Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବିଜେଡିରେ ମିଶିବେ ପ୍ରଦୀପ ମାଝୀ, କହିଲେ ନବୀନଙ୍କ ହାତମୁଠା ଟାଣ କରିବି
  • ||
  • ଆଇଆଇଟି ଜମ୍ମୁର ନୂତନ ଗୃହ ଲୋକାର୍ପଣ କରିବେ ଗୃହମନ୍ତ୍ରୀ ଅମିତ ଶାହ, ଉପସ୍ଥିତ ରହିବେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୪ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୪୭ କୋଭିଡ୍ ପଜିଟିଭ୍
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୫ ହଜାରରୁ ଅଧିକ କରୋନା ପଜିଟିଭ୍, ୫୬୧ ମୃତ
  • ||
  • ଚିଲିକାକୁ ଆସିଲେଣି ବିଦେଶୀ ପକ୍ଷୀ, ସୁରକ୍ଷା ପାଇଁ ବନ ବିଭାଗ ପ୍ରସ୍ତୁତ
  • ||
  • ଲକ୍ଷ୍ମୀପୁର ହିଂସାର ମୁଖ୍ୟ ଅଭିଯୁକ୍ତ ଆଶିଷ ମିଶ୍ରାଙ୍କୁ ଡେଙ୍ଗୁ, ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି
  • ||
  • କମୁଛି ତାପମାତ୍ରା, ଦାରିଙ୍ଗିବାଡିରେ ୧୧ ଡିଗ୍ରୀକୁ ଖସିଲା ପାରଦ
  • ||
  • ସୁପର ସଣ୍ଡେରେ ସୁପର ମୁକାବିଲା : ଟି୨୦ ବିଶ୍ୱକପରେ ଭାରତ-ପାକିସ୍ତାନ ହାଇଭୋଲଟେଜ୍ ଫାଇଟ୍
  • ||

ରାଜ୍ୟରେ ଗତ ୨୪ଘଣ୍ଟାରେ କରୋନା ନେଲା ୪୦ ଜଣଙ୍କ ଜୀବନ

29/06/2021 at 8:39 AM

ଭୁବନେଶ୍ୱର ୨୯।୦୬ : ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁସଂଖ୍ୟା କିନ୍ତୁ କମୁନାହିଁ । ଗତ ୨୪ ଘଣ୍ଟା ମଧ୍ୟରେ ୨୬୪୦ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୪୦ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୯୭୦କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୭ଜଣ ରହିଥିବା କଟକ, ବରଗଡ଼, ନୟାଗଡ଼ ଜିଲ୍ଲାରୁ ୫ଜଣ ଲେଖାଏଁ ରହିଛନ୍ତି । ପୁରୀ ଜିଲ୍ଲାରୁ ୪ଜଣ ରହିଥିବା ବେଳେ ଅନୁଗୁଳ, ଗଞ୍ଜାମ ଜିଲ୍ଲାରୁ ୩ଜଣ ଲେଖାଏଁ ରହିଛନ୍ତି । ସେହିପରି କଳାହାଣ୍ଡି ଜିଲ୍ଲାରୁ ୨ଜଣ ରହିଥିବା ବେଳେ ଭଦ୍ରକ, ଢେଙ୍କାନାଳ, ଯାଜପୁର, କୋରାପୁଟ, ନବରଙ୍ଗପୁର, ସମ୍ବଲପୁର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯୦୬୪୨୯ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୩୩୬୧୯ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୮୭୦୭୮୭ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ବର୍ତ୍ତମାନ ସୁଦ୍ଧା ରାଜ୍ୟରେ କୋଭିଡ଼ ଜନିତ ମୃତ୍ୟୁ ସଂଖ୍ୟା ୩୯୭୦ରେ ପହଞ୍ଚିଥିବା ବେଳେ ଅନ୍ୟ ରୋଗ ଯୋଗୁଁ ମୃତ୍ୟୁ ସଂଖ୍ୟା ୫୩ରେ ପହଞ୍ଚିଛି ।  ଏବେ ସୁଦ୍ଧା ରାଜ୍ୟରେ ୧୩୬୮୪୨୨୧ ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts