରେନ ଉପରେ ଆକ୍ରମଣ କରିବ ଋଷ ! ପୁଟିନଙ୍କ ଦେଢ ଲକ୍ଷରୁ ଅଧିକ ସୈନ୍ୟ ଅଛନ୍ତି ପ୍ରସ୍ତୁତ
  • ||
  • ଜାନୁଆରୀ-ଫେବୃଆରୀ ମଧ୍ୟରେ ଭାରତରେ ଆସିବ ତୃତୀୟ ଲହର, ଓମିକ୍ରନ୍ ସାଜିବ ବାହକ : ଦାବି କଲେ ବିଶେଷଜ୍ଞ
  • ||
  • ଚାଲିଥିଲା ଧାନ ଚୋରା ଚାଲାଣ, ୨୨୦ ବସ୍ତା ଜବତ କଲା ଯୋଗାଣ ବିଭାଗ
  • ||
  • ଜଓ୍ୱାଦ ଦୁର୍ବଳ, ଟଳିଲା ବଡ ବିପଦ : ପୁରୀଠୁ ୨୭୦ କିମି ଦୂରରେ କେନ୍ଦ୍ରୀଭୂତ
  • ||

୪ବର୍ଷର ଶିଶୁକୁ ଦୁଷ୍କର୍ମ ଅଭିଯୋଗ, ୧୨ବର୍ଷର ନାବାଳକ ବିରୋଧରେ ଥାନାରେ ଏତଲା

9/06/2021 at 9:30 PM

ନୋଏଡା ୯।୬: ଉତ୍ତରପ୍ରଦେଶ ସରଫବାଦ ଗାଁର ୧୨ ବର୍ଷର ଜଣେ ନାବାଳକଙ୍କ ବିରୋଧରେ ଆସିଛି ଦୁଷ୍କର୍ମ ଅଭିଯୋଗ । ପଡୋଶୀରେ ରହୁଥିବା ଜଣେ ୪ ବର୍ଷର ନାବାଳିକାଙ୍କୁ ଦୁଷ୍କର୍ମ କରିଥିବା ନେଇ ଅଭିଯୋଗ ହୋଇଛି । ନାବାଳିକାଙ୍କ ପରିବାରଲୋକ ମଙ୍ଗଳବାର ରାତିରେ ପୋଲିସ ନିକଟରେ ଏ ନେଇ ଅଭିଯୋଗ କରିଛନ୍ତି । ପୋଲିସ ଘଟଣାର ତଦନ୍ତ କରୁଛି ।

ବୁଧବାର ଦିନ ପୋଲିସ କହିଛି ଯେ, ନାବାଳିକାଙ୍କ ବାପା-ମା’ ମଙ୍ଗଳବାର ରାତିରେ ଅଭିଯୋଗ କରିଥିଲେ କି ପଡୋଶୀରେ ରହୁଥିବା ଜଣେ ୧୨ ବର୍ଷ ବୟସ୍କ ନାବାଳକ ଜୁନ୍ ୪ତାରିଖ ଦିନ ନାବାଳିକାଙ୍କୁ ଦୁଷ୍କର୍ମ କରିଥିଲେ । ନାବାଳିକାଙ୍କ ପରିବାରଲୋକେ ଅଭିଯୋଗ କରିଛନ୍ତି ଯେ, ଘଟଣା ଦିନ ସେମାନେ ପୋଲିସକୁ ସୂଚନା ଦେଇଥିଲେ ମଧ୍ୟ ପୋଲିସ ଘଟଣାସ୍ଥଳରେ ପହଞ୍ଚି କୌଣସି କାର୍ଯ୍ୟାନୁଷ୍ଠାନ ନେଇନଥିଲା ।

ସୂଚନା ଆନୁସାରେ, ମଙ୍ଗଳବାର ରାତିରେ ଶିଶୁର ପରିବାରଲୋକ ବରିଷ୍ଠ ପୋଲିସ ଅଧିକାରୀଙ୍କ ନିକଟରେ ମାମଲାର ଅଭିଯୋଗ କରିଥିଲେ । ପୋଲିସ ଘଟଣାର ତଦନ୍ତ କରୁଛି । ଏ ନେଇ ପୋଲିସ କମିଶନର କହିଛନ୍ତି ଯେ, ନାବାଳିକାଙ୍କ ପରିବାରଲୋକ ବିଳମ୍ବରେ ଅଭିଯୋଗ କରିଥିଲେ । ସେ କହିଛନ୍ତି ଯେ, ମାମଲାର ଯାଞ୍ଚ ଚାଲିଛି, ଆବଶ୍ୟକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ।

   Related Posts