ଅଜିତ ପାଓ୍ବାରଙ୍କ ବିୟୋଗରେ ନବୀନ ପଟ୍ଟନାୟକଙ୍କ ଶୋକ, ଶୋକସନ୍ତପ୍ତ ପରିବାର ପ୍ରତି ଗଭୀର ସମବେଦନା

NEWS7
40-thousand-childrens-in-karnatak-infected-by-covid-in-3-months

ଭୁବନେଶ୍ବର ୨୮।୧: ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ଅଜିତ ପାଓ୍ବାରଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି ବିଜେଡି ସୁପ୍ରିମୋ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ରେ ଶୋକ ବ୍ୟକ୍ତ କରିବା ସହ ଶୋକସନ୍ତପ୍ତ ପରିବାର ପ୍ରତି ଗଭୀର ସମବେଦନା ଜଣାଇଛନ୍ତି ନବୀନ ।

ନବୀନ ପଟ୍ଟନାୟକ ‘ଏକ୍ସ’ରେ ଲେଖିଛନ୍ତି, ବାରାମତି ନିକଟରେ ବିମାନ ଦୁର୍ଘଟଣାରେ ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାର ଏବଂ ସହଯାତ୍ରୀଙ୍କ ମୃତ୍ୟୁ ବିଷୟରେ ଜାଣି ଗଭୀର ମର୍ମାହତ ଏବଂ ଦୁଃଖିତ । ପରିବାର, ବନ୍ଧୁ ଏବଂ ସମର୍ଥକଙ୍କ ପ୍ରତି ହୃଦୟର ସହାନୁଭୂତି । ଓମ୍ ଶାନ୍ତି ।

 

ସୂଚନାଯୋଗ୍ୟ ଯେ, ମହାରାଷ୍ଟ୍ର ବାରାମତିରେ ବିମାନ ଦୁର୍ଘଟଣାରେ ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ଦେହାନ୍ତ ହୋଇଛି । ବାରାମତି ବିମାନବନ୍ଦରରେ ଅବତରଣ କରିବା ସମୟରେ ବିମାନଟି ଦୁର୍ଘଟଣାଗ୍ରସ୍ତ ହୋଇଥିଲା । ଫଲରେ ଅଜିତ ପାଓ୍ବାରଙ୍କ ସମେତ ୫ ଜଣଙ୍କ ମୃତ୍ୟୁ ହୋଇଛି । ଏହି ଦୁର୍ଘଟଣା ସମଗ୍ର ମହାରାଷ୍ଟ୍ରକୁ ଦୋହଲାଇ ଦେଇଛି । ଅଜିତ ପାଓ୍ବାରଙ୍କ ଦେହାନ୍ତ ପରେ ରାଜନୈତିକ ମହଲରେ ଶୋକର ଛାୟା ଖେଳିଯାଇଛି ।

ଜିଲ୍ଲା ପରିଷଦ ନିର୍ବାଚନ ପାଇଁ ବାରାମତିରେ ପ୍ରଚାର ସଭା ଆୟୋଜନ କରାଯାଇଥିଲା । କିନ୍ତୁ, ବାରାମତି ବିମାନବନ୍ଦର ରନୱେରେ ବିମାନଟି ଅବତରଣ କରୁଥିବା ସମୟରେ ହଠାତ ଯାନ୍ତ୍ରିକ ତ୍ରୁଟି ଦେଖାଦେଇଥିଲା । ଯେଉଁଥିପାଇଁ ବିମାନର ପାଇଲଟ୍ ନିୟନ୍ତ୍ରଣ ହରାଇ ବସିଥିଲେ । ଦୁର୍ଘଟଣାଟି ଏତେ ଭୟଙ୍କର ଥିଲା ଯେ, ବିମାନଟି ଦୁର୍ଘଟଣାଗ୍ରସ୍ତ ହେବା ପରେ ସ୍ଥାନୀୟ ଅଞ୍ଚଳରେ ପ୍ରଚୁର ପରିମାଣରେ ଧୂଆଁ ବ୍ୟାପିଯାଇଥିଲା ।