Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କୃଷକଙ୍କ ପରି ଆମକୁ ମଧ୍ୟ ଦେବାକୁ ପଡିବ ବଳିଦାନ, ତେବେ ଯାଇ ଜାମ୍ମୁ-କାଶ୍ମୀରରେ ଲାଗୁ ହେବ ୩୭୦: ଫାରୁକ ଅବଦୁଲ୍ଲା
  • ||
  • ମଙ୍ଗଳବାର କଥା ହେବେ ପୁଟିନ୍ ଓ ବାଇଡେନ୍, ୟୁକ୍ରେନ ହେବ ମୁଖ୍ୟ ପ୍ରସଙ୍ଗ
  • ||
  • ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୨୨କୁ ବୃଦ୍ଧି
  • ||
  • ମାଆର ସାହସ ଆଗରେ ହାରିଲା ବାଘ, ନିଜ ପୁଅକୁ ମୃତ୍ୟୁ ମୁଖରୁ ଛଡାଇ ଆଣିଲେ ମହିଳା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୨୭୯୬ ମୃତ
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୮୯ କରୋନା ସଂକ୍ରମିତ, ୧୦୫୦୨୪୯ରେ ପହଞ୍ଚିଲା ସଂଖ୍ୟା
  • ||
  • ୟୁକ୍ରେନ ଉପରେ ଆକ୍ରମଣ କରିବ ଋଷ ! ପୁଟିନଙ୍କ ଦେଢ ଲକ୍ଷରୁ ଅଧିକ ସୈନ୍ୟ ଅଛନ୍ତି ପ୍ରସ୍ତୁତ
  • ||
  • ଜାନୁଆରୀ-ଫେବୃଆରୀ ମଧ୍ୟରେ ଭାରତରେ ଆସିବ ତୃତୀୟ ଲହର, ଓମିକ୍ରନ୍ ସାଜିବ ବାହକ : ଦାବି କଲେ ବିଶେଷଜ୍ଞ
  • ||
  • ଚାଲିଥିଲା ଧାନ ଚୋରା ଚାଲାଣ, ୨୨୦ ବସ୍ତା ଜବତ କଲା ଯୋଗାଣ ବିଭାଗ
  • ||
  • ଜଓ୍ୱାଦ ଦୁର୍ବଳ, ଟଳିଲା ବଡ ବିପଦ : ପୁରୀଠୁ ୨୭୦ କିମି ଦୂରରେ କେନ୍ଦ୍ରୀଭୂତ
  • ||

ରାଜ୍ୟରେ କରୋନା ନେଲା ୪୦ଜଣଙ୍କ ଜୀବନ, ୨୯୫୨ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା

5/06/2021 at 8:35 AM

ଭୁବନେଶ୍ବର ୦୫।୦୬ : ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ପୁଣି ସଂଖ୍ୟା ଧିରେ ଧିରେ କମିବାରେ ଲାଗିଛି । କିନ୍ତୁ କରୋନା ଜନିତ ମୃତ୍ୟୁସଂଖ୍ୟା କମିବାର ନାଁ ନେଉନି । ଗତ ୨୪ ଘଣ୍ଟା ମଧ୍ୟରେ ୭୩୯୫ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୪୦ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୯୫୨କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୬ ଜଣ, କଟକ, ମୟୂରଭଞ୍ଜ ଓ ସୁନ୍ଦରଗଡରୁ ୪ ଜଣ ଲେଖାଏଁ, ଅନୁଗୁଳ, ବୌଦ୍ଧ, ଝାରସୁଗୁଡା ଓ କଳାହାଣ୍ଡିରୁ ୩ ଜଣ ଲେଖାଏଁ, ବରଗଡ, ବଲାଙ୍ଗୀର ଓ ଦେବଗଡରୁ ୨ ଜଣ ଲେଖାଏଁ, ଗଞ୍ଜାମ, କନ୍ଧମାଳ, ନୟାଗଡ ଓ ସମ୍ବଲପୁରରୁ ଜଣେ ଲେଖାଏଁ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୮୦୬୦୯୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୭୮୬୮୭ ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୭୨୪୪୦୨ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୨୯୫୨ଜଣ କରୋନାରେ ମୃତ୍ୟୁ ହୋଇଥିବା ବେଳେ ୫୩ଜଣଙ୍କ ଅନ୍ୟରୋଗ ଯୋଗୁଁ ମୃତ୍ୟୁ ହୋଇଛି । ସେହିପରି ଏବେ ସୁଦ୍ଧା ରାଜ୍ୟରେ ୧୨୧୧୧୧୪୩ ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts